न्यूज़रूम ओडिशा
ब्रेकिंग
ओडिया समाचार

ନିଶ୍ଚିନ୍ତକୋଇଲି ସଡ଼କ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ , ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର – ଆଜି କଟକ ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ୯ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନଙ୍କୁ କଟକ ଏସସିବି [...]

Admin•2 जनवरी 2024
Share Article:

ଭୁବନେଶ୍ବର – ଆଜି କଟକ ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ୯ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନଙ୍କୁ କଟକ ଏସସିବି ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ସେମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

#Odia#Odisha#News
Share Article:

Related Articles