न्यूज़रूम ओडिशा
ब्रेकिंग
ओडिया समाचार

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ପୁରୀରେ ୫-ଟି ଅଧ୍ୟକ୍ଷଙ୍କ ଉଚ୍ଚସ୍ତରୀୟ ବୈଠକ

ପୁରୀ – ଆସନ୍ତା ୧୭ ତାରିଖରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ଆଜି ପୁରୀ ଯାଇ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ନିଳାଦ୍ରୀ ଭକ୍ତ ନିବାସରେ ଅନୁଷ୍ଠିତ ବୈଠକରେ ସମସ୍ତ କର୍ମକର୍ତ୍ତା ଓ ସେବାୟତଙ୍କ ସହ ଆଲୋଚନା କରିଛନ୍ତି ୫-ଟି ଅଧ୍ୟକ୍ଷ । ବୈଠକରେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ସଞ୍ଜୟ ସିଂ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, କେନ୍ଦ୍ରାଞ୍ଚଳ [...]

Admin•15 जनवरी 2024
Share Article:
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ପୁରୀରେ ୫-ଟି ଅଧ୍ୟକ୍ଷଙ୍କ ଉଚ୍ଚସ୍ତରୀୟ ବୈଠକ

ପୁରୀ – ଆସନ୍ତା ୧୭ ତାରିଖରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ଆଜି ପୁରୀ ଯାଇ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ନିଳାଦ୍ରୀ ଭକ୍ତ ନିବାସରେ ଅନୁଷ୍ଠିତ ବୈଠକରେ ସମସ୍ତ କର୍ମକର୍ତ୍ତା ଓ ସେବାୟତଙ୍କ ସହ ଆଲୋଚନା କରିଛନ୍ତି ୫-ଟି ଅଧ୍ୟକ୍ଷ ।

ବୈଠକରେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ସଞ୍ଜୟ ସିଂ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ଜିଲ୍ଲାପାଳ ସମର୍ଥ ବର୍ମା ଏସପି କେ. ବିଶାଲ ସିଂହଙ୍କ ସମେତ ବରିଷ୍ଠ ସେବାୟତ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଯୋଗ ଦେଇଥିଲେ। ଲୋକାର୍ପଣ ଉତ୍ସବ ପୂର୍ବରୁ ବିଭିନ୍ନ ବ୍ୟବସ୍ଥାର ସମୀକ୍ଷା କରାଯାଇଛି ।

ଲୋକାର୍ପଣ ସମାରୋହରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଆସିବେ । ଶୃଙ୍ଖଳିତ ଦର୍ଶନ ଓ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯାଇଛି । ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଛି ।

#Odia#Odisha#News
Share Article:

Related Articles