ହସପିଟାଲରୁ ଡିସଚାର୍ଜ ହେବ ‘ମିରାକଲ୍ ବେବି’
ସମ୍ବଲପୁର – ନବଜାତ ଅବସ୍ଥାରେ ମୃତ୍ୟୁକୁ ମାତ୍ ଦେଇ ଏକ ପରିତ୍ୟକ୍ତ ବୋରୱେଲରୁ ଉଦ୍ଧାର ହୋଇ ଭୀମସାରରେ ଚିକିତ୍ସିତ ହେଉଥିବା ଶିଶୁ କନ୍ୟା ବିଜୟିନୀ ଆଜି ଡିସଚାର୍ଜ ହେବ । ଡିସଚାର୍ଜ ପରେ ଶିଶୁ ଗୃହକୁ ଯିବ ବିଜୟିନୀ। ଗତ ମାସେ ହେଲା ଭୀମସାରରେ ବିଜୟିନୀର ଚିକିତ୍ସା କରାଯାଉଥିଲା। ସୂଚନାଯୋଗ୍ୟ ଯେ, ଗତ ଡିସେମ୍ବର ୧୨ ତାରିଖରେ ସମ୍ବଲପୁର ଜିଲ୍ଲା ଲାରିପାଲି ନିକଟ ଜଙ୍ଗଲର ଏକ ପରିତ୍ୟକ୍ତ ବୋରୱେଲରୁ ଉଦ୍ଧାର ହୋଇଥିଲା ବିଜୟିନୀ । ଜନ୍ମ ହେବାର [...]
ସମ୍ବଲପୁର – ନବଜାତ ଅବସ୍ଥାରେ ମୃତ୍ୟୁକୁ ମାତ୍ ଦେଇ ଏକ ପରିତ୍ୟକ୍ତ ବୋରୱେଲରୁ ଉଦ୍ଧାର ହୋଇ ଭୀମସାରରେ ଚିକିତ୍ସିତ ହେଉଥିବା ଶିଶୁ କନ୍ୟା ବିଜୟିନୀ ଆଜି ଡିସଚାର୍ଜ ହେବ । ଡିସଚାର୍ଜ ପରେ ଶିଶୁ ଗୃହକୁ ଯିବ ବିଜୟିନୀ। ଗତ ମାସେ ହେଲା ଭୀମସାରରେ ବିଜୟିନୀର ଚିକିତ୍ସା କରାଯାଉଥିଲା।
ସୂଚନାଯୋଗ୍ୟ ଯେ, ଗତ ଡିସେମ୍ବର ୧୨ ତାରିଖରେ ସମ୍ବଲପୁର ଜିଲ୍ଲା ଲାରିପାଲି ନିକଟ ଜଙ୍ଗଲର ଏକ ପରିତ୍ୟକ୍ତ ବୋରୱେଲରୁ ଉଦ୍ଧାର ହୋଇଥିଲା ବିଜୟିନୀ । ଜନ୍ମ ହେବାର ପ୍ରାୟ ୫/୬ ଘଣ୍ଟା ପରେ ଶିଶୁକନ୍ୟାକୁ ତାହାର ମା’ ବୋରୱେଲ୍ରେ ଫିଙ୍ଗି ଦେଇଥିଲା । ବୋରୱେଲ ଭିତରୁ କଅଁଳା ଶିଶୁର କାନ୍ଦ ଶୁଣି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବାପରେ ତାକୁ ଉଦ୍ଧାର କରିବା ଅଭିଯାନ ଆରମ୍ଭ ହୋଇଥିଲା । ସାଢ଼େ ୬ ଘଣ୍ଟାର ରେସକ୍ୟୁ ଅପରେସନ ପରେ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଥିଲା। ପରେ ତାକୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହସପିଟାଲ ଷ୍ଟାଫ୍ ଶିଶୁକନ୍ୟାର ଏକୋଇଶିଆ ପାଳନ କରି ତାର ନାମ ବିଜୟିନୀ ରଖିଥିଲେ । ଏଣେ ତା’ର ମାଆର ପରିଚୟ ମିଳିଥିଲେ ମଧ୍ୟ ବିଜୟିନୀକୁ ତାଙ୍କୁ ହସ୍ତାନ୍ତର କରାଯିବ ନାହିଁ ପୋଲିସ କହିଛି । ମହିଳାଙ୍କର ମାନସିକ ବିକୃତି ଥିବା ସୂଚନା ମିଳିଛି।
ପନ୍ନୁ ମାମଲାରେ ନିଖିଲ ଗୁପ୍ତାଙ୍କ ବିରୋଧରେ ପ୍ରମାଣ ଦେବାକୁ ମନାକଲା ଆମେରିକା
Next Articleଜାନୁଆରୀ ୩୧ରୁ ସଂସଦର ବଜେଟ୍ ଅଧିବେଶନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
