न्यूज़रूम ओडिशा
ब्रेकिंग
ओडिया समाचार

ଗିରଫ ବିରୋଧରେ ସୁପ୍ରିମକୋର୍ଟ ଗଲେ ହେମନ୍ତ ସୋରେନ, କାଲି ହେବ ଶୁଣାଣି

ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ଇଡି ଦ୍ବାରା ତାଙ୍କୁ ଗିରଫ ନିଷ୍ପତ୍ତି ବିରୋଧରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ମୁଖ୍ୟ ହେମନ୍ତ ସୋରେନ ଗୁରୁବାର ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍ ଜେବି ପାରଦୀୱାଲା ଓ ଜଷ୍ଟିସ ମନୋଜ ମିଶ୍ରଙ୍କ ତିନି ଜଣିଆ ଖଣ୍ଡପୀଠ ଶୁକ୍ରବାର ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆବେଦନର ଶୁଣାଣି କରିବେ । ସୋରେନଙ୍କ ତରଫରୁ ହାଜର ହୋଇଥିବା ବରିଷ୍ଠ ଆଇନଜୀବୀ କପିଳ ସିବଲ ଏବଂ [...]

Admin•1 फ़रवरी 2024
Share Article:

ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ଇଡି ଦ୍ବାରା ତାଙ୍କୁ ଗିରଫ ନିଷ୍ପତ୍ତି ବିରୋଧରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ମୁଖ୍ୟ ହେମନ୍ତ ସୋରେନ ଗୁରୁବାର ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍ ଜେବି ପାରଦୀୱାଲା ଓ ଜଷ୍ଟିସ ମନୋଜ ମିଶ୍ରଙ୍କ ତିନି ଜଣିଆ ଖଣ୍ଡପୀଠ ଶୁକ୍ରବାର ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆବେଦନର ଶୁଣାଣି କରିବେ ।

ସୋରେନଙ୍କ ତରଫରୁ ହାଜର ହୋଇଥିବା ବରିଷ୍ଠ ଆଇନଜୀବୀ କପିଳ ସିବଲ ଏବଂ ଅଭିଷେକ ସିଂଘଭି ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ସୋରେନ ଏହି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟରେ ଦାୟର କରିଥିବା ଆବେଦନ ପ୍ରତ୍ୟାହାର କରିବେ।

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପରେ ଜମି ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ସୋରେନଙ୍କୁ ବୁଧବାର ରାତିରେ ଗିରଫ କରିଥିଲା ଇଡି । ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟ ପରିବହନ ମନ୍ତ୍ରୀ ଚମ୍ପାଇ ସୋରେନଙ୍କୁ ମନୋନୀତ କରିଛି ଶାସକ ଦଳ। ପ୍ରାୟ ୭ ଘଣ୍ଟା ଜେରା ପରେ ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା ।

#Odia#Odisha#News
Share Article:

Related Articles