ଟି-୨୦ ବିଶ୍ୱକପ: ସହଜ ବିଜୟରୁ ଭାରତର ଅଭିଯାନ, ପ୍ରଥମ ମ୍ୟାଚରେ ଆୟର୍ଲାଣ୍ଡକୁ ୮ ଓ୍ବିକେଟରେ ହରାଇଲା
ନ୍ୟୁୟର୍କ: ସହଜ ବିଜୟ ସହ ଟିମ୍ ଇଣ୍ଡିଆ ଟି-୨୦ ବିଶ୍ୱକପରେ ଅଭିଯାନ ଆରମ୍ଭ କରିଛି। ବୁଧବାର ପ୍ରଥମ ମ୍ୟାଚରେ ଭାରତ ଏକତରଫା ଭାବେ ଆୟର୍ଲାଣ୍ଡକୁ ୮ ଓ୍ବିକେଟରେ ହରାଇଛି । ନ୍ୟୁୟର୍କର ନାସାଉ କାଉଣ୍ଟି ଇଣ୍ଟରନ୍ୟାସନାଲ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ଟସ୍ ଜିତି ଆୟର୍ଲାଣ୍ଡକୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲା। ଆୟର୍ଲାଣ୍ଡ ୧୬ ଓଭରରେ ମାତ୍ର ୯୬ ରନ୍ କରି ଅଲ୍ଆଉଟ୍ ହୋଇଯାଇଥିଲା। ଭାରତ ପକ୍ଷରୁ ଦ୍ରୁତ ବୋଲରମାନେ ୮ଟି ୱିକେଟ୍ ନେଇଥିଲେ। ହାର୍ଦ୍ଦିକ [...]
ନ୍ୟୁୟର୍କ: ସହଜ ବିଜୟ ସହ ଟିମ୍ ଇଣ୍ଡିଆ ଟି-୨୦ ବିଶ୍ୱକପରେ ଅଭିଯାନ ଆରମ୍ଭ କରିଛି। ବୁଧବାର ପ୍ରଥମ ମ୍ୟାଚରେ ଭାରତ ଏକତରଫା ଭାବେ ଆୟର୍ଲାଣ୍ଡକୁ ୮ ଓ୍ବିକେଟରେ ହରାଇଛି ।
ନ୍ୟୁୟର୍କର ନାସାଉ କାଉଣ୍ଟି ଇଣ୍ଟରନ୍ୟାସନାଲ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ଟସ୍ ଜିତି ଆୟର୍ଲାଣ୍ଡକୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲା। ଆୟର୍ଲାଣ୍ଡ ୧୬ ଓଭରରେ ମାତ୍ର ୯୬ ରନ୍ କରି ଅଲ୍ଆଉଟ୍ ହୋଇଯାଇଥିଲା। ଭାରତ ପକ୍ଷରୁ ଦ୍ରୁତ ବୋଲରମାନେ ୮ଟି ୱିକେଟ୍ ନେଇଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ସର୍ବାଧିକ ୩ଟି ୱିକେଟ୍ ନେଇଥିବା ବେଳେ ଅର୍ଶଦୀପ ସିଂ ଓ ଯସପ୍ରୀତ ବୁମରା ୨ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ । ସିରାଜ ଗୋଟିଏ ୱିକେଟ୍ ପାଇଥିଲେ।
ଆୟର୍ଲାଣ୍ଡ ପ୍ରଦତ୍ତ ୯୭ ରନ୍ର ଲକ୍ଷ୍ୟକୁ ଭାରତ ୧୨.୨ ଓଭରରେ ଦୁଇଟି ୱିକେଟ୍ ହରାଇ ସହଜରେ ହାସଲ କରିଥିଲା। ରୋହିତ ଶର୍ମାଙ୍କ ସହ ଓପନିଂ କରିବାକୁ ଆସିଥିବା ବିରାଟ କୋହଲି ମାତ୍ର ୧ ରନ୍ କରି ଆଉଟ୍ ହୋଇଥିଲେ । ତେବେ ରୋହିତ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ସେ ୪ଟି ଚୌକା ଓ ୩ଟି ଛକା ସହାୟତାରେ ୩୭ ବଲରେ ୫୨ ରନ କରିଥିଲେ। ଏହାପରେ ସେ ରିଟାୟର ହର୍ଟ ହୋଇଥିଲେ । ସୂର୍ଯ୍ୟକୁମାର ଯାଦବ ୨ ରନ୍ କରି ପ୍ୟାଭିଲିୟନ ଫେରିଯାଇଥିବା ବେଳେ ରିଷଭ ପନ୍ତ ୨୬ ବିଲରେ ୩ ଚୌକା ଓ ୨ ଚକା ସହ ଅପରାଜିତ ୩୬ ରନ୍ କରିଥିଲେ। ଭାରତ ରବିବାର ପରବର୍ତ୍ତୀ ମ୍ୟାଚରେ ପାକିସ୍ତାନକୁ ଭେଟିବ ।
ଆଜି ସାବିତ୍ରୀ ଅମାବାସ୍ୟା, ସଧବା ନାରୀମାନେ ନିଜ ପତିଙ୍କର ଦୀର୍ଘ ଆୟୁଷ କାମନା କରି ଏହି ବ୍ରତ ପାଳନ କରିଥାନ୍ତି
Next Articleସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ପଷ୍ଟୀକରଣ: ଚାଲୁ ରହିଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
