ହରିୟାଣାରେ ଭାଙ୍ଗିଲା ବିଜେପି-ଜେଜେପି ମେଣ୍ଟ, ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ସହ ପୂରା ମନ୍ତ୍ରିମଣ୍ଡଳର ଇସ୍ତଫା
ଚଣ୍ଡିଗଡ଼: ହରିୟାଣାରେ ବିଜେପି ଓ ଜନନାୟକ ଜନତା ପାର୍ଟି (ଜେଜେପି) ମେଣ୍ଟ ଭାଙ୍ଗିବା ଚର୍ଚ୍ଚା ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏବଂ ତାଙ୍କ ପୂରା ମନ୍ତ୍ରିମଣ୍ଡଳ ମଙ୍ଗଳବାର ଇସ୍ତଫା ଦେଇଛନ୍ତି । ଲୋକସଭା ନିର୍ବାଚନ ପାଇଁ ଆସନ ଭାଗବଣ୍ଟା ନେଇ ଆଲୋଚନା ବିଫଳ ପରେ ବିଜେପି-ଜେଜେପି ମେଣ୍ଟ ଭାଙ୍ଗି ଯାଇଥିବା କୁହାଯାଇଛି। ଏନେଇ ଔପଚାରିକ ଘୋଷଣା ହେବାକୁ ବାକି ଅଛି । ସୂତ୍ରରୁ ପ୍ରକାଶ ଯେ ଖଟ୍ଟର ଓ ପୂରା ମନ୍ତ୍ରିମଣ୍ଡଳର ଇସ୍ତଫା ପରେ ବିଜେପି [...]
ଚଣ୍ଡିଗଡ଼: ହରିୟାଣାରେ ବିଜେପି ଓ ଜନନାୟକ ଜନତା ପାର୍ଟି (ଜେଜେପି) ମେଣ୍ଟ ଭାଙ୍ଗିବା ଚର୍ଚ୍ଚା ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏବଂ ତାଙ୍କ ପୂରା ମନ୍ତ୍ରିମଣ୍ଡଳ ମଙ୍ଗଳବାର ଇସ୍ତଫା ଦେଇଛନ୍ତି । ଲୋକସଭା ନିର୍ବାଚନ ପାଇଁ ଆସନ ଭାଗବଣ୍ଟା ନେଇ ଆଲୋଚନା ବିଫଳ ପରେ ବିଜେପି-ଜେଜେପି ମେଣ୍ଟ ଭାଙ୍ଗି ଯାଇଥିବା କୁହାଯାଇଛି। ଏନେଇ ଔପଚାରିକ ଘୋଷଣା ହେବାକୁ ବାକି ଅଛି ।
ସୂତ୍ରରୁ ପ୍ରକାଶ ଯେ ଖଟ୍ଟର ଓ ପୂରା ମନ୍ତ୍ରିମଣ୍ଡଳର ଇସ୍ତଫା ପରେ ବିଜେପି ଏହାର ବିଧାୟକ ଦଳର ବୈଠକ ଡାକିଛି। ଏଥିରେ ନୂଆ ନେତା ନିର୍ବାଚିତ ହେବେ ।
ରାଜ୍ୟର ୯୦ ସଦସ୍ୟ ବିଶିଷ୍ଟ ବିଧାନସଭାରେ ବିଜେପିର ୪୧ ଜଣ ବିଧାୟକ ଥିବାବେଳେ ଜେଜେପିରେ ୧୦ ଜଣ ସଦସ୍ୟ ଅଛନ୍ତି। ଜେଜେପିର କିଛି ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି ବୋଲି ଚର୍ଚ୍ଚା ହେଉଛି ।
ମୁଖ୍ୟ ବିରୋଧୀ କଂଗ୍ରେସର ୩୦ ଜଣ ବିଧାୟକ ଅଛନ୍ତି । ଇଣ୍ଡିଆନ୍ ନ୍ୟାସନାଲ ଲୋକ ଦଳ (ଆଇଏନ୍ଏଲଡି) ଏବଂ ହରିୟାଣା ଲୋକହିତ ପାର୍ଟିର ଜଣେ ଲେଖାଏଁ ବିଧାୟକ ଅଛନ୍ତି।
Big Announcement by CM Naveen: State Government Women Employees to Get 25 Casual Leaves Yearly
Next Articleପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
