ଭଦ୍ରକ ଲୋକସଭା କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର : ତୃତୀୟ ପର୍ଯ୍ୟାୟ ସୁଦ୍ଧା ବିଜେଡି ସଂଖ୍ୟାଗରିଷ୍ଠତା ପାଇଥିବା ଦାବି
ଭୁବନେଶ୍ବର – ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଭଦ୍ରକ ଲୋକସଭା କ୍ଷେତ୍ରର ବାସୁଦେବପୁର ଓ ତିହିଡିରେ ନିର୍ବାଚନ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ଓ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବାକୁ ନିବେଦନ କରିଛନ୍ତି। ସେ କହିଲେ ଯେ, ବର୍ତ୍ତମାନ ସୁଦ୍ଧା ଓଡିଶାର ୩ଟି ପର୍ଯ୍ୟାୟ ନିର୍ବାଚନରେ ଆମେ ସଂଖ୍ୟା ଗରିଷ୍ଠତା ହାସଲ କରିସାରିଛୁ। ତିନି ପର୍ଯ୍ୟାୟରେ ଓଡିଶାର ୧୦୫ଟି ସିଟ୍ରେ ନିର୍ବାଚନ ସରିଯାଇଛି। ମହାପ୍ରଭୁଙ୍କ ଆଶୀର୍ବାଦରୁ ବର୍ତ୍ତମାନ [...]
ଭୁବନେଶ୍ବର – ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଭଦ୍ରକ ଲୋକସଭା କ୍ଷେତ୍ରର ବାସୁଦେବପୁର ଓ ତିହିଡିରେ ନିର୍ବାଚନ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ଓ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବାକୁ ନିବେଦନ କରିଛନ୍ତି।
ସେ କହିଲେ ଯେ, ବର୍ତ୍ତମାନ ସୁଦ୍ଧା ଓଡିଶାର ୩ଟି ପର୍ଯ୍ୟାୟ ନିର୍ବାଚନରେ ଆମେ ସଂଖ୍ୟା ଗରିଷ୍ଠତା ହାସଲ କରିସାରିଛୁ। ତିନି ପର୍ଯ୍ୟାୟରେ ଓଡିଶାର ୧୦୫ଟି ସିଟ୍ରେ ନିର୍ବାଚନ ସରିଯାଇଛି। ମହାପ୍ରଭୁଙ୍କ ଆଶୀର୍ବାଦରୁ ବର୍ତ୍ତମାନ ସୁଦ୍ଧା ବିଜେଡି ନମ୍ବର ପାଇ ସାରିଛି ବୋଲି ପାଣ୍ଡିଆନ ଦାବି କରିଥିଲେ।
ମହାପ୍ରଭୁଙ୍କ ଆଶୀର୍ବାଦରୁ ଜୁନ୍ ୯ ତାରିଖରେ ନବୀନ ପଟ୍ଟନାୟକ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବେ ବୋଲି ପ୍ରକାଶ କରି ସେ କହିଲେ ଯେ ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଦସ୍ତଖତରେ ଓଡିଶାର ୯୦ ପ୍ରତିଶତ ପରିବାରଙ୍କ ପାଇଁ ବିଜୁଳି ବିଲ୍ ଛାଡ କରିବେ। ଦ୍ୱିତୀୟ ଦସ୍ତଖତରେ ସମସ୍ତେ ବିଏସକେୱ।ଇରେ କାର୍ଡ ପାଇବେ । ତୃତୀୟ ଦସ୍ତଖତରେ ମିଶନ ଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ଭତ୍ତା ବ୍ୟବସ୍ଥା ହେବ।ଚତୁର୍ଥ ଦସ୍ତଖତରେ କଲେଜ ଛାତ୍ରଛାତ୍ରୀଙ୍କୁ ସଂଶୋଧିତ ନୂଆ-ଓ ଛାତ୍ରବୃତ୍ତି ମିଳିବ। ପୁଅ ପାଇବେ ୧୨ ହଜାର, ଝିଅ ପାଇବେ ୧୪ ହଜାର ଟଙ୍କା।
