ବିଶିଷ୍ଟ ଶାସ୍ତ୍ରୀୟ ସଂଗୀତକାର ରସିଦ ଖାନଙ୍କ ପରଲୋକ
କୋଲକାତା: ବିଶିଷ୍ଟ ଶାସ୍ତ୍ରୀୟ ସଂଗୀତକାର ଉସ୍ତାଦ୍ ରସିଦ ଖାନଙ୍କ ମଙ୍ଗଳବାର ଅପରାହ୍ନରେ ଏଠାରେ ଏକ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା । ଅପରାହ୍ନ ପ୍ରାୟ ୩:୪୫ରେ ରସିଦ ଖାନ ଶେଷ ନିଶ୍ବାସ ତ୍ୟାଗ କରିଥିଲେ। ପ୍ରୋଷ୍ଟେଟ କ୍ୟାନସରରେ ପୀଡ଼ିତ ଥିଲେ ରସିଦ ଖାନ । ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ରସିଦ ଖାନ ଗତ ଚାରି ବର୍ଷ ଧରି ପ୍ରୋଷ୍ଟେଟ କର୍କଟରେ ପୀଡିତ ଥିଲେ । ପତ୍ନୀଙ୍କ ବ୍ୟତୀତ [...]
କୋଲକାତା: ବିଶିଷ୍ଟ ଶାସ୍ତ୍ରୀୟ ସଂଗୀତକାର ଉସ୍ତାଦ୍ ରସିଦ ଖାନଙ୍କ ମଙ୍ଗଳବାର ଅପରାହ୍ନରେ ଏଠାରେ ଏକ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା । ଅପରାହ୍ନ ପ୍ରାୟ ୩:୪୫ରେ ରସିଦ ଖାନ ଶେଷ ନିଶ୍ବାସ ତ୍ୟାଗ କରିଥିଲେ। ପ୍ରୋଷ୍ଟେଟ କ୍ୟାନସରରେ ପୀଡ଼ିତ ଥିଲେ ରସିଦ ଖାନ । ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ରସିଦ ଖାନ ଗତ ଚାରି ବର୍ଷ ଧରି ପ୍ରୋଷ୍ଟେଟ କର୍କଟରେ ପୀଡିତ ଥିଲେ । ପତ୍ନୀଙ୍କ ବ୍ୟତୀତ ତାଙ୍କର ଦୁଇ ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି।
ରାମପୁର-ସହସୱାନ ଘରାନାର ବଂଶଜ ଥିଲେ ଖାନ୍ । ସେ ଏହି ଘରାନାର ପ୍ରତିଷ୍ଠାତା ଇନାୟତ ହୁସେନ୍ ଖାନଙ୍କ ନାତି ଥିଲେ |
ଖାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଃଖ ପ୍ରକାଶ କରିଛନ୍ତି । ତାଙ୍କ ବିୟୋଗ ଦେଶ ଏବଂ ସମଗ୍ର ସଙ୍ଗୀତ ଜଗତ ପାଇଁ ଏକ ବଡ଼ କ୍ଷତି ବୋଲି କହିଛନ୍ତି ମମତା। ରାଷ୍ଟ୍ରୀୟ ମର୍ଯ୍ୟାଦା ଓ ତୋପ ସଲାମୀ ସହ ଖାନଙ୍କ ଶେଷକୃତ୍ୟ ବୁଧବାର ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଗତ ମାସରେ ମସ୍ତିଷ୍କାଘାତ ପରେ ରସିଦ ଖାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡ଼ି ଯାଇଥିଲା । ସେ ଅକ୍ସିଜେନ୍ ସପୋର୍ଟରେ ଥିଲେ।
ଜାତୀୟ କ୍ରୀଡା ପୁରସ୍କାର ପାଇଥିବାରୁ ଓଏମସିକୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
Next Articleଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ ପାଞ୍ଚ ସେସନରେ ଶେଷ ହେବା ପରେ ନ୍ୟୁଲାଣ୍ଡସ୍ ପିଚକୁ ‘ଅସନ୍ତୋଷ ଜନକ’ କହିଲା ଆଇସିସି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
