ସର୍ବ ସମ୍ମୁଖକୁ ଆସିଲେ ହେମନ୍ତ ସୋରେନ୍, କାଲି ଇଡି ନିକଟରେ ହାଜର ହୋଇପାରନ୍ତି
ରାଞ୍ଚି: ଗତ ୨୪ ଘଣ୍ଟା ଧରି ‘ନିଖୋଜ’ ହୋଇଯିବା ପରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ମଙ୍ଗଳବାର ସର୍ବ ସମ୍ମୁଖକୁ ଆସିଛନ୍ତି । ଆଜି ସୋରେନ ରାଞ୍ଚିରେ ତାଙ୍କ ସରକାରୀ ବାସଭବନରେ ପହଞ୍ଚିଛନ୍ତି । କିଛି ମିନିଟ୍ ପରେ ସୋରେନଙ୍କ ଅଧ୍ୟକ୍ଷତାରେ ଶାସକ ଦଳର ବିଧାୟକଙ୍କ ଏକ ବୈଠକ ହେବା ସମ୍ଭାବନା ରହିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ ସୂତ୍ରରୁ ଜଣାପଡିଛି । ସୋମବାର ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ତାଙ୍କ ସରକାରୀ ବାସଭବନରେ ପହଞ୍ଚିଥିଲେ । ଝାଡ଼ଖଣ୍ଡର [...]
ରାଞ୍ଚି: ଗତ ୨୪ ଘଣ୍ଟା ଧରି ‘ନିଖୋଜ’ ହୋଇଯିବା ପରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ମଙ୍ଗଳବାର ସର୍ବ ସମ୍ମୁଖକୁ ଆସିଛନ୍ତି । ଆଜି ସୋରେନ ରାଞ୍ଚିରେ ତାଙ୍କ ସରକାରୀ ବାସଭବନରେ ପହଞ୍ଚିଛନ୍ତି । କିଛି ମିନିଟ୍ ପରେ ସୋରେନଙ୍କ ଅଧ୍ୟକ୍ଷତାରେ ଶାସକ ଦଳର ବିଧାୟକଙ୍କ ଏକ ବୈଠକ ହେବା ସମ୍ଭାବନା ରହିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ ସୂତ୍ରରୁ ଜଣାପଡିଛି । ସୋମବାର ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ତାଙ୍କ ସରକାରୀ ବାସଭବନରେ ପହଞ୍ଚିଥିଲେ ।
ଝାଡ଼ଖଣ୍ଡର ଜେଏମ୍ଏମ୍ ନେତୃତ୍ୱାଧୀନ ଶାସକ ଦଳର ସମସ୍ତ ବିଧାୟକଙ୍କୁ ରାଜ୍ୟ ରାଜଧାନୀ ବାହାରକୁ ନ ଯିବାକୁ କୁହାଯାଇଛି । ରାଜ୍ୟର ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ସମ୍ପର୍କରେ ଆଲୋଚନା ପାଇଁ ମଙ୍ଗଳବାର ବସିବାକୁ ଥିବା ବୈଠକରେ ସେମାନଙ୍କୁ ଯୋଗଦେବାକୁ କୁହାଯାଇଛି ।
ଶାସକ ଦଳର ଜଣେ ବିଧାୟକ କହିଛନ୍ତି, ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ବୁଧବାର ମୁଖ୍ୟମନ୍ତ୍ରୀଙ୍କୁ ପଚରାଉଚରା ପରିପ୍ରେକ୍ଷୀରେ ରଣନୀତି ଉପରେ ଆଲୋଚନା ପାଇଁ ଏହି ବୈଠକ ଡକାଯାଇଛି।
ସେ ବୁଧବାର ଅପରାହ୍ନ ୧ଟାରେ ତାଙ୍କ ବାସଭବନରେ ନିଜ ବୟାନ ରେକର୍ଡ କରିବାକୁ ପ୍ରସ୍ତୁତ ବୋଲି ୪୮ ବର୍ଷୀୟ ସୋରେନ ଇଡିକୁ ଏକ ଇମେଲ ପଠାଇ ଜଣାଇଛନ୍ତି ।
ଜମି ଜାଲିଆତି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାର ତଦନ୍ତ ସମ୍ପର୍କରେ ତାଙ୍କୁ ପଚରାଉଚରା କରିବା ପାଇଁ ଇଡିର ଏକ ଟିମ୍ ସୋମବାର ଦକ୍ଷିଣ ଦିଲ୍ଲୀରେ ଥିବା ସୋରେନଙ୍କ ବାସଭବନରେ ପହଞ୍ଚିଥିଲେ । ତେବେ ଇଡି ଟିମ୍ ସେଠାରେ ୧୩ ଘଣ୍ଟାରୁ ଅଧିକ ସମୟ ଧରି ଅପେକ୍ଷା କରିଥିଲେ ମଧ୍ୟ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଦେଖା ମିଳିନଥିଲା । ଏହି ସମୟ ମଧ୍ୟରେ ଇଡି ତାଙ୍କ ବାସଭବନରେ ତଲାସି କରିଥିଲା। ସୋରେନଙ୍କ ଦିଲ୍ଲୀ ବାସଭବନରେ ଖୋଜାଖୋଜି କରିବା ପରେ ଇଡି ୩୬ ଲକ୍ଷ ଟଙ୍କା, ଏକ ଏସୟୁଭି ଏବଂ କିଛି ସମ୍ବେଦନଶୀଳ ଦଲିଲ ଜବତ କରିଥିଲା ।
Naveen Expresses Happiness as Sunapur Beach Accorded Blue Flag Certification
Next Articleଗୋପନୀୟତା ଉଲ୍ଲଂଘନ ମାମଲାରେ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
