ମୁଖ୍ୟ ଶାସନ ସଚିବଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଲେ ଅଧିକାରୀଗଣ
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଆଜି ଲୋକସେବା ଭବନସ୍ଥିତ ତାଙ୍କର କାର୍ଯ୍ୟାଳୟରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ , ପ୍ରମୁଖ ଶାସନ ସଚିବ , କମିଶନର ତଥା କର୍ମଚାରୀମାନେ ସାକ୍ଷାତ କରି ଇଂରାଜୀ ନବ ବର୍ଷ ୨୦୨୪ ଉପଲକ୍ଷେ ଏବଂ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା କର୍ମଚାରୀମାନଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇ ସେମାନଙ୍କର ସୁଖ , ସମୃଦ୍ଧି କାମନା କରିଥିଲେ [...]
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଆଜି ଲୋକସେବା ଭବନସ୍ଥିତ ତାଙ୍କର କାର୍ଯ୍ୟାଳୟରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ , ପ୍ରମୁଖ ଶାସନ ସଚିବ , କମିଶନର ତଥା କର୍ମଚାରୀମାନେ ସାକ୍ଷାତ କରି ଇଂରାଜୀ ନବ ବର୍ଷ ୨୦୨୪ ଉପଲକ୍ଷେ ଏବଂ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା କର୍ମଚାରୀମାନଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇ ସେମାନଙ୍କର ସୁଖ , ସମୃଦ୍ଧି କାମନା କରିଥିଲେ ଶାସନ ସଚିବ , ନିର୍ଦ୍ଦେଶକ , ଅଧିକାରୀ ଓ ଆଜି ତାଙ୍କର ଜନ୍ମ ଦିନ ହୋଇଥିବାରୁ ମଧ୍ଯ ସମସ୍ତ ସଚିବ , ଅଧିକାରୀ ଓ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ , ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ , ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଂଜନ କୁମାର ସିଂ , ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର , ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ , ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ , ପ୍ରମୁଖ ଶାସନ ସଚିବ ଜି . ମାଥ୍ ଭାଥାନନ୍ , ପ୍ରମୁଖ ଶାସନ ସଚିବ ଡଃ . ଅରବିନ୍ଦ କୁମାର ପାଢୀ , ପ୍ରମୁଖ ଶାସନ ସଚିବ ଉଷା ପାଢୀ , ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ , ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ , କମିଶନର ତଥା ଶାସନ ସଚିବ ସୁଜାତା ଆର୍ . କାର୍ତ୍ତିକେୟନ , କମିଶନର ତଥା ଶାସନ ସଚିବ ରୂପାରୋଶନ ସାହୁ , କମିଶନର ତଥା ଶାସନ ସଚିବ ଆଶ୍ବତୀ ଏସ୍ , କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ଶାସନ ସଚିବ , ପୁଲିସ୍ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ , ବିଭିନ୍ନ ବିଭାଗର ନିର୍ଦ୍ଦେଶକ , ଅଧିକାରୀ ଓ କର୍ମଚାରୀ , ଅନ୍ୟ ନିଗମ ଓ ଅନୁଷ୍ଠାନର କର୍ତ୍ତୃପକ୍ଷମାନେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କୁ ସାକ୍ଷାତ କରି ନବ ବର୍ଷର ଶୁଭେଚ୍ଛା ଜଣାଇଥିଲେ ।
ସେହିପରି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗଙ୍କୁ ମଧ୍ୟ ଅନ୍ୟ ସଚିବ , ନିର୍ଦ୍ଦେଶକ , ଅଧିକାରୀ ଓ କର୍ମଚାରୀମାନେ ସାକ୍ଷାତ କରି ନୂଆ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ସେହିପରି ଆଜି ଲୋକସେବା ଭବନରେ ଅନ୍ୟ ସଚିବ , ଅଧିକାରୀ ତଥା କର୍ମଚାରୀମାନେ ପରସ୍ପରକୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇଥିଲେ ।
ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ଏକୋଇଶିଆ ପାଳନ କରି ନାମକରଣ କଲେ ମେଡିକାଲ ଟିମ୍
Next Articleମୁଖ୍ୟମନ୍ତ୍ରୀଙ୍କୁ ଭେଟି ନବବର୍ଷର ଶୁଭେଚ୍ଛା ଜଣାଇଲେ ଭାରପ୍ରାପ୍ତ ଡିଜିପି ଅରୁଣ ଷଡଙ୍ଗୀ ଓ ବରିଷ୍ଠ ପୋଲିସ ଅଧିକାରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
