ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି
ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ । ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି [...]
ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ ।
ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ । ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ବଢ଼ିଥାଏ । ଘଣ୍ଟ, ଛତା, କାହାଳୀ ପଟୁଆର ସହିତ ତଳିଚ୍ଛୁ ଓ ପ୍ରଧାନୀ (ସେବକ)ଙ୍କ ହାତପୈଠ (ହାତୁଆଣୀ) ହୋଇ ରୋଷଘରଠାରୁ ଭୋଗ ଶ୍ରୀଛାମୁକୁ ଆସିଥାଏ । ଭୋଗଟେରା (ଭୋଗପୂଜା ସମୟରେ ସାଧାରଣଙ୍କ ପ୍ରବେଶ ନିରୋଧ କରିବାକୁ ଶ୍ରୀମନ୍ଦିର ଭିତର କଳାହାଟ ଦ୍ୱାର ସମ୍ମୁଖରେ ବନ୍ଧା ହେଉଥିବା କନାର ଲୁଗା) ବନ୍ଧାହେବା ପରେ ଦିଗପାଳ ବଳି ନୀତି ହୋଇଥାଏ । ଭୋଗ ବଢ଼ିବା ପରେ ପାଣି ପଡ଼ି ଧୋପଖାଳ (ଲୋକମାନଙ୍କୁ ବାହାର କରାଯାଇ ଭୋଗ ବଢ଼ାଯିବା ସ୍ଥାନ ଧୁଆଧୋଇ କରି ପରିଷ୍କାର କରାଯିବା) ହୋଇ ଟେରା ବନ୍ଧାଯାଏ । ଇତି ମଧ୍ୟରେ ମକରଚାଉଳ ପ୍ରସ୍ତୁତି ନିମନ୍ତେ ରୋଷଘରକୁ ଗୋଦାମରୁ ନଡ଼ିଆ, ଘିଅ, ମିଠା, ମସଲା ଓ ଦୁଧସରମାନ ଅଣାଯାଇଥାଏ । ହାଣ୍ଡି କୁଡ଼ୁଆ ଇତ୍ୟାଦି ସଜଡ଼ା ଯାଇଥାଏ । ସୁଦୁ ସୁଆର ସେବକ ଉପରୋକ୍ତ ଦ୍ରବ୍ୟଗୁଡ଼ିକରେ ମକରଚାଉଳ ପ୍ରସ୍ତୁତ କରି ରଖିଥାନ୍ତି ।
ଏହାପରେ ପୂର୍ବ ଦିନରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ / ପନ୍ତିବଡ଼ୁ (ଶ୍ରୀଛାମୁରେ କୋଠଭୋଗ ବାଢ଼ିବା ସେବକ) ସେବକମାନେ ମୁହଁରେ ବାଘମୁହାଁ (ଭୋଗ ନେବାବେଳେ ପାଟିରୁ ଛେପ ନ ପଡ଼ିବା ପାଇଁ ମୁହଁରେ ବନ୍ଧାଯାଉଥିବା କନା) ବାନ୍ଧି ଘଣ୍ଟ, ଛତା, କାହାଳୀ ପଟୁଆରରେ ତଳିଚ୍ଛୁ (ମହାନାୟକ ସେବକ ଓ ପରିଚ୍ଛାଙ୍କ ପ୍ରତିନିଧି)ଙ୍କ ସହ ମୁଖ୍ୟ ମନ୍ଦିରକୁ ତିନିଥର ପରିକ୍ରମା କରି ଶ୍ରୀଛାମୁରେ ପନ୍ତି ବାଢ଼ିଥାନ୍ତି ।
ଏହାପରେ ମହାଭୋଇ (ଶ୍ରୀମନ୍ଦିରର ମୁଖ୍ୟ ଗଉଡ଼ ସେବକ) ଦୁଧ, ଗୁଡ଼ିଆ ଶାକର ଓ ଣାସବୁକୁ ଉପରୋକ୍ତ ପ୍ରକାରେ ଏକଥର ବଡ଼ଦେଉଳ ପରିକ୍ରମା କରି ଜୟବିଜୟ ଦ୍ୱାରଠାରେ ମହାସୁଆରଙ୍କ ଜିମା ଦେଲେ ମହାସୁଆର ତାକୁ ନେଇ ଛାମୁରେ ବାଢ଼ି ଥାଆନ୍ତି । ହଡ଼ପ ନାୟକ ସେବକ (ମହାପ୍ରଭୁଙ୍କ ପାଇଁ ବିଭିନ୍ନ ନୀତିରେ ରୂପାବଟାରେ ବିଡ଼ିଆପାନ ଯୋଗାଉଥିବା ସେବକ) ହଡ଼ପ (ଖିଲିପାନର ଉପ କରଣ) ଘରଠାରୁ ଘଣ୍ଟ, ଛତା, କାହାଳୀ ପଟୁଆର ରେ ମୁଖ୍ୟ ମନ୍ଦିର ଭିତର ବେଢ଼ାକୁ ଏକଥର ବୁଲି ଭୋଗ ବାଢ଼ିବା ନିମନ୍ତେ ମହାସୁଆରକୁ ଦେଇ ଥାଆନ୍ତି ।
ଜୈସୱାଲ, ଦୁବେଙ୍କ ବିସ୍ଫୋରଣ, ଭାରତର ସିରିଜ୍ କବଜା
Next Articleଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଆଜିଠୁ ତ୍ରିଦିନାତ୍ମକ ଯଜ୍ଞ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
