ପ୍ରେସକ୍ରିପସନ ସ୍ପଷ୍ଟ ଭାବେ ଲେଖିବାକୁ ଡାକ୍ତରମାନଙ୍କୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର – ହାଇକୋର୍ଟଙ୍କ ନିର୍ଦ୍ଦେଶ ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ପ୍ରେସକ୍ରିପସନ ଲେଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ଡାକ୍ତରୀ ଚିଠା, ପିଏମ୍ ରିପୋର୍ଟ ପ୍ରାଞ୍ଜଳ ଭାବେ ଓ ସାଧାରଣ ଲୋକେ ବୁଝିପାରିବା ଭଳି ଲେଖିବାକୁ ନିର୍ଦ୍ଦେଶ ଦିଆଯାଇଛି । କ୍ୟାପିଟାଲ ଲେଟର, ଟାଇପ୍ କିମ୍ବା ଗୋଲ୍ ଗୋଲ୍ ଲେଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲେଖା ଏମିତି ହେବା ଦରକାର ଯେମିତି କିଛି ସଂଶୟ ଉପୁଜୁନଥିବ ବୋଲି ନିର୍ଦ୍ଦେଶନାମାରେ ଲେଖାଯାଇଛି। ଡାକ୍ତରଙ୍କ [...]
ଭୁବନେଶ୍ୱର – ହାଇକୋର୍ଟଙ୍କ ନିର୍ଦ୍ଦେଶ ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ପ୍ରେସକ୍ରିପସନ ଲେଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ଡାକ୍ତରୀ ଚିଠା, ପିଏମ୍ ରିପୋର୍ଟ ପ୍ରାଞ୍ଜଳ ଭାବେ ଓ ସାଧାରଣ ଲୋକେ ବୁଝିପାରିବା ଭଳି ଲେଖିବାକୁ ନିର୍ଦ୍ଦେଶ ଦିଆଯାଇଛି । କ୍ୟାପିଟାଲ ଲେଟର, ଟାଇପ୍ କିମ୍ବା ଗୋଲ୍ ଗୋଲ୍ ଲେଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲେଖା ଏମିତି ହେବା ଦରକାର ଯେମିତି କିଛି ସଂଶୟ ଉପୁଜୁନଥିବ ବୋଲି ନିର୍ଦ୍ଦେଶନାମାରେ ଲେଖାଯାଇଛି।
ଡାକ୍ତରଙ୍କ ହାତ ଲେଖା ପ୍ରେସ୍କ୍ରିପ୍ସନକୁ ନେଇ ଅନେକ ସମୟରେ ସଂଶୟ ରହୁଥିଲା । ପ୍ରେସ୍କ୍ରିପ୍ସନ୍, ଶବ ବ୍ୟବଚ୍ଛେଦ ଓ ଅନ୍ୟାନ୍ୟ ରିପୋର୍ଟଗୁଡ଼ିକ ସାଧାରଣ ଲୋକ କ’ଣ ପ୍ରାଶାସନିକ ଅଧିକାରୀମାନଙ୍କୁ ବି ପଢ଼ିବାରେ ଅସୁବିଧା ହେଉଥିଲା । ଏଥିରେ ଉଦ୍ବେଗ ପ୍ରକାଶ କରିଥିଲେ ହାଇକୋର୍ଟ। ପ୍ରେସ୍କ୍ରିପ୍ସନ୍ ଓ ଅନ୍ୟାନ୍ୟ ରିପୋର୍ଟ ସ୍ପଷ୍ଟ ଅକ୍ଷରରେ ଲେଖିବାକୁ ରାଜ୍ୟରେ କାର୍ଯ୍ୟରତ ଡାକ୍ତରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ହାଇକୋର୍ଟ ପରାମର୍ଶ ଦେଇଥିଲେ।
ଆନ୍ତଃଧର୍ମ ଦମ୍ପତିଙ୍କୁ ଆକ୍ରମଣ ଘଟଣାରେ ନୂଆ ମୋଡ଼, ଅଭିଯୁକ୍ତଙ୍କ ବିରୋଧରେ ଗଣବଳାତ୍କାର ମାମଲା ରୁଜୁ
Next Articleକୃଷି ଓଡ଼ିଶା -୨୦୨୪କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଏଥର ଫୋକସରେ ‘ମହିଳା କୃଷକ’
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
