ଦକ୍ଷତା ବିକାଶ ଏବଂ ଉଚ୍ଚ ଶିକ୍ଷା ବିଭାଗର ନିଯୁକ୍ତି ପର୍ବ : ୫୧୨ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ୫୧୨ ନୂଆ ସହକାରୀ ପ୍ରଫେସର, ସହକାରୀ ଟ୍ରେନିଂ ଅଫିସର, କନିଷ୍ଠ ସହକାରୀ ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚଶିକ୍ଷା ବିଭାଗରେ ୧୫୮ ଜଣ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି ମିଳିଥିବା ବେଳେ ୧୯୪ ଜଣ ସହକାରୀ ତାଲିମ ଅଧିକାରୀ,୧୫୦ ଜଣ କନିଷ୍ଠ ସହାୟକଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ନିଯୁକ୍ତି ଦିଆଯାଇଛି। ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ [...]
ଭୁବନେଶ୍ୱର – ୫୧୨ ନୂଆ ସହକାରୀ ପ୍ରଫେସର, ସହକାରୀ ଟ୍ରେନିଂ ଅଫିସର, କନିଷ୍ଠ ସହକାରୀ ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚଶିକ୍ଷା ବିଭାଗରେ ୧୫୮ ଜଣ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି ମିଳିଥିବା ବେଳେ ୧୯୪ ଜଣ ସହକାରୀ ତାଲିମ ଅଧିକାରୀ,୧୫୦ ଜଣ କନିଷ୍ଠ ସହାୟକଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ନିଯୁକ୍ତି ଦିଆଯାଇଛି। ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରଫେସରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଏଭଳି ଏକ ବୃତ୍ତିକୁ ଆପଣାଇବା ସହ ଯୁବପିଢ଼ିଙ୍କୁ ଦକ୍ଷକରି ଗଢ଼ିତୋଳିବା ପାଇଁ ବ୍ରତୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଗତ କିଛି ବର୍ଷ ମଧ୍ୟରେ ଉଭୟ ସରକାରୀ ଏବଂ ଅଣ ସରକାରୀ ସହାୟକ ମହାବିଦ୍ୟାଳୟ ପାଇଁ ରେକର୍ଡ ସଂଖ୍ୟକ ୪ ହଜାର ୯୪୧ ଶିକ୍ଷକ ଏବଂ ଅଣ-ଶିକ୍ଷକ କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ସରକାରୀ ଭାବେ ଡିଗ୍ରୀ କଲେଜରେ ୫୫୬ ସହକାରୀ ପ୍ରଫେସରଙ୍କୁ ଏହି ସମୟ ମଧ୍ୟରେ ନିଯୁକ୍ତି ଦିଆଯାଇଛି। ସେହିପରି ଶିକ୍ଷକ ଶିକ୍ଷା ତାଲିମ ପ୍ରତିଷ୍ଠାନରେ ନିଯୁକ୍ତ ୩୩୨ ସହକାରୀ ପ୍ରଫେସର ଏବଂ ୩୦୮ ଜଣ ଅଣ ଶିକ୍ଷକ କର୍ମଚାରୀ ମଧ୍ୟ ନିଯୁକ୍ତ ହୋଇଛନ୍ତି। ଏହା ବ୍ୟତୀତ ଗତ କିଛି ବର୍ଷ ମଧ୍ୟରେ ଅଣ-ସରକାରୀ ସହାୟକ କଲେଜଗୁଡ଼ିକରେ ୩୭୪୫ ଅଧ୍ୟାପକ ନିଯୁକ୍ତ ହୋଇଛନ୍ତି ।
ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷାରେ ନବନିଯୁକ୍ତ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉଚ୍ଚଶିକ୍ଷା ସହିତ ଆମର ଯୁବପିଢ଼ିଙ୍କ ଭବିଷ୍ୟତ ପାଇଁ କୌଶଳ କ୍ଷେତ୍ର ବେଶ୍ ଗୁରୁତ୍ୱପୂର୍ଣ୍ଣ । ଏହି ନିଯୁକ୍ତି ଦକ୍ଷତା ବିକାଶ ପାଇଁ ୫-ଟି ଢାଞ୍ଚାର ପ୍ରତିବଦ୍ଧତାକୁ ସୂଚିତ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ଉପସ୍ଥିତ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ ରାଜ୍ୟରେ ୫-ଟି ପଦକ୍ଷେପକୁ ପ୍ରୟୋଗ କରି ଉଚ୍ଚଶିକ୍ଷା ବିଭାଗ କାର୍ଯ୍ୟ କରୁଛି। ଉଚ୍ଚଶିକ୍ଷାର ବିକାଶ ପାଇଁ ରାଜ୍ୟ ବଜେଟ୍ ୪୦୦୦ କୋଟିରେ ପହଞ୍ଚିଛି ଏବଂ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ କହିଛନ୍ତି ଯେ ‘ସ୍କିଲ୍ଡ -ଇନ୍-ଓଡିଶା’ ପଦକ୍ଷେପ ଦକ୍ଷତା ବିକାଶ ପାଇଁ ଉତ୍ତମ ପରିବେଶ ସୃଷ୍ଟି କରିଛି।
ପୂର୍ବତନ ସାଂସଦ ତଥା ବିଧାୟକ ସୁଶ୍ରୀ ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
Next Articleଶରଣ ଶ୍ରୀକ୍ଷେତ୍ର ମାରଦା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
