ଲୋକକଳା ହେଉଛି ଗୋଟିଏ ଜାତିର ଅସ୍ମିତା: କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱର – ପାରମ୍ପରିକ ଲୋକକଳା ଓ ସଂସ୍କୃତି ହେଉଛି ଏକ ଜାତିର ଜୀବନ ଓ ଭବିଷ୍ୟତ । ସଚେତନତା ସୃଷ୍ଟି କରିବାରେ ଲୋକକଳା ଭଳି ପ୍ରଭାବୀ ମାଧ୍ୟମ ଅନ୍ୟ କୌଣସି ମାଧ୍ୟମରେ ନାହିଁ ବୋଲି ୫-‘ଟି’ ତଥା ‘ ଆମ ଓଡିଶା ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ଆୟୋଜିତ ବ୍ଲକ୍ ଓ ଜିଲ୍ଲା ଲୋକକଳା ସଂସ୍କୃତି ସଂଘ ପ୍ରତିନିଧିମାନଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀରେ ଯୋଗଦେଇ [...]
ଭୁବନେଶ୍ୱର – ପାରମ୍ପରିକ ଲୋକକଳା ଓ ସଂସ୍କୃତି ହେଉଛି ଏକ ଜାତିର ଜୀବନ ଓ ଭବିଷ୍ୟତ । ସଚେତନତା ସୃଷ୍ଟି କରିବାରେ ଲୋକକଳା ଭଳି ପ୍ରଭାବୀ ମାଧ୍ୟମ ଅନ୍ୟ କୌଣସି ମାଧ୍ୟମରେ ନାହିଁ ବୋଲି ୫-‘ଟି’ ତଥା ‘ ଆମ ଓଡିଶା ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ଆୟୋଜିତ ବ୍ଲକ୍ ଓ ଜିଲ୍ଲା ଲୋକକଳା ସଂସ୍କୃତି ସଂଘ ପ୍ରତିନିଧିମାନଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀରେ ଯୋଗଦେଇ ସେ ଏହା କହିଛନ୍ତି । ସଂସ୍କୃତିକୁ ଗତିଶୀଳ କରିବା ନିମନ୍ତେ ଲୋକକଳା ପ୍ରତି ଯୁବପିଢ଼ିଙ୍କୁ ଆକୃଷ୍ଟ କରିବାକୁ ପଡ଼ିବ । ଲୋକକଳା ବଞ୍ଚିବାକୁ ହେଲେ କଳାକାରମାନଙ୍କ ଉନ୍ନତି ହେବା ଉଚିତ ବୋଲି ପାଣ୍ଡିଆନ୍ କହିଛନ୍ତି । ଏଥିନିମନ୍ତେ ସରକାର ଆସନ୍ତା ୩ରୁ ୪ ମାସ ମଧ୍ୟରେ କଳାକାରମାନଙ୍କୁ ଖୁସି ଖବର ଦେବେ ବୋଲି ସେ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣେ କଳାପ୍ରେମୀ ହୋଇଥିବାରୁ କଳାକାରମାନଙ୍କ ଉନ୍ନତି ନିମନ୍ତେ ସେ ସର୍ବଦା ଗୁରୁତ୍ୱାରୋପ କରୁଥିବା କହିଥିଲେ । ମିଶନ ଶକ୍ତି ଯେପରି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି ଏବଂ ମହିଳାମାନେ ସ୍ୱାବଲମ୍ବୀ ହୋଇପାରିଛନ୍ତି ଅନୁରୂପ ଢାଞ୍ଚାରେ କଳାକାର ସଂଘକୁ ସଶକ୍ତ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ସେ କହିଥିଲେ ।
ସମସ୍ତ ସଂଘକୁ ୫-‘ଟି’ ମଧ୍ୟରେ ଅନ୍ତର୍ଭୁକ୍ତ କରାଯିବା ସହ ବ୍ଲକ୍ ଏବଂ ଜିଲ୍ଲାସ୍ତରୀୟ ସଂଘ କାର୍ଯ୍ୟାଳୟ ଖୋଲାଯିବ । ଓଡ଼ିଶାକୁ ଆଗେଇ ନେବା ସହ ସଶକ୍ତ ରାଜ୍ୟରେ ପରିଣତ କରିବା ନିମନ୍ତେ ୫-ଟି ଅଧ୍ୟକ୍ଷ ଆହ୍ୱାନ ଦେଇଥିଲେ । ନବୀନ ଓଡ଼ିଶା ଗଠନ ନିମନ୍ତେ କଳାକାରମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ସେ କହିଥିଲେ ।
ଗଞ୍ଜାମ ଜିଲ୍ଲାରେ ଜିଲ୍ଲାପାଳ ଥିବାବେଳେ ଏକ ଅଭିଜ୍ଞତାକୁ ଭିତ୍ତି କରି ପାଣ୍ଡିଆନ୍ କହିଲେ ଯେ ପନ୍ଦର ବର୍ଷ ତଳେ ଗଞ୍ଜାମ ଜିଲ୍ଲାରେ ଏଡ୍ସ ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ଜିଲ୍ଲାବାସୀଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ଥିଲା । ଏଥି ନିମନ୍ତେ ଲୋକକଳାର ଭୂମିକା ପ୍ରଶଂସନୀୟ ଥିଲା ଓ ଦୁଇବର୍ଷ ମଧ୍ୟରେ ଏହାର ସୁଫଳ ମିଳିଥିଲା ବୋଲି ସେ କହିଥିଲେ । ଲୋକକଳାର ପ୍ରଭାବୀ ସଚେତନତା ସରକାରଙ୍କ ବିଭିନ୍ନ ଯୋଜନାର ରୂପରେଖକୁ ତୃଣମୂଳ ସ୍ତରରେ ପହଞ୍ଚାଇପାରିବ ବୋଲି ସେ ଉଲ୍ଲେଖ କରିଥିଲେ ।
ଆଜିର ସମ୍ମିଳନୀରେ ଅଭିଜ୍ଞତାସଂପନ୍ନ ବ୍ୟକ୍ତିବିଶେଷଙ୍କ ଦ୍ୱାରା ଲୋକକଳା ମାଧ୍ୟମରେ ସଚେତନତା ସୃଷ୍ଟି ନିମନ୍ତେ କଳାକାରମାନଙ୍କୁ ପରାମର୍ଶ ଦିଆଯିବା ସହ ଏକ ପୁସ୍ତିକା ଉନ୍ମୋଚିତ ହୋଇଥିଲା ।
ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ, ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ, ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାସ, ମିଶନ ଶକ୍ତି ଯୁଗ୍ମ ଶାସନ ସଚିବ ବିନୋଦ ଜେନା, ସଂସ୍କୃତି ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଅତସୀ ଦାସ, ସୁବୋଧ ଆଚାର୍ଯ୍ୟ, ଉପନିର୍ଦ୍ଦେଶିକା ସୁଚିସ୍ମିତା ମନ୍ତ୍ରୀ, ସୂଚନା, ଶିକ୍ଷା ଓ ଯୋଗାଯୋଗ ଅଭିଯାନର ପରାମର୍ଶଦାତା କୃଷ୍ଣଚନ୍ଦ୍ର ନିଶାଙ୍କ ପ୍ରମୁଖ ଉପସ୍ଥିତ ଥିଲେ ।
5T Chairman Reviews Progress of Major Projects in Cuttack, Participates in Nua-O Fest
Next ArticleNat Geo to Showcase Transformative Tale of Lower Suktel Dam
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
