ଖଡ଼ଗେ ‘ଇଣ୍ଡିଆ’ ମେଣ୍ଟର ଅଧ୍ୟକ୍ଷ ନିଯୁକ୍ତ
ନୂଆଦିଲ୍ଲୀ: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ବିରୋଧୀ ‘ଇଣ୍ଡିଆ’ ମେଣ୍ଟର ଅଧ୍ୟକ୍ଷ ହୋଇଛନ୍ତି। ଶନିବାର ଅନୁଷ୍ଠିତ ମେଣ୍ଟର ଭର୍ଚୁଆଲ ବୈଠକରେ ଖଡ଼ଗେଙ୍କୁ ଏହି ଦାୟିତ୍ଵ ଦେବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି । ‘ଇଣ୍ଡିଆ’ ନେତାମାନେ ମଧ୍ୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଅଂଶଗ୍ରହଣ ସହ ମେଣ୍ଟ ଆଗରେ ରହିଥିବା ଅନ୍ୟ ଚ୍ୟାଲେଞ୍ଜ ଉପରେ ଆଲୋଚନା କରିଥିଲେ। ପ୍ରଥମେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ‘ଇଣ୍ଡିଆ’ ମେଣ୍ଟର ଅଧ୍ୟକ୍ଷ କରିବାକୁ ପ୍ରସ୍ତାବ ଦିଆଯାଇଥିଲା । କିନ୍ତୁ ସେ [...]
ନୂଆଦିଲ୍ଲୀ: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ବିରୋଧୀ ‘ଇଣ୍ଡିଆ’ ମେଣ୍ଟର ଅଧ୍ୟକ୍ଷ ହୋଇଛନ୍ତି। ଶନିବାର ଅନୁଷ୍ଠିତ ମେଣ୍ଟର ଭର୍ଚୁଆଲ ବୈଠକରେ ଖଡ଼ଗେଙ୍କୁ ଏହି ଦାୟିତ୍ଵ ଦେବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି ।
‘ଇଣ୍ଡିଆ’ ନେତାମାନେ ମଧ୍ୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଅଂଶଗ୍ରହଣ ସହ ମେଣ୍ଟ ଆଗରେ ରହିଥିବା ଅନ୍ୟ ଚ୍ୟାଲେଞ୍ଜ ଉପରେ ଆଲୋଚନା କରିଥିଲେ।
ପ୍ରଥମେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ‘ଇଣ୍ଡିଆ’ ମେଣ୍ଟର ଅଧ୍ୟକ୍ଷ କରିବାକୁ ପ୍ରସ୍ତାବ ଦିଆଯାଇଥିଲା । କିନ୍ତୁ ସେ ଏହାକୁ ମନା କରିଥିଲେ । ଏହି ପଦ କଂଗ୍ରେସର ଜଣେ ନେତାଙ୍କୁ ଦିଆଯିବା ଉଚିିତ ବୋଲି କହିଥିଲେ ନୀତିଶ।
‘ଇଣ୍ଡିଆ’ ମେଣ୍ଟର ଏହି ବୈଠକରେ ଏନସିପି ମୁଖ୍ୟ ଶରଦ ପାୱାର ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ। ଚେନ୍ନାଇରୁ ଭିଡିଓ କନଫରେନ୍ସିଂ ଜରିଆରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଡିଏମକେ ନେତା ଏମ.କେ ଷ୍ଟାଲିନ ଓ ଦଳର ନେତା କନିମୋଜି କରୁଣାନିଧି ବୈଠକରେ ଯୋଗ ଦେଇଥିଲେ। ତେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ଏହି ବୈଠକରେ ଯୋଗ ଦେଇନଥିଲେ ।
ଏହା ପୂର୍ବରୁ ଶୁକ୍ରବାର ସନ୍ଧ୍ୟାରେ କଂଗ୍ରେସ ନେତା ଏବଂ ଆମ୍ ଆଦମୀ ପାର୍ଟି ମଧ୍ୟରେ ଆସନ ଭାଗବଣ୍ଟା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସୂଚନାନୁସାରେ, ମୁକୁଲ ୱାସନିକଙ୍କ ଘରେ ଏହି ବୈଠକ ପ୍ରାୟ ଦୁଇ ଘଣ୍ଟା ଧରି ଚାଲିଥିଲା । ଉଭୟ ଦଳର ନେତା ଏହି ବୈଠକକୁ ଏକ ସକରାତ୍ମକ ପଦକ୍ଷେପ ବୋଲି କହିଥିଲେ।
NLC India Awards 2400 MW Thermal Power Project in Odisha to BHEL
Next Articleପୁରୀ ପ୍ରକଳ୍ପ ପରିକ୍ରମାର ସ୍ୟାଣ୍ଡ୍ ଆନିମେସନ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
