ଆଜି ଆତ୍ମସମର୍ପଣ କରିବେ କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ଆଜି ତିହାର ଜେଲକୁ ଫେରିବେ। ସୁପ୍ରିମକୋର୍ଟ ଲୋକସଭା ନିର୍ବାଚନରେ ପ୍ରଚାର କରିବା ପାଇଁ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଇଥିଲେ। ଏହି ଜାମିନ ଅବଧି ଶନିବାର ଶେଷ ହୋଇଥିଲା। ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ କେଜ୍ରିୱାଲ ଆଜି (ଜୁନ୍ ୨) ତିହାର ଜେଲରେ ଆତ୍ମସମର୍ପଣ କରିବେ। ସ୍ବାସ୍ଥ୍ୟଗତ କାରଣରୁ ଜାମିନ ଅବଧି ୭ ଦିନ ବୃଦ୍ଧି କରିବାକୁ କେଜ୍ରିୱାଲ ଆବେଦନ କରିଥିଲେ । [...]
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ଆଜି ତିହାର ଜେଲକୁ ଫେରିବେ। ସୁପ୍ରିମକୋର୍ଟ ଲୋକସଭା ନିର୍ବାଚନରେ ପ୍ରଚାର କରିବା ପାଇଁ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଇଥିଲେ। ଏହି ଜାମିନ ଅବଧି ଶନିବାର ଶେଷ ହୋଇଥିଲା। ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ କେଜ୍ରିୱାଲ ଆଜି (ଜୁନ୍ ୨) ତିହାର ଜେଲରେ ଆତ୍ମସମର୍ପଣ କରିବେ।
ସ୍ବାସ୍ଥ୍ୟଗତ କାରଣରୁ ଜାମିନ ଅବଧି ୭ ଦିନ ବୃଦ୍ଧି କରିବାକୁ କେଜ୍ରିୱାଲ ଆବେଦନ କରିଥିଲେ । ହେଲେ ସୁପ୍ରିମକୋର୍ଟ ତାହାକୁ ଖାରଜ କରିଦେଇଥିଲେ।
ଦିଲ୍ଲୀ ସିଏମ୍ ଅରବିନ୍ଦ କେଜ୍ରିୱାଲ ନିକଟରେ କହିଥିଲେ ଯେ ସେ ଜୁନ୍ ୨, ରବିବାର ଦିନ ଅପରାହ୍ନ ୩ଟାରେ ତିହାର କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିବେ। ଏଥିପାଇଁ କେଜ୍ରିୱାଲ ପ୍ରଥମେ ନିଜ ସିଭିଲ ଲାଇନ ସରକାରୀ ବାସଭବନରୁ ଅପରାହ୍ନ ୨ଟାରେ ରାଜଘାଟ ମନ୍ଦିରକୁ ଯିବେ। ଏହା ପରେ କେଜ୍ରିୱାଲ ପାର୍ଟି ମୁଖ୍ୟାଳୟରେ ପହଞ୍ଚି ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିବେ । ତାପରେ ସେ ତିହାର ଜେଲ ଯାଇ ଆତ୍ମସମର୍ପଣ କରିବେ।
କେଜ୍ରିୱାଲ ନିୟମିତ ଜାମିନ ପାଇଁ ମଧ୍ୟ ଟ୍ରାଏଲ୍ କୋର୍ଟରେ ଆବେଦନ କରିଛନ୍ତିି। କୋର୍ଟ ତାଙ୍କ ଆବେଦନ ଉପରେ ଜୁନ୍ ୫ରେ ରାୟ ପ୍ରକାଶ କରିବେ।
ଆଜିଠାରୁ ଟି-୨୦ ବିଶ୍ୱକପ: ଆଇସିସି ଟ୍ରଫି ମରୁଡ଼ିର ଅନ୍ତ ଘଟାଇବା ପାଇଁ ଭାରତକୁ ଆଉ ଏକ ସୁଯୋଗ
Next Articleପଞ୍ଜାବର ଫତେହଗଡ ସାହିବରେ ଦୁଇ ମାଲଗାଡ଼ି ମଧ୍ୟରେ ଧକ୍କା, ଟଳିଲା ବାହାନଗା ଭଳି ଟ୍ରେନ୍ ଦୁର୍ଘଟଣା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
