ଗଜପତିରେ ଆଉ ୨୮ଟି ଉଚ୍ଚବିଦ୍ୟାଳୟର ୫-ଟି ରୂପାନ୍ତରୀକରଣ
ପାରଳାଖେମୁଣ୍ଡି: ଚତୁର୍ଥ ପର୍ଯ୍ୟାୟ ୫-ଟି ରୂପାନ୍ତରୀକରଣ ପ୍ରକ୍ରିୟା ଅନ୍ତର୍ଗତ ଗଜପତି ଜିଲ୍ଲାର ଆଉ ୨୮ଟି ଉଚ୍ଚ ବିଦ୍ୟାଳୟର ନବକଳେବର ହୋଇଛି। ଏସବୁ ରୂପାନ୍ତରିତ ହାଇସ୍କୁଲ ଗୁଡ଼ିକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍ ମାଧ୍ୟମରେ ଲୋକାର୍ପଣ କରିଛନ୍ତି। ମୋହନା ବ୍ଲକ୍ ଆଲିଗଣ୍ଡାର ସି.ଏନ୍. ନିର୍ମଳା ବାଳିକା ହାଇସ୍କୁଲ ଠାରେ ଜିଲ୍ଲାସ୍ତରୀୟ ଲୋକାର୍ପଣ କାର୍ଯ୍ୟକ୍ରମ ହୋଇଥିଲା। ଭୁବନେଶ୍ବରରୁ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷ ଯୋଗ ଦେଇଥିବା ବେଳୈ ଆଲିଗଣ୍ଡା ଠାରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଥିଲେ ବ୍ରହ୍ମପୁର [...]
ପାରଳାଖେମୁଣ୍ଡି: ଚତୁର୍ଥ ପର୍ଯ୍ୟାୟ ୫-ଟି ରୂପାନ୍ତରୀକରଣ ପ୍ରକ୍ରିୟା ଅନ୍ତର୍ଗତ ଗଜପତି ଜିଲ୍ଲାର ଆଉ ୨୮ଟି ଉଚ୍ଚ ବିଦ୍ୟାଳୟର ନବକଳେବର ହୋଇଛି। ଏସବୁ ରୂପାନ୍ତରିତ ହାଇସ୍କୁଲ ଗୁଡ଼ିକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍ ମାଧ୍ୟମରେ ଲୋକାର୍ପଣ କରିଛନ୍ତି। ମୋହନା ବ୍ଲକ୍ ଆଲିଗଣ୍ଡାର ସି.ଏନ୍. ନିର୍ମଳା ବାଳିକା ହାଇସ୍କୁଲ ଠାରେ ଜିଲ୍ଲାସ୍ତରୀୟ ଲୋକାର୍ପଣ କାର୍ଯ୍ୟକ୍ରମ ହୋଇଥିଲା। ଭୁବନେଶ୍ବରରୁ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷ ଯୋଗ ଦେଇଥିବା ବେଳୈ ଆଲିଗଣ୍ଡା ଠାରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଥିଲେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଥିଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ବ୍ଲକ୍ ଅଧ୍ୟକ୍ଷ ରଞ୍ଜୀବ ଶବର ପ୍ରମୁଖ। ପୂର୍ବରୁ ଜିଲ୍ଲାର ୧୧୬ଟି ଉଚ୍ଚବିଦ୍ୟାଳୟ ୫-ଟି ରୂପାନ୍ତରୀକରଣ ହୋଇସାରିଛି। ବର୍ତ୍ତମାନ ଏହି ସଂଖ୍ୟା ମୋଟରେ ୧୪୪ରେ ପହଞ୍ଚିଛି।
ସାଂସଦ କହିଥିଲେ ଶିକ୍ଷା କ୍ଷେତ୍ରରେ ରୂପାନ୍ତରୀକରଣ ସରକାରଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ। ଏହା ଦ୍ୱାରା ବିଦ୍ୟାଳୟ ଭିତ୍ତିଭୂମିର ବିକାଶ ସହ ପିଲାମାନେ ଅତ୍ୟାଧୁନିକ ପ୍ରଣାଳୀରେ ଅଧ୍ୟୟନ କରିବାର ସୁଯୋଗ ପାଇପାରୁଛନ୍ତି। ସହରର ଦାମୀ ଘରୋଇ ଶିକ୍ଷାନୁଷ୍ଠାନ ଭଳି ରାଜ୍ୟର ସବୁ ଗ୍ରାମ ଓ ସହରରେ ଉନ୍ନତ ଶିକ୍ଷା ପରିବେଶ ଥିବା ସରକାରୀ ବା ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଯୁଗପଯୋଗୀ ଶିକ୍ଷା ହାସଲ କରିବାକୁ ସମର୍ଥ ହେଉଛନ୍ତି। ସେଥିପାଇଁ ସେ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ କୃତଜ୍ଞତା ଜଣାଇଥିଲେ। ଆଭାସୀ କାର୍ଯ୍ୟକ୍ରମରେ ଆଲିଗଣ୍ଡା ବାଳିକା ଉଚ୍ଚବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ରୀ ନିର୍ମଳା ପାଲ୍ ବିଦ୍ୟାଳୟର ୫-ଟି ରୂପାନ୍ତରୀକରଣ ସମ୍ପର୍କରେ ନିଜ ଅନୁଭୂତି ପ୍ରକାଶ କରିଥିଲେ।
ଆଜି ପବିତ୍ର ନବାଙ୍କ ବେଢା, ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ନବାଙ୍କ ବେଶ
Next Articleପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସହ ଲୋକାର୍ପଣ ପ୍ରସ୍ତୁତିର ଅନୁଧ୍ୟାନ କଲେ ୫-ଟି ଅଧ୍ୟକ୍ଷ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
