ନବରଙ୍ଗପୁର ଜିଲ୍ଲା ରାଇଘରରେ ୫-ଟି ଅଧ୍ୟକ୍ଷ, ବିକାଶମୂଳକ କାର୍ଯ୍ୟର ସମୀକ୍ଷା
ନବରଙ୍ଗପୁର – ନବରଙ୍ଗପୁର ଜିଲ୍ଲା ରାଇଘରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସେଠାରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗତ ମାର୍ଚ୍ଚ ମାସରେ ନବରଙ୍ଗପୁରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିର ପାଳନ ସମ୍ପର୍କରେ ଅବଗତ କରିଛନ୍ତି ୫-ଟି ଅଧ୍ୟକ୍ଷ। ୯ ମାସ ଭିତରେ ନବରଙ୍ଗପୁର ଜିଲ୍ଲା ୪୫୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଉମରକୋଟ୍ ନିର୍ବାଚନମଣ୍ଡଳୀ ପାଇଁ ୨ଶହ କୋଟି ମଞ୍ଜୁର ହୋଇଛି । ତେନ୍ତୁଳିଖୁଣ୍ଟି, କୋଷାଗୁମୁଡ଼ା, ଜାଡ଼ିଗାଁ, ରାଇଘରରେ ଡିଗ୍ରୀ କଲେଜକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । [...]
ନବରଙ୍ଗପୁର – ନବରଙ୍ଗପୁର ଜିଲ୍ଲା ରାଇଘରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସେଠାରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗତ ମାର୍ଚ୍ଚ ମାସରେ ନବରଙ୍ଗପୁରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିର ପାଳନ ସମ୍ପର୍କରେ ଅବଗତ କରିଛନ୍ତି ୫-ଟି ଅଧ୍ୟକ୍ଷ। ୯ ମାସ ଭିତରେ ନବରଙ୍ଗପୁର ଜିଲ୍ଲା ୪୫୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଉମରକୋଟ୍ ନିର୍ବାଚନମଣ୍ଡଳୀ ପାଇଁ ୨ଶହ କୋଟି ମଞ୍ଜୁର ହୋଇଛି । ତେନ୍ତୁଳିଖୁଣ୍ଟି, କୋଷାଗୁମୁଡ଼ା, ଜାଡ଼ିଗାଁ, ରାଇଘରରେ ଡିଗ୍ରୀ କଲେଜକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । କଲେଜଗୁଡ଼ିକରେ ଚଳିତବର୍ଷରୁ ନାମଲେଖା ହେବ । ଜନସାଧାରଣଙ୍କ ଦରଖାସ୍ତର ବିଚାର କରାଯାଇ ଆସନ୍ତା ୧୦ଦିନରେ ଖୁସି ଖବର ଦିଆଯିବ ବୋଲି ୫-ଟି ଅଧ୍ୟକ୍ଷ ଏହି ଅବସରରେ କହିଛନ୍ତି।
ମନ୍ଦିର, ମସଜିଦ୍, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ଉନ୍ନତି ପାଇଁ ଅନୁରୋଧ କରିଥିବା ଲୋକମାନଙ୍କୁ ଖୁସି ଖବର ମିଳିବ । ମାସେ ଭିତରେ ଦରଖାସ୍ତର ଉତ୍ତର ପାଇବେ ଜନସାଧାରଣ । ୫-ଟି ଅଧ୍ୟକ୍ଷ କହିଥିଲେ , ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ପଂଜୀକରଣ ଚାଲିଛି । ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲିବ । ବିଏସକେଓ୍ବାଇ କାର୍ଡ ପାଇନଥିବା ସମସ୍ତେ ଏଥିପାଇଁ ଆବେଦନ କରିପାରିବେ । ସହରାଞ୍ଚଳ ଲୋକ, ସରକାରୀ କର୍ମଚାରୀ ପରେ ଯୋଜନାର ଲାଭ ପାଇବେ। ଅନ୍ୟପଟେ ଆସନ୍ତା ୨ ମାସ ଭିତରେ ପ୍ରତି ପଞ୍ଚାୟତରେ ଆମ ବ୍ୟାଙ୍କ ଖୋଲିବ। ମକା ଚାଷୀଙ୍କୁ ସହଯୋଗ କରିବାକୁ ମକା ମିଶନ ଆରମ୍ଭ କରିଛନ୍ତି । ମଧୁବାବୁ ଭତ୍ତା ରାଶି ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ଖୁସି ଖବର ଦେବେ ବୋଲି ୫-ଟି ଅଧ୍ୟକ୍ଷ କହିଛନ୍ତି ।
Online Application for BSKY Nabin Card Goes on Full Swing across Odisha
Next Articleମା’ ପାଲଟିଲା ପିଶାଚି: ନିଜ ୪ ବର୍ଷର ପୁଅକୁ ହତ୍ୟା କଲେ ଷ୍ଟାର୍ଟ ଅପ୍ କମ୍ପାନୀର ସିଇଓ, ଗୋଆରୁ କର୍ଣ୍ଣାଟକ ମୃତଦେହ ଆଣୁଥିବା ବେଳେ ଗିରଫ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
