ସ୍ୱାଭିମାନ ଅଞ୍ଚଳରେ ବିକାଶର ନୂଆ ଯୁଗ : ଆକାଶପଥରେ ଯୋଡି ହେବ ମାଲକାନଗିରି, ମୁଖ୍ୟମନ୍ତ୍ରୀ କରିବେ ବିମାନବନ୍ଦରର ଲୋକାର୍ପଣ
ଭୁବନେଶ୍ୱର – ମାଲକାନଗିରିରେ ବିକାଶର ନୂଆ ଯୁଗ ଆରମ୍ଭ ହେବାକୁ ଯାଉଛି। ଜିଲ୍ଲାବାସୀଙ୍କ ବହୁବର୍ଷର ସ୍ୱପ୍ନ ସାକାର ହେବ । ବିମାନ ସେବା ସହ ଯୋଡି ହେବ ମାଲକାନଗିରି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିର୍ମିତ ମାଲକାନଗିରି ବିମାନବନ୍ଦରର ଉଦଘାଟନ କରିବା ସହ ବିଧିବଦ୍ଧ ଭାବେ ବିମାନ ଚଳାଚଳର ଶୁଭାରମ୍ଭ ହେବ । ସୂଚନାଯୋଗ୍ୟ ଯେ, ରବିବାର ଦିନ ପରୀକ୍ଷାମୂଳକ ଭାବେ ଏକ ବିମାନର ଉଡାଣ କରାଯାଇ ମାଲକାନଗିରି ବିମାନବନ୍ଦରରରେ ଅବତରଣ କରାଯାଇଥିଲା । ୭ ଆସନ [...]
ଭୁବନେଶ୍ୱର – ମାଲକାନଗିରିରେ ବିକାଶର ନୂଆ ଯୁଗ ଆରମ୍ଭ ହେବାକୁ ଯାଉଛି। ଜିଲ୍ଲାବାସୀଙ୍କ ବହୁବର୍ଷର ସ୍ୱପ୍ନ ସାକାର ହେବ । ବିମାନ ସେବା ସହ ଯୋଡି ହେବ ମାଲକାନଗିରି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିର୍ମିତ ମାଲକାନଗିରି ବିମାନବନ୍ଦରର ଉଦଘାଟନ କରିବା ସହ ବିଧିବଦ୍ଧ ଭାବେ ବିମାନ ଚଳାଚଳର ଶୁଭାରମ୍ଭ ହେବ । ସୂଚନାଯୋଗ୍ୟ ଯେ, ରବିବାର ଦିନ ପରୀକ୍ଷାମୂଳକ ଭାବେ ଏକ ବିମାନର ଉଡାଣ କରାଯାଇ ମାଲକାନଗିରି ବିମାନବନ୍ଦରରରେ ଅବତରଣ କରାଯାଇଥିଲା । ୭ ଆସନ ବିଶିଷ୍ଟ ଭିଟି- ୧୦୦ ବିମାନ ମାଲକାନଗିରି ବିମାନବନ୍ଦରରରେ ସଫଳ ଅବତରଣ କରିଥିଲା ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ବିମାନବନ୍ଦରରରେ ପରୀକ୍ଷାମୂଳକ ଉଡାଣ ସଫଳ ହୋଇଥିବାରୁ ଖୁସି ବ୍ୟକ୍ତ କରିଛନ୍ତି। ମାଲକାନଗିରିକୁ ବିମାନସେବା ବିକାଶର ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି ନବୀନ କହିବା ସହ ଅଞ୍ଚଳର ଲୋକଙ୍କ ଜୀବନରେ ଏହା ଏକ ରୂପାନ୍ତରଣ ଆଣିବା । ବ୍ୟବସାୟ ବାଣିଜ୍ୟ ଓ ପର୍ଯ୍ୟଟନର ବିକାଶ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମାଲକାନଗିରି ବିମାନବନ୍ଦରରେ ୧୫୦୦/୩୦ ମିଟର୍ ରନୱେ, ପାଚେରୀ, ଏଟିସି ଟାୱାର, ଯାତ୍ରୀ ପ୍ରତୀକ୍ଷାଳୟ ନିର୍ମାଣ ସରିଛି। ପ୍ରଥମ ପର୍ଯ୍ୟାୟରେ ଏଠାରୁ ୯ ଆସନ ବିଶିଷ୍ଟ ବିମାନ ସେବା ଆରମ୍ଭ ହେବା ସମ୍ଭାବନା ଅଛି ଏବଂ ପରବର୍ତ୍ତୀ ସମୟରେ ବଡ଼ ବିମାନ ଚଳାଚଳ କରିବ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପକ୍ଷରୁ ମାଲକାନଗିରି ବିମାନବନ୍ଦର କାର୍ଯ୍ୟକ୍ଷମ କରିବା ଲାଗି ସମସ୍ତ ବୈଷୟିକ ସହାୟତା ପ୍ରଦାନ କରାଯାଉଛି।
ଗତ ବର୍ଷ ମେ’ ମାସରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ମାଲକାନଗିରି ଗସ୍ତ ସମୟରେ କୋଟେଲଗୁଡ଼ା ଠାରେ ଥିବା ଏହି ବିମାନବନ୍ଦରର ସମ୍ପ୍ରସାରଣ କାର୍ଯ୍ୟ ଅନୁଧ୍ୟାନ କରିବା ସହିତ ଜାନୁଆରୀ ମାସ ସୁଦ୍ଧା କାମ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର, ଝାରସୁଗୁଡ଼ା, ଜୟପୁର, ଉତ୍କେଲା, ରାଉରକେଲା ପରେ ମାଲକାନଗିରି ବିମାନ ଉଡ଼ାଣ ତାଲିକାରେ ସାମିଲ ହେବାକୁ ଯାଉଛି।
ଗଜପତି ଜିଲ୍ଲା: ଘାଟିରେ ଭ୍ୟାନ୍ ଓଲଟି ୨୦ରୁ ଅଧିକ ଛାତ୍ର ଆହତ
Next Articleପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ପାଇଁ ଆଜିଠାରୁ ଅନଲାଇନ ଆବେଦନ ପ୍ରକ୍ରିୟା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
