ପଶ୍ଚିମବଙ୍ଗରେ ପୁଣି ଇଡିର ଆକ୍ସନ, ମନ୍ତ୍ରୀଙ୍କ ସହ ଅନେକ ଟିଏମସି ନେତାଙ୍କ ଘରେ ଚଢ଼ାଉ
କୋଲକାତା: ପଶ୍ଚିମବଙ୍ଗରେ ପୁଣି ଆକ୍ସନ ମୋଡରେ ଇଡି । ମ୍ୟୁନିସିପାଲିଟି ସଂସ୍ଥାଗୁଡ଼ିକରେ ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶୁକ୍ରବାର ସକାଳୁ ରାଜ୍ୟ ଅଗ୍ନିଶମ ସେବା ମନ୍ତ୍ରୀ ସୁଜିତ ବୋଷଙ୍କ ଘରେ ଚଢ଼ାଉ କରିଛି। କୋଲକାତା ସହ ରାଜ୍ୟର ଅନେକ ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି । ସୂଚନାନୁସାରେ, ଇଡି ସୁଜିତ ବୋଷଙ୍କ ସହ ଟିଏମସି ମୁଖପାତ୍ର ତଥା ବିଧାୟକ ତାପସ ରୟ ଏବଂ ଉତ୍ତର ଦମ୍ ଦମ୍ ପୌରପାଳିକାର ପୂର୍ବତନ ସଭାପତି ସୁବୋଧ ଚକ୍ରବର୍ତ୍ତୀ ଓ [...]
କୋଲକାତା: ପଶ୍ଚିମବଙ୍ଗରେ ପୁଣି ଆକ୍ସନ ମୋଡରେ ଇଡି । ମ୍ୟୁନିସିପାଲିଟି ସଂସ୍ଥାଗୁଡ଼ିକରେ ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶୁକ୍ରବାର ସକାଳୁ ରାଜ୍ୟ ଅଗ୍ନିଶମ ସେବା ମନ୍ତ୍ରୀ ସୁଜିତ ବୋଷଙ୍କ ଘରେ ଚଢ଼ାଉ କରିଛି। କୋଲକାତା ସହ ରାଜ୍ୟର ଅନେକ ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି ।
ସୂଚନାନୁସାରେ, ଇଡି ସୁଜିତ ବୋଷଙ୍କ ସହ ଟିଏମସି ମୁଖପାତ୍ର ତଥା ବିଧାୟକ ତାପସ ରୟ ଏବଂ ଉତ୍ତର ଦମ୍ ଦମ୍ ପୌରପାଳିକାର ପୂର୍ବତନ ସଭାପତି ସୁବୋଧ ଚକ୍ରବର୍ତ୍ତୀ ଓ ବରିଷ୍ଠ ଟିଏମସି ନେତାଙ୍କ ଘରେ ତଲାସି କରୁଛି। ଏହି ଇଡି ରେଡ୍ ଏପରି ସମୟରେ ହେଉଛି ଯେତେବେଳେ କେନ୍ଦ୍ର ଏବଂ ରାଜ୍ୟର ଶାସକ ଦଳ ଟିଏମସି ମଧ୍ୟରେ ଜୋରଦାର ବାକଯୁଦ୍ଧ ଚାଲିଛି।
ଉଲ୍ଲେଖଯୋଗ୍ୟ, ଜାନୁଆରୀ ୫ ତାରିଖରେ ଟିଏମସି ନେତା ଶାହାଜାହାନ ଶେଖଙ୍କ ଘରେ ଚଢ଼ାଉ ବେଳେ ଇଡି ଟିମ୍ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ଆକ୍ରମଣରେ ଇଡିର କିଛି ଅଧିକାରୀ ଆହତ ହୋଇଥିଲେ । ସେହି ଘଟଣା ପରଠୁ ଶାହାଜାହାନ ଶେଖ୍ ଫେରାର ଅଛନ୍ତି। ଇଡି ତାଙ୍କ ବିରୋଧରେ ଲୁକ୍ଆଉଟ୍ ନୋଟିସ୍ ଜାରି କରିଛି। ଅଧିକାରୀଙ୍କ ଉପରେ ଆକ୍ରମଣ ପରେ ଇଡି ଏଫ୍ଆଇଆର୍ ଦାଖଲ କରିଥିଲା। ତେବେ ପଶ୍ଚିମବଙ୍ଗ ସରକାର ଇଡି ଅଧିକାରୀଙ୍କ ବିରୋଧରେ ଚୋରି, ଲୋକଙ୍କ ଉପରେ ଆକ୍ରମଣ ଏବଂ ମହିଳାଙ୍କୁ ଅପମାନିତ କରିଥିବା ନେଇ ପାଲଟା ଅଭିଯୋଗ କରିଥିଲେ ।
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
