ଲୋକସଭା ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟର ୮୮ ଟି ଆସନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଗୁରୁବାର (ମାର୍ଚ୍ଚ ୨୮) ଠାରୁ ଆରମ୍ଭ ହୋଇଛି। ରାଷ୍ଟ୍ରପତିଙ୍କ ତରଫରୁ ନିର୍ବାଚନ କମିଶନ ଏପ୍ରିଲ ୨୬ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଗୁରୁବାର ସକାଳେ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ଏପ୍ରିଲ ୪ | ଜମ୍ମୁ କାଶ୍ମୀରକୁ ଛାଡ଼ି ଅନ୍ୟ [...]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟର ୮୮ ଟି ଆସନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଗୁରୁବାର (ମାର୍ଚ୍ଚ ୨୮) ଠାରୁ ଆରମ୍ଭ ହୋଇଛି। ରାଷ୍ଟ୍ରପତିଙ୍କ ତରଫରୁ ନିର୍ବାଚନ କମିଶନ ଏପ୍ରିଲ ୨୬ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଗୁରୁବାର ସକାଳେ ବିଜ୍ଞପ୍ତି ଜାରି କରିଛନ୍ତି।
ଏହି ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ଏପ୍ରିଲ ୪ |
ଜମ୍ମୁ କାଶ୍ମୀରକୁ ଛାଡ଼ି ଅନ୍ୟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ନାମାଙ୍କନ ପତ୍ର ଯାଞ୍ଚ ଏପ୍ରିଲ ୫ରେ ହେବ। ଜମ୍ମୁ କାଶ୍ମୀରରେ ଏପ୍ରିଲ ୬ରେ ହେବ ନାମାଙ୍କନ ପତ୍ର ଯାଞ୍ଚ ।
ଏହି ପର୍ଯ୍ୟାୟରେ ଆଉଟର ମଣିପୁର ଲୋକସଭା ନିର୍ବାଚନମଣ୍ଡଳୀର ଏକ ଭାଗରେ ମଧ୍ୟ ମତଦାନ ଅନୁଷ୍ଠିତ ହେବ। ଆଉଟର ମଣିପୁରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ମାର୍ଚ୍ଚ ୨୦ରେ ଜାରି କରାଯାଇଥିଲା।
ଆଉଟର ମଣିପୁର ଲୋକସଭା ଆସନ ଅନ୍ତର୍ଗତ ୧୫ ବିଧାନସଭା ନିର୍ବାଚନମଣ୍ଡଳୀରେ ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ଏହି ଆସନ ଅନ୍ତର୍ଗତ ଅନ୍ୟ ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଏପ୍ରିଲ ୨୬ରେ ମତଦାନ ଦ୍ୱିତୀୟ ପର୍ଯ୍ୟାୟରେ ହେବ।
ଏହାଛଡ଼ା ଆସାମ, ବିହାର, ଛତିଶଗଡ, ଜମ୍ମୁ-କାଶ୍ମୀର, କର୍ଣ୍ଣାଟକ, କେରଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ରାଜସ୍ଥାନ, ତ୍ରିପୁରା, ଉତ୍ତର ପ୍ରଦେଶ ଏବଂ ପଶ୍ଚିମବଙ୍ଗର ଅନେକ ଆସନରେ ଦ୍ୱିତୀୟ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ।
ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ସମ୍ପର୍ଣ୍ଣ ହୋଇଛି ଶ୍ରୀଜୀଉଙ୍କ ବେଣ୍ଟନୀତି
Next Articleରେକର୍ଡ ସ୍କୋର କରିବା ପରେ ମୁମ୍ବାଇକୁ ହରାଇ ଖାତା ଖୋଲିଲା ସନରାଇଜର୍ସ ହାଇଦ୍ରାବାଦ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
