ରୂପାନ୍ତର ପଥରେ ଆଗେଇ ଓଡ଼ିଶା ବିକାଶର ସବୁ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ। ସତ୍ୟ, ଶାନ୍ତି, ଅହିଂସା, ନ୍ୟାୟ ,ସମତା ଓ ବିକାଶର ରାସ୍ତାରେ ଆମେ ଚାଲୁଛୁ। ଆଜି ବିଭିନ୍ନ କ୍ଷେତ୍ରରେ ବିଶ୍ଵ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଉଛି। ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି। ଆମ ଓଡ଼ିଶାର ମଧ୍ୟ ଗୁରୁତ୍ବପୁର୍ଣ ଭୂମିକା ରହିଛି। ଗତ କୋଡ଼ିଏ ବର୍ଷ ମଧ୍ୟରେ ଓଡ଼ିଶା ବିକାଶର ସବୁ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି। ଓଡ଼ିଶା ରୂପାନ୍ତର ପଥରେ ଆଗେଇ [...]
ଭୁବନେଶ୍ୱର – ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ। ସତ୍ୟ, ଶାନ୍ତି, ଅହିଂସା, ନ୍ୟାୟ ,ସମତା ଓ ବିକାଶର ରାସ୍ତାରେ ଆମେ ଚାଲୁଛୁ। ଆଜି ବିଭିନ୍ନ କ୍ଷେତ୍ରରେ ବିଶ୍ଵ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଉଛି। ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି। ଆମ ଓଡ଼ିଶାର ମଧ୍ୟ ଗୁରୁତ୍ବପୁର୍ଣ ଭୂମିକା ରହିଛି। ଗତ କୋଡ଼ିଏ ବର୍ଷ ମଧ୍ୟରେ ଓଡ଼ିଶା ବିକାଶର ସବୁ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି। ଓଡ଼ିଶା ରୂପାନ୍ତର ପଥରେ ଆଗେଇ ଚାଲିଛି। ଓଡ଼ିଶାର ବିକାଶ ଅନ୍ୟ ମାନଙ୍କ ଆଦର୍ଶ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ସାଧାରଣତନ୍ତ୍ର ଦିବସ ବାର୍ତ୍ତାରେ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁ ଜଗନ୍ନାଥ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ । ତାଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି । ସମଲେଇ ପ୍ରକଳ୍ପ ମଧ୍ୟ ଖୁବ୍ ଶୀଘ୍ର ଲୋକାର୍ପିତ ହେବାକୁ ଯାଉଛି । ଆମର କୀର୍ତ୍ତି ହେଉଛି ଆମ ସ୍ୱାଭିମାନ ଓ ଅସ୍ମିତାର ପରିଚୟ। ସତ୍ୟବାଦୀଠାରେ ଓଡିଆ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍ ଲୋକାର୍ପିତ ହୋଇଛି। ଓଡିଆ ଭାଷା ସାହିତ୍ୟର ଅଭିବୃଦ୍ଧି କ୍ଷେତ୍ରରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
ଓଡ଼ିଶାର ଅର୍ଥନୈତିକ ବିକାଶ ଖୁବ୍ ପ୍ରଭାବଶାଳୀ ଅଛି । ଜାତୀୟ ଅନୁପାତ ଠାରୁ ଅଧିକ ଅଛି। ଗରିବୀ କମ କରିବାରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ। ନୀତି ଆୟୋଗ ରିପୋର୍ଟ କହୁଛି ଗତ ନଅ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ ଲୋକ ଗରିବୀରୁ ମୁକ୍ତ ହୋଇଛନ୍ତି।
