କେକେଆର୍-ରୟାଲ୍ସ, ଗୁଜରାଟ-ଦିଲ୍ଲୀ ଆଇପିଏଲ୍ ମ୍ୟାଚ୍ କାର୍ଯ୍ୟସୂଚୀରେ ପରିବର୍ତ୍ତନ
ନୂଆଦିଲ୍ଲୀ: ବିସିସିଆଇ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମ୍ୟାଚ୍ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କେକେଆର୍ ର ଏହି ଘରୋଇ ମ୍ୟାଚ୍ ଏପ୍ରିଲ ୧୭ରେ ହେବାର ଥିଲା । ଏବେ ଏହି ମ୍ୟାଚ୍ ଦିନକ ପୂର୍ବରୁ ଅର୍ଥାତ୍ ଏପ୍ରିଲ ୧୬ରେ ଖେଳାଯିବ । ସେହିପରି ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଏପ୍ରିଲ ୧୬ରେ ଖେଳାଯିବାକୁ ଥିବା ଗୁଜରାଟ ଟାଇଟାନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମ୍ୟାଚ୍ [...]
ନୂଆଦିଲ୍ଲୀ: ବିସିସିଆଇ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମ୍ୟାଚ୍ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କେକେଆର୍ ର ଏହି ଘରୋଇ ମ୍ୟାଚ୍ ଏପ୍ରିଲ ୧୭ରେ ହେବାର ଥିଲା । ଏବେ ଏହି ମ୍ୟାଚ୍ ଦିନକ ପୂର୍ବରୁ ଅର୍ଥାତ୍ ଏପ୍ରିଲ ୧୬ରେ ଖେଳାଯିବ । ସେହିପରି ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଏପ୍ରିଲ ୧୬ରେ ଖେଳାଯିବାକୁ ଥିବା ଗୁଜରାଟ ଟାଇଟାନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମ୍ୟାଚ୍ ବର୍ତ୍ତମାନ ଏପ୍ରିଲ ୧୭ରେ ଅନୁଷ୍ଠିତ ହେବ। ତେବେ ବିସିସିଆଇ ଏହି ଦୁଇ ମ୍ୟାଚର କାର୍ଯ୍ୟସୂଚୀ ପରିବର୍ତ୍ତନ କରିବା ନେଇ କୌଣସି କାରଣ ଦର୍ଶାଇ ନାହିଁ ।
ଏପ୍ରିଲ ୧୭ରେ ରାମ ନବମୀ ପଡୁଛି । ସେହି ଦିନ କେକେଆର ଏବଂ ରୟାଲ୍ସ ମଧ୍ୟରେ ମ୍ୟାଚ୍ ପାଇଁ କୋଲକାତା ପୋଲିସ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇବାରେ ଅସମର୍ଥତା ପ୍ରକାଶ କରିଥିଲା ବୋଲି ଏକ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି । ଏହାର ତିନି ଦିନ ପୂର୍ବରୁ ଇଡେନ୍ ଗାର୍ଡେନ୍ସରେ ଲକ୍ଷ୍ନୌ ସୁପର ଜାଏଣ୍ଟସ୍ ବିପକ୍ଷରେ ମଧ୍ୟ କେକେଆର୍ ଏକ ମ୍ୟାଚ୍ ଖେଳିବାର କାର୍ଯ୍ୟକ୍ରମ ରହିଛି।
ଏହାଛଡ଼ା ୭ ପର୍ଯ୍ୟାୟ ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୧୯ରେ ପଶ୍ଚିମବଙ୍ଗରେ ମତଦାନ ମଧ୍ୟ ଅନୁଷ୍ଠିତ ହେବ। ତେଣୁ କେକେଆର୍-ରୟାଲ୍ସ ମ୍ୟାଚକୁ ଗୋଟିଏ ଦିନ ଆଗୁଆ (ଏପ୍ରିଲ ୧୬) କିମ୍ବା ୨୪ ଘଣ୍ଟା ପରେ (ଏପ୍ରିଲ ୧୮) କରିବାକୁ ବେଙ୍ଗଲ କ୍ରିକେଟ୍ ଆସୋସିଏସନ୍ (ସିଏବି) ପ୍ରସ୍ତାବ ଦେଇଥିଲା ।
ପୁଣି ଆରମ୍ଭ ହୋଇପାରେ ଚାମ୍ପିୟନ୍ସ ଲିଗ୍ ଟି-୨୦ ଟୁର୍ଣ୍ଣାମେଣ୍ଟ; ଭାରତ, ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ବୋର୍ଡ ମଧ୍ୟରେ ଚାଲିଛି ଆଲୋଚନା
Next Articleଟି-୨୦ ବିଶ୍ୱକପରୁ ଓହରିଲେ ବେନ୍ ଷ୍ଟୋକ୍ସ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
