ଆଜିଠୁ ଆଉ ତିନିଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍ , ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭ
ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ସେବା ଆଜି ଆଉ ତିନିଟି ଜିଲ୍ଲାକୁ ସଂପ୍ରସାରିତ ହେବ । ଅନୁଗୁଳ, ଢେଙ୍କାନାଳ ଓ ଦେବଗଡ ଜିଲ୍ଲାରେ ଆଜି ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗାଁ ରୁ ସହରକୁ ସୁଗମ ଓ ସୁଲଭ ବସ୍ ସେବା ଯୋଗାଇଦେବା ପାଇଁ ଗତବର୍ଷ ରାଜ୍ୟ ସରକାର ମହତ୍ତ୍ଵାକାଂକ୍ଷୀ ଲକ୍ଷ୍ମୀ ( ଲୋକେସନ ଆକସେସିବଲ୍ ମଲ୍ଟି ମୋଡାଲ୍ ଇନିସିଏଟିଭ ) ବସ୍ ସେବା ଯୋଜନାର ଶୁଭାରମ୍ଭ କରିଥିଲେ [...]
ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ସେବା ଆଜି ଆଉ ତିନିଟି ଜିଲ୍ଲାକୁ ସଂପ୍ରସାରିତ ହେବ । ଅନୁଗୁଳ, ଢେଙ୍କାନାଳ ଓ ଦେବଗଡ ଜିଲ୍ଲାରେ ଆଜି ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗାଁ ରୁ ସହରକୁ ସୁଗମ ଓ ସୁଲଭ ବସ୍ ସେବା ଯୋଗାଇଦେବା ପାଇଁ ଗତବର୍ଷ ରାଜ୍ୟ ସରକାର ମହତ୍ତ୍ଵାକାଂକ୍ଷୀ ଲକ୍ଷ୍ମୀ ( ଲୋକେସନ ଆକସେସିବଲ୍ ମଲ୍ଟି ମୋଡାଲ୍ ଇନିସିଏଟିଭ ) ବସ୍ ସେବା ଯୋଜନାର ଶୁଭାରମ୍ଭ କରିଥିଲେ । ପ୍ରଥମେ ଗତବର୍ଷ ମାଲକାନଗିରି ଜିଲ୍ଲାରେ ଗଡିଥିଲା ଲକ୍ଷ୍ମୀ ବସ୍ । ପରେ ଗଜପତି, କଳାହାଣ୍ଡି, ରାୟଗଡ଼ା ଓ ନବରଙ୍ଗପୁରରେ ଏହି ବସ୍ ସେବା ଆରମ୍ଭ ହୋଇଥିଲା ।
ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ ବସ୍ ସେବା । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଯାହାକି ଓଡ଼ିଶାର ବିକାଶକୁ ଆହୁରି ଉଜ୍ବଳ କରିବ ରାଜ୍ୟ ସରକାର କହିଛନ୍ତି।
Linguists and Litterateurs Thank Govt for Organizing First World Odia Language Conference
Next Articleଆଜି ଦିଆଯିବ ପ୍ରଥମ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
