ଖୋଲିବ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ
ଭୁବନେଶ୍ୱର – ଆସନ୍ତା ୨୦୨୪-୨୫ ଶିକ୍ଷାବର୍ଷରୁ ରାଜ୍ୟରେ ୧୮ଟି ନୂଆ ସରକାରୀ ଡିଗ୍ରୀ କଲେଜ ଖୋଲିବ । ୧୦ଟି ଜିଲ୍ଲାର ୧୮ଟି ବ୍ଲକରେ ଏହି ସରକାରୀ ଡିଗ୍ରୀ କଲେଜ ଖୋଲିବ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷାରେ ସମାନତା ଓ ଉତ୍କର୍ଷ ଆଣିବା ସହ ଶିକ୍ଷାକୁ ସୁଦୂର ପ୍ରସାରୀ କରିବା ନିମନ୍ତେ କଲେଜ ନଥିବା ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି [...]
ଭୁବନେଶ୍ୱର – ଆସନ୍ତା ୨୦୨୪-୨୫ ଶିକ୍ଷାବର୍ଷରୁ ରାଜ୍ୟରେ ୧୮ଟି ନୂଆ ସରକାରୀ ଡିଗ୍ରୀ କଲେଜ ଖୋଲିବ । ୧୦ଟି ଜିଲ୍ଲାର ୧୮ଟି ବ୍ଲକରେ ଏହି ସରକାରୀ ଡିଗ୍ରୀ କଲେଜ ଖୋଲିବ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
ଶିକ୍ଷାରେ ସମାନତା ଓ ଉତ୍କର୍ଷ ଆଣିବା ସହ ଶିକ୍ଷାକୁ ସୁଦୂର ପ୍ରସାରୀ କରିବା ନିମନ୍ତେ କଲେଜ ନଥିବା ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ଏହି ସମସ୍ତ କଲେଜରେ ଆସନ୍ତା ୨୦୨୪-୨୫ ଶିକ୍ଷାବର୍ଷରୁ ପାଠପଢା ଆରମ୍ଭ ହେବ ।
ଗଜପତି ଜିଲ୍ଲାର ଗୁମ୍ମା, ଗଞ୍ଜାମ ଜିଲ୍ଲାର ଧରାକୋଟ, କଳାହାଣ୍ଡିର ଥୁଆମୂଳା-ରାମପୁର, କନ୍ଧମାଳର ଖଜୁରିପଡ଼ା, କୋରାପୁଟର ବନ୍ଧୁଗାଁ ଓ ନାରାୟଣପାଟଣା, ମାଲକାନଗିରିର ଚିତ୍ରକୋଣ୍ଡା, ମୟୂରଭଞ୍ଜର ତିରିଂ, ନବରଙ୍ଗପୁରର ତେନ୍ତୁଳିଖୁଣ୍ଟା, କୋଷାମଗୁଡ଼ୁା, ଝରିଗାଁ ଓ ରାଇଗଡ଼, ସୁନ୍ଦରଗଡ଼ ଜିଲ୍ଲାର ନୂଆଗାଁ, ଗୁରୁଣ୍ଡିଆ, କୁଆଁରମୁଣ୍ଡା, ରାୟଗଡ଼ା ଜିଲ୍ଲାର କାଶୀପୁର, ରାମନାଗୁଡ଼ା ଓ ଚନ୍ଦ୍ରପୁରଠାରେ ଡିଗ୍ରୀ କଲେଜ ଖୋଲିବ । ଏସବୁ କଲେଜ ନିମନ୍ତେ ସବୁ ବ୍ଲକ ମୁଖ୍ୟାଳୟଠାରୁ ୫ କିଲୋମିଟର ପରିସୀମାରେ ୧୦ ଏକର ଜମି ଯୋଗାଇ ଦେବାକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି କଲେଜଗୁଡ଼ିକର ନିଜସ୍ୱ ଭିତ୍ତିଭୂମି ବିକାଶ ନହେବା ପର୍ଯ୍ୟନ୍ତ ଅସ୍ଥାୟୀ ଗୃହରେ ଶିକ୍ଷାଦାନ ହେବ ।
ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆଜିଠାରୁ ୯ ଦିନ ଯାଏଁ ଭିତରକନିକା ବନ୍ଦ
Next Article‘ପିଏମ୍ ସେଲଫି ପଏଣ୍ଟ’ ବିବାଦ ପରେ ଆରଟିଆଇ ନିୟମ କଡ଼ାକଡ଼ି କଲା ରେଳବାଇ, ସୂଚନା ପ୍ରଦାନ କରିଥିବା ଅଧିକାରୀଙ୍କ ବି ବଦଳି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
