ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ, ହସ୍ପିଟାଲରେ ଭର୍ତ୍ତି
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଟିଏମସି ନିଜ ‘ଏକ୍ସ’ ହ୍ୟାଣ୍ଡେଲରେ ମମତା ବାନାର୍ଜୀଙ୍କ ଆଘାତ ସମ୍ପର୍କରେ ସୂଚନା ଦେଇଛି । ତାଙ୍କୁ ଗଭୀର ଆଘାତ ଲାଗିଛି । ତାଙ୍କ ପାଇଁ ପ୍ରାର୍ଥନା କରିବାକୁ ଲୋକଙ୍କୁ ନିବେଦନ କରିଛି ଦଳ । ଟିଏମସି ମମତା ବାନାର୍ଜୀଙ୍କ କିଛି ଫଟୋ ମଧ୍ୟ ପୋଷ୍ଟ କରିଛି । ଏଥିରେ ତାଙ୍କ କପାଳରୁ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳୁଛି । [...]
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଟିଏମସି ନିଜ ‘ଏକ୍ସ’ ହ୍ୟାଣ୍ଡେଲରେ ମମତା ବାନାର୍ଜୀଙ୍କ ଆଘାତ ସମ୍ପର୍କରେ ସୂଚନା ଦେଇଛି । ତାଙ୍କୁ ଗଭୀର ଆଘାତ ଲାଗିଛି । ତାଙ୍କ ପାଇଁ ପ୍ରାର୍ଥନା କରିବାକୁ ଲୋକଙ୍କୁ ନିବେଦନ କରିଛି ଦଳ । ଟିଏମସି ମମତା ବାନାର୍ଜୀଙ୍କ କିଛି ଫଟୋ ମଧ୍ୟ ପୋଷ୍ଟ କରିଛି । ଏଥିରେ ତାଙ୍କ କପାଳରୁ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳୁଛି ।
ମମତା ବାନାର୍ଜୀଙ୍କ ମୁଣ୍ଡରେ କିପରି ଆଘାତ ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ। ଟିଏମସି ମଧ୍ୟ ନିଜ ଟ୍ୱିଟରେ ତାଙ୍କ ଆଘାତର କାରଣ ସମ୍ପର୍କରେ କିଛି କହିନାହିଁ । ତେବେ ଗଣମାଧ୍ୟମ ରିପୋର୍ଟ ମୁତାବକ ମମତା ତାଙ୍କ ବାସଭବନ ପରିସରରେ ବୁଲୁଥିବା ବେଳେ ପଡ଼ି ଯାଇଥିଲେ ।
ମମତାଙ୍କ ଆଘାତ ଖବର ପାଇବା ପରେ ତାଙ୍କ ପୁତୁରା ଅଭିଷେକ ବାନାର୍ଜୀ ମମତାଙ୍କ ଘରେ ପହଞ୍ଚିଥିଲେ। ଏହା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ମମତା ବାନାର୍ଜୀଙ୍କୁ ସରକାରୀ ଏସଏସକେଏମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
BJD Holds Crucial Meeting on Poll Strategies
Next Articleଓଡ଼ିଶା ଗସ୍ତରେ ରୁଆଣ୍ଡା ପ୍ରତିନିଧି ଦଳ : ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଓଡ଼ିଶାର ପାନୀୟ ଜଳ ଓ ପରିମଳ ସେବା ବ୍ୟବସ୍ଥା ସଂପର୍କରେ ଆଲୋଚନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
