ପ୍ରକୃତିର ମନୋରମ କୋଳରେ ଓଡ଼ିଶାର ଗୁପ୍ତକେଦାର ଗୁପ୍ତେଶ୍ୱର
ଗୁପ୍ତେଶ୍ୱର କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ନିକଟରେ ଅବସ୍ଥିତ ଏକ ଶୈବପୀଠ। ସ୍ଥାନଟି କୋରାପୁଟ ଠାରୁ ୮୦ କି.ମି ଓ ଜୟପୁରଠାରୁ ୬୦ କି.ମି. ଦୂର । ଗୁପ୍ତେଶ୍ୱର ପାହାଡ଼ର ଶୀର୍ଷଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ । ଛତିଶଗଡ଼ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା ‘Hidden God’ ବୋଲି କହିଥାନ୍ତି । ଗୁମ୍ଫା ଭିତରେ ୧୦ଫୁଟ ଗୋଲେଇ ଓ ୩ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି । ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ [...]
ଗୁପ୍ତେଶ୍ୱର କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ନିକଟରେ ଅବସ୍ଥିତ ଏକ ଶୈବପୀଠ। ସ୍ଥାନଟି କୋରାପୁଟ ଠାରୁ ୮୦ କି.ମି ଓ ଜୟପୁରଠାରୁ ୬୦ କି.ମି. ଦୂର ।
ଗୁପ୍ତେଶ୍ୱର ପାହାଡ଼ର ଶୀର୍ଷଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ । ଛତିଶଗଡ଼ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା ‘Hidden God’ ବୋଲି କହିଥାନ୍ତି । ଗୁମ୍ଫା ଭିତରେ ୧୦ଫୁଟ ଗୋଲେଇ ଓ ୩ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି ।
ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ ଓ ପତ୍ନୀ ସୀତାଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ ଶିବଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ । ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି । ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ ।
ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀ ପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କଦ୍ୱାରା ମହାପ୍ରଭୁ ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ । ଆଉ ଏକ ବିଶେଷତ୍ୱ ହେଲା, ପ୍ରଭୁଙ୍କ ଧର୍ମ ଛତ୍ର ଆଗରେ ଏକ ମହୁଫେଣା ରହିଛି, ଯେଉଁ ମହୁ ଫେଣାରୁ ବର୍ଷକୁ ମାତ୍ର ତିନିଥର ମହୁ ଝରେ । ପୂର୍ବେ ଏହି ମହୁରେ ପ୍ରଭୁଙ୍କ ମାଜଣା କରାଯାଉଥିଲା ।
