କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ୮ ମୃତ, ୬୦ରୁ ଊର୍ଦ୍ଧ୍ବ ଆହତ
ମୁମ୍ବାଇ: ମହାରାଷ୍ଟ୍ରର ଥାନେ ଜିଲ୍ଲାର ଏକ କେମିକାଲ ଫ୍ୟାକ୍ଟ୍ରିରେ ଗୁରୁବାର ଅପରାହ୍ନରେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟି ଅତି କମରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଅନେକ ଲୋକ ଏବେ ବି ଭିତରେ ଫସି ରହିଛନ୍ତି। ଦମକଳ ବାହୀନି ସହ ଏନଡିଆରଏଫ୍ ଓ ଏସଡିଆରଏଫ୍ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସୂଚନାନୁସାରେ, ଡୋମ୍ବିଭାଲିର ମହାରାଷ୍ଟ୍ର ଇଣ୍ଡଷ୍ଟ୍ରିଆଲ୍ ଡେଭଲପମେଣ୍ଟ କର୍ପୋରେସନ (ଏମ୍ଆଇଡିସି) ଶିଳ୍ପାଞ୍ଚଳ ସ୍ଥିତ ‘ଅମୁଦାନ କେମିକାଲ୍ କମ୍ପାନୀ’ ର [...]
ମୁମ୍ବାଇ: ମହାରାଷ୍ଟ୍ରର ଥାନେ ଜିଲ୍ଲାର ଏକ କେମିକାଲ ଫ୍ୟାକ୍ଟ୍ରିରେ ଗୁରୁବାର ଅପରାହ୍ନରେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟି ଅତି କମରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଅନେକ ଲୋକ ଏବେ ବି ଭିତରେ ଫସି ରହିଛନ୍ତି। ଦମକଳ ବାହୀନି ସହ ଏନଡିଆରଏଫ୍ ଓ ଏସଡିଆରଏଫ୍ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
ସୂଚନାନୁସାରେ, ଡୋମ୍ବିଭାଲିର ମହାରାଷ୍ଟ୍ର ଇଣ୍ଡଷ୍ଟ୍ରିଆଲ୍ ଡେଭଲପମେଣ୍ଟ କର୍ପୋରେସନ (ଏମ୍ଆଇଡିସି) ଶିଳ୍ପାଞ୍ଚଳ ସ୍ଥିତ ‘ଅମୁଦାନ କେମିକାଲ୍ କମ୍ପାନୀ’ ର ରିଆକ୍ଟରରେ ବିସ୍ଫୋରଣ ଯୋଗୁଁ ଅପରାହ୍ନ ପ୍ରାୟ ୧:୪୦ରେ ଭୀଷଣ ନିଆଁ ଲାଗି ଯାଇଥିଲା।
କଲ୍ୟାଣ ତହସିଲଦାର ସଚିନ ସେଜଲ କହିଛନ୍ତି, ଘଟଣାସ୍ଥଳରୁ ଏପର୍ଯ୍ୟନ୍ତ ଉଦ୍ଧାର ହୋଇଥିବା ୮ ମୃତଦେହ ଏତେ ମାତ୍ରାରେ ଜଳି ଯାଇଛି ଯେ ସେମାନଙ୍କୁ ଚିହ୍ନଟ କରିବା କଷ୍ଟକର ହୋଇଛି। ବିସ୍ଫୋରଣ ଏବଂ ଅଗ୍ନିକାଣ୍ଡରେ ଏହି ଅଞ୍ଚଳର ଅତି କମରେ ପାଞ୍ଚଟି କମ୍ପାନୀ କ୍ଷତିଗ୍ରସ୍ତ ହୋଇଛି ବୋଲି ସେ କହିଛନ୍ତିି।
ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସହ ଶିଳ୍ପ ମନ୍ତ୍ରୀ ଉଦୟ ସାମନ୍ତ, ସ୍ଥାନୀୟ ସାଂସଦ ଶ୍ରୀକାନ୍ତ ସିନ୍ଦେ ଏବଂ ବିଧାୟକ ରାଜୁ ପାଟିଲ ମୁମ୍ବାଇ ଠାରୁ ପ୍ରାୟ ୪୦ କିଲୋମିଟର ଦୂରରେ ଅବସ୍ଥିତ ଏମ୍ଆଇଡିସି ଶିଳ୍ପାଞ୍ଚଳ ପରିଦର୍ଶନ କରିଛନ୍ତି। ଓଆହତ ବ୍ୟକ୍ତିଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଘୋଷଣା କରିଛନ୍ତି। ଏହି ଘଟଣାରେ ମୃତାହତଙ୍କୁ ଏକ ସପ୍ତାହ ମଧ୍ୟରେ କ୍ଷତିପୂରଣ ପ୍ରଦାନ କରାଯିବ। ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଜଣେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ କାରଖାନାରେ ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଏହାର ଶବ୍ଦ ଏକ କିଲୋମିଟର ଯାଏଁ ଶୁଭିଥିଲା । ବିସ୍ଫୋରଣ ଯୋଗୁଁ ନିକଟସ୍ଥ କୋଠା ଗୁଡ଼ିକର ଝରକା ଫାଟିଯାଇଥିବା ବେଳେ କିଛି ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।
Odisha Elections 2024: Kartik Pandian Campaigns in Jagatsinghpur Lok Sabha Constituency
Next Articleଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ କ୍ଷେତ୍ର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
