ଇଡି ରିମାଣ୍ଡ ଶେଷ ପରେ ଜେଲ୍ ଗଲେ କେଜ୍ରିୱାଲ
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଇଡି ରିମାଣ୍ଡ ଆଜି ଶେଷ ହେବା ପରେ ତଳକୋର୍ଟ ତାଙ୍କୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି । ସେ ପ୍ରାୟ ଦୁଇ ସପ୍ତାହ ତିହାର ଜେଲରେ ରହିବେ । ରିମାଣ୍ଡ ଅବଧି ଶେଷ ହେବା ପରେ ଇଡି ଆଜି କେଜ୍ରିୱାଲଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରେ ହାଜର କରିଥିଲା। ଇଡି ତାଙ୍କର ରିମାଣ୍ଡ ପରିବର୍ତ୍ତେ ବିଚାର ବିଭାଗୀୟ ହାଜତ ପାଇଁ ଆବେଦନ କରିଥିଲା [...]
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଇଡି ରିମାଣ୍ଡ ଆଜି ଶେଷ ହେବା ପରେ ତଳକୋର୍ଟ ତାଙ୍କୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି । ସେ ପ୍ରାୟ ଦୁଇ ସପ୍ତାହ ତିହାର ଜେଲରେ ରହିବେ ।
ରିମାଣ୍ଡ ଅବଧି ଶେଷ ହେବା ପରେ ଇଡି ଆଜି କେଜ୍ରିୱାଲଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରେ ହାଜର କରିଥିଲା। ଇଡି ତାଙ୍କର ରିମାଣ୍ଡ ପରିବର୍ତ୍ତେ ବିଚାର ବିଭାଗୀୟ ହାଜତ ପାଇଁ ଆବେଦନ କରିଥିଲା । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଦନ୍ତରେ ସହଯୋଗ କରୁନାହାଁନ୍ତି ବୋଲି ଅଭିଯୋଗ କରିଥିଲା ଇଡି। କେନ୍ଦ୍ରୀୟ ସଂସ୍ଥାର ଯୁକ୍ତି ଶୁଣିବା ପରେ ସ୍ୱତନ୍ତ୍ର ଜଜ୍ କାବେରୀ ବୱେଜା କେଜ୍ରିୱାଲଙ୍କୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଥିଲେ।
ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଇଡି ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା। ପରଦିନ ଟ୍ରାଏଲ୍ କୋର୍ଟ ତାଙ୍କୁ ୬ ଦିନ ପାଇଁ ଇଡି ହାଜତକୁ ପଠାଇଥିଲେ। ପୁଣି ମାର୍ଚ୍ଚ ୨୮ରେ କେଜ୍ରିୱାଲଙ୍କ ଇଡି ହାଜତ ମିଆଦ ଆଉ ୪ ଦିନ ବଢ଼ାଇଥିଲେ କୋର୍ଟ ।
ରାଜ୍ୟରେ ଖରା ପ୍ରକୋପ ଜାରି, ଦିନ ୧୧ଟା ୩୦ ସୁଦ୍ଧା ୮ ସହରର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଉପରେ
Next Article89th Police Formation Day Observed In Berhampur
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