ମୁଖ୍ୟମନ୍ତ୍ରୀ ସବୁବେଳେ ଆପଣଙ୍କ ପଛରେ ଠିଆ ହୋଇ ରହିଛନ୍ତି, ଆପଣଙ୍କ ସୁଖ ଦୁଃଖରେ ଅଛନ୍ତି ବୋଲି ସେ କହିଥିଲେ। ବିଜେପି ମିଛ ପ୍ରତିଶ୍ରୁତିର ମୁଖା ଖୋଲି ପାଣ୍ଡିଆନ କହିଲେ ଯେ ଡବଲ ଇଞ୍ଜିନ ରାଜ୍ୟରେ ୫ ପ୍ରତିଶତ ପିଲା ବି ଛାତ୍ରବୃତ୍ତି ପାଉନାହାନ୍ତି। ନବୀନ ବାବୁଙ୍କ ରାଜ୍ୟରେ ୯୮ ପ୍ରତିଶତ ପିଲା ଛାତ୍ରବୃତ୍ତି ପାଇବେ। ସେ ପୁଣି କହିଲେ ଯେ, ବିଏସକେୱ।ଇରେ ଶତ ପ୍ରତିଶତ ପରିବାର ସାମିଲ ହେବେ। ଆୟୁଷ୍ମାନ ଯୋଜନାରେ କେବଳ ବିପିଏଲ ପରିବାର ଏହି ସୁବିଧା ପାଇବେ, ଅନ୍ୟମାନେ ପାଇବେ ନାହିଁ।
ମମତା ଯୋଜନାରେ ନବୀନ ବାବୁଙ୍କ ସରକାର ମା’ ମାନଙ୍କୁ ୧୦ ହଜାର ଟଙ୍କା ଦେଉଛନ୍ତି, ଡବଲ ଇଞ୍ଜିନ ସରକାର ୬ ହଜାର ଟଙ୍କା ଦେଉଛନ୍ତି। ସାମାଜିକ ସୁରକ୍ଷା ଯୋଜନାରେ ଡବଲ ଇଞ୍ଜିନ ସରକାର ୩୦୦ ଟଙ୍କା ଭତ୍ତା ଦେଉଛନ୍ତି, ଆମେ ଦେଉଛୁ ୧ ହଜାର ଟଙ୍କା।ସେ ପୁଣି କହିଲେ ଯେ ଏବେ ନୂଆ ଘୋଷଣା କରିଛନ୍ତି ମା’ ମାନଙ୍କୁ ୫୦ ହଜାର ଟଙ୍କା ଦେବେ। ଲୋକଙ୍କୁ ମନେ ପକାଇ ସେ କହିଲେ ଯେ ୨୦୧୪ରେ କହିଥିଲେ ପ୍ରତ୍ୟେକଙ୍କୁ ୧୫ ଲକ୍ଷ ଟଙ୍କା ଦେବେ, କୁଆଡେ ଗଲା? ଦରଦାମ କମିଲା କି? ସେମାନେ ଯାହା ବି କହୁଛନ୍ତି ସବୁ ମିଛ କଥା କହୁଛନ୍ତି। ନିର୍ବାଚନ ସମୟରେ ବଡ ବଡ କଥା କହିବେ, ନିର୍ବାଚନ ସରିଗଲେ ଦେଖା ମିଳିବ ନାହିଁ । ଏହି ସଭାରେ ସେ ବିଶିଷ୍ଟ ଜନନେତା ସ୍ୱର୍ଗତ ନୀଳମଣି ରାଉତରାୟ ଓ ବିଜୟଶ୍ରୀ ରାଉତରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ସେ କହିଲେ ଯେ ଏ ଦୁଇ ରାଜନେତା ଏବେ ବି ଆପଣମାନଙ୍କ ହୃଦୟରେ ଅଛନ୍ତି।
ଆମ ସମସ୍ତଙ୍କ ସମ୍ମାନ ଓ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନ ରକ୍ଷା ଦୃଷ୍ଟିରୁ ତାଙ୍କ ପୁଅଙ୍କୁ ରେକର୍ଡ ମାର୍ଜିନ୍ରେ ଜିତାଇବା ପାଇଁ ସେ ଅନୁରୋଧ କରିଥିଲେ।
ଲୋକଙ୍କୁ ବିକାଶ କାମର ହିସାବ ଦେଇ ସେ କହିଲେ ଯେ ମୁଖ୍ୟମନ୍ତ୍ରୀ ଚୂଡାମଣି ଫିସ୍ ଲ୍ୟାଣ୍ଡିଂ ସେଣ୍ଟର ପାଇଁ ୮୦ କୋଟି ଏବଂ ଐତିହାସିକ ସ୍ମୃତି ପୀଠ ଇରମର ବିକାଶ ପାଇଁ ୨.୫୦ କୋଟି ଟଙ୍କା ଯୋଗାଇ ଦେଇଛନ୍ତି। ତିହିଡିରେ ନୂଆ ଫାୟାର ଷ୍ଟେସନ ହୋଇଛି।
କାର୍ଯ୍ୟକ୍ରମରେ ଭଦ୍ରକ ସାଂସଦ ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ, ବାସୁଦେବପୁର ବିଧାୟକ ପ୍ରାର୍ଥୀ ବିଷ୍ଣୁବ୍ରତ ରାଉତରାୟ ଓ ଚାନ୍ଦବାଲି ବିଧାୟକ ପ୍ରାର୍ଥୀ ବ୍ୟୋମକେଶ ରାୟ ପ୍ରମୁଖ ଉଦ୍ବୋଧନ ଦେଇ ବିଜୁ ଜନତା ଦଳକୁ ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତ ମୁଠାକୁ ଟାଣ କରିବା ପାଇଁ ନିବେଦନ କରିଥିଲେ।
Kartik Pandian Campaigns in Bhadrak Lok Sabha Constituency, Says BJD Already Has Majority Mark to Form Govt
Next Articleଗୀତା ଉପଦେଶ: ସମଦର୍ଶିତାରେ ସ୍ଥିତ,ସେମାନେ ଜନ୍ମ ମୃତ୍ୟୁର ଚକ୍ରକୁ ଏହି ଜନ୍ମରେ ହିଁ ଜୟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