ଗୁପ୍ତେଶ୍ୱର ଶିବଲିଙ୍ଗ ଓ ପାହାଡ଼ର ପାଦଦେଶରେ ଶାବେରୀ ନଦୀ । ପଡ଼ୋଶୀ ରାଜ୍ୟ ଛତିଶଗଡ଼, ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର କୋଣ ଅନୁକୋଣରୁ ପର୍ଯ୍ୟଟକଙ୍କର ଭିଡ଼ ଏଠାରେ ଲାଗିରହେ । ଗୁମ୍ଫା ଭିତରେ କାଳୀଗାଈ, ସ୍ୱର୍ଗଦ୍ୱାର, ପାରାଭାଡ଼ି, ବାଲିବନ୍ଧ, ଦେବକୁଣ୍ଡ ଇତ୍ୟାଦି ରହିଅଛି ।
ଗୁମ୍ଫା ଅନ୍ଧାରିଆ ହୋଇଥିବାରୁ ସାଙ୍ଗରେ ଟର୍ଚ ଲାଇଟ୍ ଧରି କୌଣସି ଅଭିଜ୍ଞ ପଥପ୍ରଦର୍ଶକଙ୍କ ସହାୟତାରେ ଯିବାକୁ ହୋଇଥାଏ । ଶିବରାତ୍ରି ସମୟରେ ନଦୀରେ ଅସ୍ଥାୟୀ ବାଉଁଶ ଚାଞ୍ଚଡ଼ା ତିଆରି କରାଯାଏ । ଏ ସମୟରେ ଛତିଶଗଡ଼ ଘାଟ ଦେଇ ଅନେକ ପର୍ଯ୍ୟଟକଙ୍କର ଭିଡ଼ ହୁଏ । ଶାବେରୀ ନଦୀ ଓ ନଦୀ ଘାଟରେ ପଥୁରିଆ ଚଟାଣ ମନୋମୁଗ୍ଧକର। ନଦୀଟି ବିପଦପୂର୍ଣ୍ଣ ହୋଇଥିବାରୁ କେବଳ ଶାବେରୀ ଘାଟରେ ଶିକୁଳିକୁ ଧରି ଗୋଧୋଇବାର ବ୍ୟବସ୍ଥା କରାଯାଇଛି।
ଏଠାକାର ମୁଖ୍ୟ ପର୍ବ ହେଲା ଶିବରାତ୍ରି । ଏହା ଛଡ଼ା କାର୍ତ୍ତିକପୂର୍ଣ୍ଣିମା, ଶ୍ରାବଣ ପୂର୍ଣ୍ଣିମା, ଆଦି ମଧ୍ୟ ଏଠାରେ ପାଳିତ ହୋଇଥାଏ ।ଯିବା ଆସିବା କରିବାପାଇଁ ଜୟପୁରଠାରୁ ସବୁଦିନିଆ ଯାନବାହନ ବ୍ୟବସ୍ଥା ରାମଗିରି ପର୍ଯ୍ୟନ୍ତ ରହିଛି । ଅବଶିଷ୍ଟ ୧୩କି.ମି. ପାଦରେ ଚାଲି ଚାଲି କିମ୍ବା ଭଡ଼ାଗାଡ଼ିରେ ଯିବାକୁ ହୋଇଥାଏ । ତେବେ କୋରାପୁଟ ସେମିଳିଗୁଡ଼ାଠାରୁ ମଧ୍ୟ ଯାନବାହାନର ସୁବିଧା ରହିଛି ।
ଗୁପ୍ତେଶ୍ଵର ମନ୍ଦିର ବିଷୟରେ କିଛି ତଥ୍ୟ:
୧. ଶିବ ଲିଙ୍ଗର ଉଚ୍ଚତା ସମୟର ସହ ବଢୁଛି ।
୨.ବିଶ୍ୱାସ କରାଯାଏ ରାତ୍ରି ସମୟରେ ବାଘ, ହାତୀ, ଭାଲୁ ଭଳି ଜନ୍ତୁ ମନ୍ଦିରକୁ ଜଗିଥାନ୍ତି ।
୩.ଗୁପ୍ତେଶ୍ଵରର ଅର୍ଥ ହେଉଛି ଗୁପ୍ତରେ ଥିବା ଭଗବାନ, ଏପରି ନାମର କାରଣ ହେଉଛି ଏହି ମନ୍ଦିର ଅନେକ ଦିନ ପର୍ଯ୍ୟନ୍ତ ଅଜଣା ଥିଲା ।
୪.ମନ୍ଦିରରେ ଏକ ଗୁମ୍ଫା ରହିଛି, ବିଶ୍ୱାସ କରାଯାଏ ଏହି ଗୁମ୍ଫାଟି ବହୁତ ବଡ଼ ଓ ଆଜି ପର୍ଯ୍ୟନ୍ତ ଏହା ଶେଷ ଭାଗକୁ କିଏ ମଧ୍ୟ ଯାଇନାହିଁ ଓ ଏହା ଭିତରେ ବିଭିନ୍ନ ଜନ୍ତୁ ଅଛନ୍ତି ।
୫. ଏହି ମନ୍ଦିରରେ ଏକ ଗାଈର ପ୍ରତିମା ଅଛି ଯେଉଁଥିରୁ ବର୍ତମାନ ପାଣି ବାହାରୁଚି, ବିଶ୍ୱାସ କରାଯାଏ ପୂର୍ବରୁ ଏଥିରୁ ଖୀର ବାହାରୁଥିଲା ।
ଶ୍ରୀରାମଚରିତ ମାନସ: ବାଲ କାଣ୍ଡ
Next Articleବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆଜିଠାରୁ ୯ ଦିନ ଯାଏଁ ଭିତରକନିକା ବନ୍ଦ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
