ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭିଡିଓ କନ୍ଫରେସିଂ ବୈଠକ , ନିର୍ବାଚନ ପରିଚାଳନା ନେଇ ଆଲୋଚନା
ଭୁବନେଶ୍ୱର – ଆଗକୁ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ନିର୍ବାଚନକୁ ଅବାଧ , ଅପରାଧମୁକ୍ତ , ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବାକୁ ଡିଜିପି ସମସ୍ତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଭାରତର ନିର୍ବାଚନ ଆୟୋଗଙ୍କ ସମସ୍ତ [...]
ଭୁବନେଶ୍ୱର – ଆଗକୁ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ନିର୍ବାଚନକୁ ଅବାଧ , ଅପରାଧମୁକ୍ତ , ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବାକୁ ଡିଜିପି ସମସ୍ତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଭାରତର ନିର୍ବାଚନ ଆୟୋଗଙ୍କ ସମସ୍ତ ନିୟମାବଳୀକୁ ସଠିକଭାବେ ପାଳନ କରିବାକୁ ଡିଜିପି ଅରୁଣ ଷଡ଼ଙ୍ଗୀ ଗୁରୁତ୍ୱାରୋପ କରିଛନ୍ତି । ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖୁ ସମ୍ବେଦନଶୀଳ ସ୍ଥାନଗୁଡିକରେ ବ୍ଲକିଙ୍ଗ ଓ ଗାଡି ମଟରର ଯାଞ୍ଚ କରିବାକୁ ଡିଜିପି ସମସ୍ତ ପୋଲିସ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ସାଧାରଣ ଲୋକଙ୍କ ଆସ୍ଥାଭାଜନ ହେବାକୁ ମଧ୍ୟ ସେ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ଆଜିର ଏହି ବୈଠକରେ ଡିଜିପି ରାଜ୍ୟର ସମସ୍ତ ଆରକ୍ଷୀ ଅଧୀକ୍ଷକଙ୍କ ସମେତ ସମସ୍ତ ଆଇ.ଜି ଓ ଡିଆଇଜିମାନଙ୍କ ସହ ଭିଡିଓ କନଫରେନସିଂ ମାଧ୍ୟମରେ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉପରେ ସମୀକ୍ଷା କରିଥିଲେ ।
ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଏଚ୍.ଆର୍.ପି.ସି ) , ନିର୍ଦ୍ଦେଶକ ( ଏସ୍.ସି.ଆର.ବି ) , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଏସଏପି ) , ଗୁଇନ୍ଦା ନିର୍ଦ୍ଦେଶକ , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ମୁଖ୍ୟାଳୟ ) , ପୋଲିସ କମିଶନର ( କଟକ – ଭୁବନେଶ୍ବର ) , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଆଇନ ଓ ଶୃଙ୍ଖଳା ) , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଅପରେସନ ) , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ରେଲୱେ ଏବଂ କୋଷ୍ଟାଲ ସିକ୍ୟୁରିଟି ) , ଆଇ.ଜି.ପି ( ପ୍ରୋଭିଜନିଙ୍ଗ ) , ଆଇ.ଜି.ପି ( ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ) , ଆଇ.ଜି.ପି ( ପର୍ସନେଲ ) , ଆଇ.ଜି.ପି ( କମ୍ୟୁନିକେସନ ) , ଆଇ.ଜି.ପି ( ଗୁଇନ୍ଦା ) , ଡି.ଆଇ.ଜି.ପି ( ଏସଆଇଡବ୍ଲୁ ) , ଡିସିପି ( କଟକ ) , ଏ.ଆଇ.ଜି.ପି ( ହେଡକ୍ୱ।ର୍ଟର୍ସ ) ପ୍ରମୁଖ ପୋଲିସ ମୁଖ୍ୟାଳୟରୁ ବୈଠକରେ ଉପସ୍ଥିତ ଥିଲେ ।
ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି
Next ArticleState-Wide Parent-Teacher Meeting Held in Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
