ଜନ୍ମଦିନରେ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କଲେ କାର୍ତ୍ତିକ
ଚେନ୍ନାଇ: ଭାରତୀୟ କ୍ରିକେଟର ଦୀନେଶ କାର୍ତ୍ତିକ ଶନିବାର ତାଙ୍କ ୩୯ତମ ଜନ୍ମଦିନରେ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ରେ ନିଜ ଅବସର ଘୋଷଣା କରି କାର୍ତ୍ତିକ ସମର୍ଥନ ଏବଂ ଭଲପାଇବା ପାଇଁ ପ୍ରଶଂସକମାନଙ୍କୁ ଧନ୍ୟବାଦ ଜଣାଉଛି। ଗତ କିଛି ଦିନ ଧରି ଚିନ୍ତା କରିବା ପରେ ମୁଁ କ୍ରିକେଟ୍ ଖେଳରୁ ଆଗକୁ ବଢ଼ିବାକୁ ନିଷ୍ପତ୍ତି ନେଇଛି। ମୁଁ ମୋର ଅବସର ଘୋଷଣା କରୁଛି । ମୁଁ ଜୀବନର ଆଗାମୀ ଚ୍ୟାଲେଞ୍ଜ [...]
ଚେନ୍ନାଇ: ଭାରତୀୟ କ୍ରିକେଟର ଦୀନେଶ କାର୍ତ୍ତିକ ଶନିବାର ତାଙ୍କ ୩୯ତମ ଜନ୍ମଦିନରେ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ରେ ନିଜ ଅବସର ଘୋଷଣା କରି କାର୍ତ୍ତିକ ସମର୍ଥନ ଏବଂ ଭଲପାଇବା ପାଇଁ ପ୍ରଶଂସକମାନଙ୍କୁ ଧନ୍ୟବାଦ ଜଣାଉଛି।
ଗତ କିଛି ଦିନ ଧରି ଚିନ୍ତା କରିବା ପରେ ମୁଁ କ୍ରିକେଟ୍ ଖେଳରୁ ଆଗକୁ ବଢ଼ିବାକୁ ନିଷ୍ପତ୍ତି ନେଇଛି। ମୁଁ ମୋର ଅବସର ଘୋଷଣା କରୁଛି । ମୁଁ ଜୀବନର ଆଗାମୀ ଚ୍ୟାଲେଞ୍ଜ ଉପରେ ଧ୍ୟାନ ଦେବି ।
ଏହି ଯାତ୍ରାକୁ ରୋମାଞ୍ଚକ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ମୋର ସମସ୍ତ କୋଚ୍, ଅଧିନାୟକ, ଚୟନକର୍ତ୍ତା ଏବଂ ସାଥୀ ଖେଳାଳିଙ୍କୁ ମୁଁ ଧନ୍ୟବାଦ ଦେବାକୁ ଚାହେଁ। ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି ଯେ ଯେଉଁଠି କୋଟି କୋଟି ଲୋକ କ୍ରିକେଟ୍ ଖେଳନ୍ତି, ସେହି ଦେଶ ପାଇଁ ଖେଳିବାକୁ ସୁଯୋଗ ପାଇଲି ।
ଦୀନେଶ କାର୍ତ୍ତିକ ନିଜ ପିତାମାତାଙ୍କୁ ତାଙ୍କ ବଳ ବୋଲି ଅଭିହିତ କରି କହିଛନ୍ତି ସେମାନଙ୍କ ସମର୍ଥନ ବିନା ଏହା (କ୍ରିକେଟ୍ ଖେଳିବା) ସମ୍ଭବ ହୋଇନଥାନ୍ତା | ସେ ତାଙ୍କ ପତ୍ନୀ ଦୀପିକାଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି।
ଦୀନେଶ କାର୍ତ୍ତିକ ତାଙ୍କ ଶେଷ ମ୍ୟାଚ୍ ଆଇପିଏଲରେ ଗତ ମେ ୨୨ରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଖେଳିଥିଲେ । ସେ ଏହି ଟୁର୍ଣ୍ଣାମେଣ୍ଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଖେଳୁଥିଲେ।
କାର୍ତ୍ତିକ ଭାରତ ପାଇଁ ୨୬ଟି ଟେଷ୍ଟ, ୯୪ ଦିନିକିଆ ଏବଂ ୬୦ ଟି-୨୦ ମ୍ୟାଚ ଖେଳିଛନ୍ତି । ଏହାଛଡ଼ା କାର୍ତ୍ତିକ ଆଇପିଏଲରେ ବିଭିନ୍ନ ଦଳ ପାଇଁ ୨୫୭ ମ୍ୟାଚ୍ ଖେଳିଥିଲେ।
ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ସଂଧ୍ୟା ୫ଟା ସୁଦ୍ଧା ମତଦାନ ହାର ୬୨.୪୬ ପ୍ରତିଶତ
Next Articleଗୀତା ଉପଦେଶ: ସମଦର୍ଶିତାରେ ସ୍ଥିତ, ସେମାନେ ଜନ୍ମ ମୃତ୍ୟୁର ଚକ୍ରକୁ ଏହି ଜନ୍ମରେ ହିଁ ଜୟ କରିଥାନ୍ତି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
