ଆଜିଠୁ ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍
ମୋହାଲି: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଗୁରୁବାର ପଞ୍ଜାବର ମୋହାଲିରେ ଖେଳାଯିବ। ଟି୨୦ ବିଶ୍ଵକପ ପୂର୍ବରୁ ଏହା ଭାରତର ଅନ୍ତିମ ପ୍ରସ୍ତୁତି ସିରିଜ୍ ହୋଇଥିବା ବେଳେ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଦୀର୍ଘ ୧୪ ମାସ ପରେ ଉଭୟ ରୋହିତ ଓ କୋହଲି ଏକ ଅନ୍ତର୍ଜାତୀୟ ଟି୨୦ ଆଜି ପ୍ରଥମ ଟି୨୦ ଖେଳିବାକୁ ଯାଉଛନ୍ତି। ତେବେ ବ୍ୟକ୍ତିଗତ କାରଣରୁ ବିରାଟ କୋହଲି ପ୍ରଥମ ଟି୨୦ [...]
ମୋହାଲି: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଗୁରୁବାର ପଞ୍ଜାବର ମୋହାଲିରେ ଖେଳାଯିବ। ଟି୨୦ ବିଶ୍ଵକପ ପୂର୍ବରୁ ଏହା ଭାରତର ଅନ୍ତିମ ପ୍ରସ୍ତୁତି ସିରିଜ୍ ହୋଇଥିବା ବେଳେ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଦୀର୍ଘ ୧୪ ମାସ ପରେ ଉଭୟ ରୋହିତ ଓ କୋହଲି ଏକ ଅନ୍ତର୍ଜାତୀୟ ଟି୨୦ ଆଜି ପ୍ରଥମ ଟି୨୦ ଖେଳିବାକୁ ଯାଉଛନ୍ତି। ତେବେ ବ୍ୟକ୍ତିଗତ କାରଣରୁ ବିରାଟ କୋହଲି ପ୍ରଥମ ଟି୨୦ ଖେଳିବେ ନାହିଁ ବୋଲି ଭାରତୀୟ ଦଳର ମୁଖ୍ୟ କୋଚ୍ ରାହୁଲ ଦ୍ରାବିଡ ଘୋଷଣା କରିନ୍ତି। ଯଦିଓ ଆଇପିଏଲ ପ୍ରଦର୍ଶନ ପରେ ହିଁ ବିଶ୍ବକପ୍ଟର ଚୂଡାନ୍ତ ୧୫ ଚୟନ କରାଯିବ ତେବେ ଏହି ସିରିଜ୍ ଅନେକ ଗୁରୁତ୍ଵ ବହନ କରେ । ଅଧିନାୟକ ଭାବେ ରୋହିତ ପ୍ରଥମ ମ୍ୟାଚ୍ରେ ଖେଳିବା ନିଶ୍ଚିତ।
ଅଧିନାୟକ ରହିଥିବା ରୋହିତ ଶର୍ମା ନିଜର ଆକ୍ରମଣାତ୍ମକ ଆଭିମୁଖ୍ୟ ବଜାୟ ରଖିବା ନେଇ ଆଶା କରାଯାଏ। ଦିନିକିଆ ବିଶ୍ୱକପ୍ରେ ରୋହିତ ଯେଉଁ ଅନ୍ଦାଜରେ ବ୍ୟାଟିଂ କରୁଥିଲେ ସମାନ ଢଙ୍ଗରେ ବ୍ୟାଟିଂ କରିବା ନେଇ ଫ୍ୟାନ୍ମାନେ ଆଶା କରିବେ । ଦକ୍ଷିଣ ଆଫ୍ରିକା ଗସ୍ତରୁ ଫେରିବା ପରେ ବୁଧବାର ଭାରତୀୟ ଦଳ ଏକତ୍ରିତ ହୋଇଛି। ଯଶସ୍ବୀ ଜୈସୱାଲ ଓ ତିଳକ ବର୍ମା ଦକ୍ଷିଣ ଆଫ୍ରିକା ଗସ୍ତରେ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଏହି ସିରିଜରେ ଉଭୟଙ୍କ ମଧ୍ୟରୁ ଜଣଙ୍କୁ ହିଁ ସୁଯୋଗ ମିଳିପାରିବ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଆଜି ପରିଚାଳନା କମିଟି ବୈଠକ
Next Articleଏଟିଏମ ଭାଙ୍ଗି ୨୦ ଲକ୍ଷ ଟଙ୍କା ଲୁଟ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
