न्यूज़रूम ओडिशा
ब्रेकिंग
ओडिया समाचार

ହାଇଟେକ୍ ବିସ୍ଫୋରଣ : ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତି ଆଖି ବୁଜିଲେ

ଭୁବନେଶ୍ୱର – ହାଇଟେକ୍ ମେଡିକାଲରେ ବିସ୍ଫୋରଣ ଘଟଣା। ଚାଲିଗଲା ଆଉ ଜଣଙ୍କ ଜୀବନ। ଗତକାଲି ବିଳମ୍ବିତ ରାତିରେ ନିଜକୁ ଦିଲ୍ଲୀପ ସାମନ୍ତରାୟ ବୋଲି କହୁଥିବା ଗୁରୁତର ଆହତଙ୍କ ମୃତ୍ୟୁ ହୋଇଛି। ଏନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ଗତମାସ ୨୯ ତାରିଖରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣରେ ଦିଲ୍ଲୀପ ସାମନ୍ତରାୟ, ସୀମାଞ୍ଚଳ ବିଶ୍ୱାଳ, ଶ୍ରୀତମ ସାହୁ, ଜ୍ୟୋତି ରଞ୍ଜନ ମଲ୍ଲିକ ଗୁରୁତର ହୋଇଥିଲେ। ପରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା । ମୃତକ ଦୁଇ ଜଣ ଦିଲ୍ଲୀପ [...]

Admin•6 जनवरी 2024
Share Article:

ଭୁବନେଶ୍ୱର – ହାଇଟେକ୍ ମେଡିକାଲରେ ବିସ୍ଫୋରଣ ଘଟଣା। ଚାଲିଗଲା ଆଉ ଜଣଙ୍କ ଜୀବନ। ଗତକାଲି ବିଳମ୍ବିତ ରାତିରେ ନିଜକୁ ଦିଲ୍ଲୀପ ସାମନ୍ତରାୟ ବୋଲି କହୁଥିବା ଗୁରୁତର ଆହତଙ୍କ ମୃତ୍ୟୁ ହୋଇଛି। ଏନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।

ଗତମାସ ୨୯ ତାରିଖରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣରେ ଦିଲ୍ଲୀପ ସାମନ୍ତରାୟ, ସୀମାଞ୍ଚଳ ବିଶ୍ୱାଳ, ଶ୍ରୀତମ ସାହୁ, ଜ୍ୟୋତି ରଞ୍ଜନ ମଲ୍ଲିକ ଗୁରୁତର ହୋଇଥିଲେ। ପରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା । ମୃତକ ଦୁଇ ଜଣ ଦିଲ୍ଲୀପ ଓ ଶ୍ରୀତମ ବୋଲି ପ୍ରଥମେ ହସ୍ପିଟାଲ କର୍ତ୍ତୃପକ୍ଷ କହିଥିଲେ। ଦିଲ୍ଲୀପଙ୍କ ମୃତ୍ୟୁ ଖବର ଶୁଣି ତାଙ୍କ ପତ୍ନୀ ମଧ୍ୟ ଆତ୍ମହତ୍ୟା କରିଥିଲେ।

କିନ୍ତୁ ଚିକିତ୍ସିତ ହେଉଥିବା ଅନ୍ୟ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଯୁବକ ନିଜକୁ ଦିଲ୍ଲୀପ ବୋଲି ପରିଚୟ ଦେଇଥିଲେ। ଏହା ପରେ ଆରମ୍ଭ ହୋଇଥିଲା ଦ୍ଵନ୍ଦ୍ବ । ତେବେ ନିଜକୁ ଦିଲ୍ଲୀପ ବୋଲି କହୁଥିବା ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ହୋଇଛି।

#Odia#Odisha#News
Share Article:

Related Articles