ଆମର ୫-ଟି ନୀତି ଯୋଗୁ ସୁଶାସନ ସମ୍ଭବ ହେଉଛି। ଆମର ସବୁ ଯୋଜନାର ସୁଫଳ ଲୋକ ଠିକ୍ ଭାବେ ପାଉଛନ୍ତି। ଶିକ୍ଷା ଠାରୁ ଆରମ୍ଭ କରି ସ୍ଵାସ୍ଥ୍ୟ , ଯୋଗାଯୋଗ ଜଳସେଚନ, ପରିବହନ,କ୍ରୀଡା ସବୁ କ୍ଷେତ୍ରରେ ରୂପାନ୍ତର ଓଡ଼ିଶାର ବିକାଶକୁ ଉଜ୍ଜ୍ବଳ କରିଛି ।
ଗାଁକୁ ବିକାଶର କେନ୍ଦ୍ର କରାଯାଇଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗାଁ ଗାଁ ରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା, ପ୍ରସାର କରାଯାଉଛି। ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯାଉଛି। ଲକ୍ଷ୍ମୀ ବସ୍ ଯୋଜନା ଗାଁରେ ଯୋଗାଯୋଗ କ୍ଷେତ୍ରରେ ରୂପାନ୍ତର ଆଣିଛି। ଗାଁର ସାମାଜିକ ଓ ଅର୍ଥନୈତିକ ବ୍ୟବସ୍ଥାକୁ ଏହା ନୂଆ ଜୀବନ ଦେଇଛି। ଚାଷ ଓ ଚାଷୀର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ଵ ଦେଇ ଆସିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମା’ ମାନେ କେବଳ ପରିବାର ନୁହେଁ, ଆମ ସମାଜର ଶକ୍ତି। ମିଶନ ଶକ୍ତି ଆଜି ୭୦ ଲକ୍ଷ ମା’ ମାନଙ୍କୁ ବିକାଶର ଭାଗିଦାର କରିଛି। ମା’ ମାନଙ୍କ ଉପରେ ମୋର ଖୁବ୍ ଭରସା ଅଛି।
ଷ୍ଟାର୍ଟ ଅପ୍ କ୍ଷେତ୍ରରେ ଆଜି ଓଡ଼ିଶା ରାଜ୍ୟମାନଙ୍କ ମଧ୍ୟରେ ଶୀର୍ଷରେ। ଭାରତ ସରକାରଙ୍କ ଠାରୁ ଏଥିପାଇଁ ଆମେ ପୁରସ୍କାର ପାଇଛୁ। ଶିଳ୍ପ, ସୂଚନା ପ୍ରଯୁକ୍ତି, ଷ୍ଟାର୍ଟ ଅପ୍ ସବୁଥିରେ ଓଡ଼ିଶା ଏବେ ଆଗରେ ରହିଛି। ଆମର ନୀତି ଓ ଯୁବ ସମାଜର ପାରଦର୍ଶିତା ଯୋଗୁ ଆଇବିଏମ, ଡେଲଏଟ, ଭଳି ବହୁରାଷ୍ଟ୍ରୀୟ କମ୍ପାନୀ ସେମାନଙ୍କର ସଂସ୍ଥାଗୁଡିକ ପ୍ରତିଷ୍ଠା ପାଇଁ ଓଡିଶାକୁ ପସନ୍ଦ କରୁଛନ୍ତି।
ସବୁ ଜୀବନ ମୂଲ୍ୟବାନ। ଏହି ନୀତିରେ ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବହୁତ୍ ଭଲ କାମ କରୁଛି। ଏହାକୁ ଆଗକୁ ନେଇ ଆମେ ବିଏସକେଓ୍ବାଇ ନବୀନ କାର୍ଡ ଆରମ୍ଭ କରିଛୁ। ଏହାଦ୍ବାରା ରାଜ୍ୟର ଚାରି କୋଟିରୁ ଅଧିକ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇଛି ।
ଆମର ବିକାଶ ମଡେଲ ସମସ୍ତଙ୍କ ପାଇଁ ସୁଯୋଗ ଆଣିଛି। ସମସ୍ତେ ବିକାଶର ପାର୍ଟନର ହୋଇଛନ୍ତି। ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଗକୁ ବଢୁଛି। ସମସ୍ତଙ୍କ ସହଯୋଗରେ ନୂଆ ଓଡ଼ିଶା ଓ ଶ୍ରେଷ୍ଠ ଓଡ଼ିଶା ଗଠନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ନୀତିଶ ପୁଣି ବିଜେପି ସହ ହାତ ମିଳାଇବା ନେଇ ଚର୍ଚ୍ଚା
Next ArticlePadma Awards 2024: Four from Odisha to Receive Padma Shri
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
