ତିହାର ଫେରିଲେ କେଜ୍ରିୱାଲ
ନୂଆଦିଲ୍ଲୀ: ୨୧ ଦିନିଆ ଅନ୍ତରୀଣ ଜାମିନ ଶେଷ ହେବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀର ତିହାର ଜେଲରେ ରବିବାର ଆତ୍ମସମର୍ପଣ କରିଛନ୍ତି। ଦିଲ୍ଲୀ ସରକାରୀ ମନ୍ତ୍ରୀ ଅତିଶୀ ମାର୍ଲେନା କହିଛନ୍ତି, “ନିର୍ବାଚନ ହେଉଛି ଗଣତନ୍ତ୍ରର ମୂଳଦୂଆ। ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ୨୧ ଦିନ ଜାମିନ ଦେଇଥିଲେ । କୋର୍ଟ ଏବଂ ସମ୍ବିଧାନକୁ ସମ୍ମାନ ଜଣାଇ କେଜ୍ରିୱାଲ ନିର୍ଦ୍ଧାରିତ ଦିନରେ ଆତ୍ମସମର୍ପଣ କରିଛନ୍ତି। ଏହା [...]
ନୂଆଦିଲ୍ଲୀ: ୨୧ ଦିନିଆ ଅନ୍ତରୀଣ ଜାମିନ ଶେଷ ହେବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀର ତିହାର ଜେଲରେ ରବିବାର ଆତ୍ମସମର୍ପଣ କରିଛନ୍ତି।
ଦିଲ୍ଲୀ ସରକାରୀ ମନ୍ତ୍ରୀ ଅତିଶୀ ମାର୍ଲେନା କହିଛନ୍ତି, “ନିର୍ବାଚନ ହେଉଛି ଗଣତନ୍ତ୍ରର ମୂଳଦୂଆ। ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ୨୧ ଦିନ ଜାମିନ ଦେଇଥିଲେ । କୋର୍ଟ ଏବଂ ସମ୍ବିଧାନକୁ ସମ୍ମାନ ଜଣାଇ କେଜ୍ରିୱାଲ ନିର୍ଦ୍ଧାରିତ ଦିନରେ ଆତ୍ମସମର୍ପଣ କରିଛନ୍ତି। ଏହା ସତ ଯେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନୁହେଁ। ତାଙ୍କ ଓଜନ ୬ କିଲୋ ହ୍ରାସ ପାଇଛି କିନ୍ତୁ ଦଳର କୌଣସି ନେତା ଜେଲ ଯିବାକୁ ଭୟ କରନ୍ତି ନାହିଁ।”
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜେଲ ଦଣ୍ଡ ଭୋଗୁଥିବା କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟ ମେ ୧୦ରେ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ତାଙ୍କୁ ଜୁନ୍ ୨ରେ ଆତ୍ମସମର୍ପଣ କରିବାକୁ କହିଥିଲେ କୋର୍ଟ।
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
