ପଞ୍ଚାୟତର ଚାଷୀମାନଙ୍କୁ ଆଗୁଆ ମିଳିବ ପାଣିପାଗ ସୂଚନା, ଆଇଏମଡି ଲଞ୍ଚ୍ କଲା ପଞ୍ଚାୟତ ମୌସମ ସେବା ଆପ୍
ନୂଆଦିଲ୍ଲୀ – ଏଣିକି ଦେଶର ପ୍ରତି ପଞ୍ଚାୟତର ଚାଷୀ ଭାଇମାନଙ୍କ ପାଖରେ ଆଗୁଆ ପହଞ୍ଚିବ ପାଣିପାଗ ସୂଚନା। ନିଜ ନିଜ ଭାଷାରେ ପାଇପାରିବେ ପାଣିପାଗ ଖବର । ଭାରତୀୟ ପାଣିପାଗ ବିଭାଗ -ଆଇଏମଡିର ୧୫୦ ତମ ପ୍ରତିଷ୍ଠା ଦିବସରେ ଶୁଭାରମ୍ଭ ହୋଇଥିବା ‘ପଞ୍ଚାୟତ ମୌସମ ସେବା’- ପିଏମ ଏସ ଆପ୍ ଜରିଆରେ ପଞ୍ଚାୟତର ଚାଷୀମାନେ ପାଣିପାଗ ସମ୍ବନ୍ଧିତ ସୂଚନା ପାଇପାରିବେ। ଆଜି ଉପରାଷ୍ଟ୍ରପତି ଜଗଦୀପ ଧନକଡ ଏହି ପିଏମଏସ ଆପ୍ ର ଶୁଭାରମ୍ଭ କରିଛନ୍ତି। ପଞ୍ଚାୟତ ମୌସମ [...]
ନୂଆଦିଲ୍ଲୀ – ଏଣିକି ଦେଶର ପ୍ରତି ପଞ୍ଚାୟତର ଚାଷୀ ଭାଇମାନଙ୍କ ପାଖରେ ଆଗୁଆ ପହଞ୍ଚିବ ପାଣିପାଗ ସୂଚନା। ନିଜ ନିଜ ଭାଷାରେ ପାଇପାରିବେ ପାଣିପାଗ ଖବର । ଭାରତୀୟ ପାଣିପାଗ ବିଭାଗ -ଆଇଏମଡିର ୧୫୦ ତମ ପ୍ରତିଷ୍ଠା ଦିବସରେ ଶୁଭାରମ୍ଭ ହୋଇଥିବା ‘ପଞ୍ଚାୟତ ମୌସମ ସେବା’- ପିଏମ ଏସ ଆପ୍ ଜରିଆରେ ପଞ୍ଚାୟତର ଚାଷୀମାନେ ପାଣିପାଗ ସମ୍ବନ୍ଧିତ ସୂଚନା ପାଇପାରିବେ। ଆଜି ଉପରାଷ୍ଟ୍ରପତି ଜଗଦୀପ ଧନକଡ ଏହି ପିଏମଏସ ଆପ୍ ର ଶୁଭାରମ୍ଭ କରିଛନ୍ତି। ପଞ୍ଚାୟତ ମୌସମ ସେବା ଏହି ଓଡ଼ିଆ ସମେତ ୧୨ ଟି ଭାରତୀୟ ଭାଷାରେ ଉପଲବ୍ଧ ହେବ । ଏହି ଆପ ଜରିଆରେ ତାପମାତ୍ରା, ଆର୍ଦ୍ରତା ଏବଂ ପବନର ଗତି ସମ୍ପର୍କରେ ପ୍ରାକ୍ ସୂଚନା ପାଇ ପାରିବେ ଚାଷୀ । କ୍ଷୁଦ୍ର ଚାଷୀ ମାନଙ୍କ ପାଇଁ ଏହି ସେବା ଫଳପ୍ରଦ ହେବ ବୋଲି ଆଇଏମଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।
Odisha Police busts interstate gang involved in two ATM heists
Next Articleଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ପୁରୀରେ ୫-ଟି ଅଧ୍ୟକ୍ଷଙ୍କ ଉଚ୍ଚସ୍ତରୀୟ ବୈଠକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
