କୃଷି ଓଡ଼ିଶା -୨୦୨୪କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଏଥର ଫୋକସରେ ‘ମହିଳା କୃଷକ’
ଭୁବନେଶ୍ବର – ଜନତା ମଇଦାନରେ କୃଷି ଓଡ଼ିଶା-୨୦୨୪କୁ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜିଠାରୁ ୧୪ ଯାଏଁ ତିନି ଦିନ ଚାଲିବ ଏହି କାର୍ଯ୍ୟ କ୍ରମ । କୃଷି ଓଡ଼ିଶା ୨୦୨୪କୁ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୃଷିରେ ମହିଳାଙ୍କ ଭାଗିଦାରୀ ଓଡ଼ିଶାର କୃଷିକୁ ସମୃଦ୍ଧ କରିପାରିଛି । ‘କୃଷି ଓଡ଼ିଶା-୨୦୨୪’ର ବିଷୟବସ୍ତୁ ରହିଛି ‘କୃଷି ପ୍ରଗତିରେ ମହିଳା’ । ଏଥରର ‘କୃଷି ଓଡ଼ିଶା’ କାର୍ଯ୍ୟକ୍ରଯରେ କୃଷିକୁ ଅଧିକ ଲାଭଦାୟୀ କରିପାରିଥିବା ମହିଳା କୃଷକଙ୍କ [...]
ଭୁବନେଶ୍ବର – ଜନତା ମଇଦାନରେ କୃଷି ଓଡ଼ିଶା-୨୦୨୪କୁ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜିଠାରୁ ୧୪ ଯାଏଁ ତିନି ଦିନ ଚାଲିବ ଏହି କାର୍ଯ୍ୟ କ୍ରମ । କୃଷି ଓଡ଼ିଶା ୨୦୨୪କୁ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୃଷିରେ ମହିଳାଙ୍କ ଭାଗିଦାରୀ ଓଡ଼ିଶାର କୃଷିକୁ ସମୃଦ୍ଧ କରିପାରିଛି । ‘କୃଷି ଓଡ଼ିଶା-୨୦୨୪’ର ବିଷୟବସ୍ତୁ ରହିଛି ‘କୃଷି ପ୍ରଗତିରେ ମହିଳା’ । ଏଥରର ‘କୃଷି ଓଡ଼ିଶା’ କାର୍ଯ୍ୟକ୍ରଯରେ କୃଷିକୁ ଅଧିକ ଲାଭଦାୟୀ କରିପାରିଥିବା ମହିଳା କୃଷକଙ୍କ ସର୍ବୋତ୍ତମ ଉତ୍ପାଦ ଓ ଅନୁଶୀଳନକୁ ପ୍ରଦର୍ଶିତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।
କୃଷି ଓଡ଼ିଶା-୨୦୨୪ରେ ମହିଳା କୃଷକ, ସ୍ୱୟଂ ସହାୟକ ଗୋଷ୍ଠୀ, ମହିଳା କୃଷି ଉଦ୍ୟୋଗୀ, ବ୍ୟବସାୟିକ ସଂସ୍ଥା, ସେବା ପ୍ରଦାନକାରୀ ପ୍ରତିଷ୍ଠାନ, କୃଷି ଉଦ୍ୟୋଗୀ ଓ ଶିଳ୍ପଗୁଡ଼ିକ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବା ପ୍ରମୁଖ ଲକ୍ଷ୍ୟ ରହିଛି। ରାଜ୍ୟର କୋଣ ଅନୁକୋଣରୁ ପ୍ରାୟ ୫ହଜାର ମହିଳା କୃଷକ ଏବଂ ୨ହଜାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ କୃଷି ଉଦ୍ୟୋଗୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି।
ଆଜି ଉଦଘାଟନୀ କାର୍ଯ୍ୟକ୍ରମରେ କୃଷି ଯନ୍ତ୍ରପାତି ତିଆରି କରିଥିବା ୭୦ ଜଣ ଚାଷୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଏବଂ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରେସକ୍ରିପସନ ସ୍ପଷ୍ଟ ଭାବେ ଲେଖିବାକୁ ଡାକ୍ତରମାନଙ୍କୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
Next Articleନିର୍ବାଚନ କମିଶନଙ୍କ ‘ନ୍ୟାସନାଲ ଆଇକନ୍’ ପଦରୁ ଇସ୍ତଫା ଦେଲେ ପଙ୍କଜ ତ୍ରିପାଠୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
