ଆଜିଠୁ ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ, ୧୬ ଯାଏଁ ଚାଲିବ ପ୍ରକ୍ରିୟା
ଭୁବନେଶ୍ବର- ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା – ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଆଜିଠୁ ଅନ୍ଲାଇନ୍ ପଞ୍ଜୀକରଣ ଆରମ୍ଭ ହେଉଛି । ଚଳିତମାସ ୧୬ ତାରିଖ ଯାଏଁ ଅନ୍ଲାଇନ୍ ପଞ୍ଜୀକରଣର ଚାଲିବ । ବିଏସକେଓ୍ବାଇରୁ ବାଦ୍ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର ଲାଗି ନବୀନ କାର୍ଡ ଆରମ୍ଭ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କିଛି ଦିନ ତଳେ ଘୋଷଣା କରିଥିଲେ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ । ସରକାରୀ କର୍ମଚାରୀ, [...]
ଭୁବନେଶ୍ବର- ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା – ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଆଜିଠୁ ଅନ୍ଲାଇନ୍ ପଞ୍ଜୀକରଣ ଆରମ୍ଭ ହେଉଛି । ଚଳିତମାସ ୧୬ ତାରିଖ ଯାଏଁ ଅନ୍ଲାଇନ୍ ପଞ୍ଜୀକରଣର ଚାଲିବ । ବିଏସକେଓ୍ବାଇରୁ ବାଦ୍ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର ଲାଗି ନବୀନ କାର୍ଡ ଆରମ୍ଭ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କିଛି ଦିନ ତଳେ ଘୋଷଣା କରିଥିଲେ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ । ସରକାରୀ କର୍ମଚାରୀ, ସରକାରୀ ପେନସନଭୋଗୀ ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ ।
ବର୍ତ୍ତମାନ ବିଏସକେଓ୍ବାଇ ଅନ୍ତର୍ଭୁକ୍ତ ହୋଇ ନଥିବା ବ୍ୟକ୍ତିମାନେ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବ । ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଗୁରୁତର ଅର୍ଥାତ କ୍ରିଟିକାଲ ରୋଗଗୁଡିକ ଲାଗି ଦେୟମୁକ୍ତ ଚିକିତ୍ସା ପାଇପାରିବେ । ବିଏସକେଓ୍ବାଇ ନବୀନ କାର୍ଡରେ ପ୍ରତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ । ଆଶାୟୀ ହିତାଧିକାରୀମାନେ ବିଏସକେଓ୍ବାଇ ନବୀନ କାର୍ଡ ପାଇଁ www.bskynabin.odisha.gov.in ପୋର୍ଟାଲରେ ଆବେଦନ କରିପାରିବେ ।
ଧରାକୋଟରେ ଦୁଇ ବସ୍ ମୁହାଁମୁହିଁ: ଜଣେ ମୃତ, ୧୦ରୁ ଅଧିକ ଆହତ
Next Articleଆଜିଠୁ ଶିଶିର ସରସ -୨୦୨୪, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
