न्यूज़रूम ओडिशा
ब्रेकिंग
ओडिया समाचार

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର‌ ୫୮ ତମ ପ୍ରତିଷ୍ଠା ଦିବସ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୫୮ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ଭଞ୍ଜବିହାରସ୍ଥିତ ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଅନୁଷ୍ଠିତ ହୋଇଯାଇଛି। ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କବି ହରପ୍ରସାଦ ଦାସ ମୁଖ୍ୟ ଅତିଥି ଓ ଦିଲ୍ଲୀସ୍ଥିତ ଜବାହାରଲାଲ ନେହରୁ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଶାନ୍ତିଶ୍ରୀ ଧୁଳିପୁଡ଼ି ପଣ୍ଡିତ ମୁଖ୍ୟବକ୍ତା ଭାବେ ଯୋଗଦେଇ ଥିଲେ। କୁଳପତି ପ୍ରଫେସର ଗୀତାଞ୍ଜଳ ଦାଶ ସଭାରେ ଅଧ୍ୟକ୍ଷତା କରି ବିଶ୍ବବିଦ୍ୟାଳୟର ବିଭିନ୍ନ କ୍ଷେତ୍ରରେ ପ୍ରଗତି ସମ୍ପର୍କରେ ବିବରଣୀ ଉପସ୍ଥାପନ କରିଥିଲେ। କବି ଦାସଙ୍କୁ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ତରଫରୁ ପ୍ରତିଷ୍ଠା [...]

Admin•2 जनवरी 2024
Share Article:
ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର‌ ୫୮ ତମ ପ୍ରତିଷ୍ଠା ଦିବସ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୫୮ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ଭଞ୍ଜବିହାରସ୍ଥିତ ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଅନୁଷ୍ଠିତ ହୋଇଯାଇଛି। ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କବି ହରପ୍ରସାଦ ଦାସ ମୁଖ୍ୟ ଅତିଥି ଓ ଦିଲ୍ଲୀସ୍ଥିତ ଜବାହାରଲାଲ ନେହରୁ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଶାନ୍ତିଶ୍ରୀ ଧୁଳିପୁଡ଼ି ପଣ୍ଡିତ ମୁଖ୍ୟବକ୍ତା ଭାବେ ଯୋଗଦେଇ ଥିଲେ। କୁଳପତି ପ୍ରଫେସର ଗୀତାଞ୍ଜଳ ଦାଶ ସଭାରେ ଅଧ୍ୟକ୍ଷତା କରି ବିଶ୍ବବିଦ୍ୟାଳୟର ବିଭିନ୍ନ କ୍ଷେତ୍ରରେ ପ୍ରଗତି ସମ୍ପର୍କରେ ବିବରଣୀ ଉପସ୍ଥାପନ କରିଥିଲେ। କବି ଦାସଙ୍କୁ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ତରଫରୁ ପ୍ରତିଷ୍ଠା ଦିବସର ସର୍ବଶ୍ରେଷ୍ଠ ସମ୍ମାନ ତଥା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନରେ ସମ୍ମାନିତ କରାଯାଇଥିଲା।

ବିଶିଷ୍ଟ ଶିକ୍ଷାବିତ୍ କାମାକ୍ଷୀ ପ୍ରସାଦ ଦାସ ଓ ବିଶିଷ୍ଟ ଗୀତିକାର ତଥା ନାଟ୍ୟକାର ବିପିନ ବିହାରୀ ମହାପାତ୍ରଙ୍କୁ ବିଶ୍ଵବିଦ୍ୟାଳୟ ଅଙ୍ଗବସ୍ତ୍ର ପ୍ରଦାନ କରାଯାଇଛି। ସେହିପରି ବରିଷ୍ଠ କୃଷ୍ଣ ଲୀଳା ସାଧକ ଗୋପୀନାଥ ସ୍ବାଇଁ ଓ ଗାହାଣ ଗାୟକ ଅଭିମନ୍ୟୁ ରାଉତଙ୍କୁ ଦକ୍ଷିଣ ଓଡ଼ିଶା ଲୋକ ସଂସ୍କୃତି ସମ୍ମାନ ପ୍ରଦାନ କରାଯାଇଛି। ଶ୍ରେଷ୍ଠ ପୁରାତନ ଛାତ୍ର ସମ୍ମାନ ପାଇଛନ୍ତି ଓଡ଼ିଶୀ ନୃତ୍ୟ ଶିଳ୍ପୀ ଗୁରୁ ଶିକତା ଦାସ। ଏଥି ସହ ସମସ୍ତ ବିଭାଗର ସର୍ବୋଚ୍ଚ ମାର୍କ ରଖିଥିବା ଛାତ୍ରଛାତ୍ରୀଙ୍କୁ ସ୍ମାରକୀ ବୃତ୍ତି ଅର୍ଥରାଶି ପ୍ରଦାନ କରାଯାଇଛି। ଅନ୍ତଃ ମହାବିଦ୍ୟାଳୟ ପ୍ରବନ୍ଧ, ବକ୍ତୃତା ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ, ଅଣ-ଶିକ୍ଷକ କର୍ମଚାରୀ ପ୍ରବନ୍ଧ ପ୍ରତିଯୋଗିତାର ବିଜେତାଙ୍କ ସମେତ ଶ୍ରେଷ୍ଠ ଏନ୍ଏସ୍ଏସ୍ ଅଧିକାରୀ ଏବଂ ସ୍ବେଛାସେବୀଙ୍କୁ ପୁରସ୍କାର ସହ ପ୍ରଶଂସାପତ୍ର ପ୍ରଦାନ କରିଛନ୍ତି ବିଶ୍ବବିଦ୍ୟାଳୟ ପ୍ରଶାସନ।

ପୂର୍ବରୁ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିଲା ବେଳେ ସେ କିନ୍ତୁ କୌଣସି କାରଣରୁ ଉପସ୍ଥିତ ହୋଇପାରି ନଥିଲେ। ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ସୁଶାନ୍ତ କୁମାର ବରାଳ ଅତିଥି ପରିଚୟ କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ କୁଳସଚିବ ସଚ୍ଚିଦାନନ୍ଦ ନାୟକ।

#Odia#Odisha#News
Share Article:

Related Articles