ଜଗନ୍ନାଥ ଏକ୍ସପ୍ରେସ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ଏଣିକି ସହଜ ହେବ ଜଗା ଦର୍ଶନ। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଶ୍ରଦ୍ଧାଳୁମାନେ ପୁରୀକୁ ଆରାମଦାୟକ ଯାତାୟତ କରିପାରିବେ । ଏଥିପାଇଁ ରାଜ୍ୟ ସରକାର ଆଜି ଶୀତତାପ ନିୟନ୍ତ୍ରିତ ଜଗନ୍ନାଥ ଏକ୍ସପ୍ରେସ ବସ୍ ସେବାର ଶୁଭାରମ୍ଭ କରିଛନ୍ତି। ଜିଲ୍ଲା ମୁଖ୍ୟାଳୟରୁ ଯାତ୍ରୀଙ୍କୁ ନେଇ ପୁରୀ ଶ୍ରୀମନ୍ଦିର ଅଭିମୁଖେ ବାହାରିଛି ବିଳାସପୂର୍ଣ୍ଣ ବସ୍ । ଲକ୍ଷ୍ମୀ ଯୋଜନାର ତୃତୀୟ ପର୍ଯ୍ୟାୟରେ ଜଗନ୍ନାଥ ଚେତନାକୁ ଆହୁରି ବ୍ୟାପକ କରିବାକୁ ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଜଗନ୍ନାଥ ଏକ୍ସପ୍ରେସ୍ ଗଡ଼ାଇବାକୁ [...]
ଭୁବନେଶ୍ବର – ଏଣିକି ସହଜ ହେବ ଜଗା ଦର୍ଶନ। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଶ୍ରଦ୍ଧାଳୁମାନେ ପୁରୀକୁ ଆରାମଦାୟକ ଯାତାୟତ କରିପାରିବେ । ଏଥିପାଇଁ ରାଜ୍ୟ ସରକାର ଆଜି ଶୀତତାପ ନିୟନ୍ତ୍ରିତ ଜଗନ୍ନାଥ ଏକ୍ସପ୍ରେସ ବସ୍ ସେବାର ଶୁଭାରମ୍ଭ କରିଛନ୍ତି। ଜିଲ୍ଲା ମୁଖ୍ୟାଳୟରୁ ଯାତ୍ରୀଙ୍କୁ ନେଇ ପୁରୀ ଶ୍ରୀମନ୍ଦିର ଅଭିମୁଖେ ବାହାରିଛି ବିଳାସପୂର୍ଣ୍ଣ ବସ୍ । ଲକ୍ଷ୍ମୀ ଯୋଜନାର ତୃତୀୟ ପର୍ଯ୍ୟାୟରେ ଜଗନ୍ନାଥ ଚେତନାକୁ ଆହୁରି ବ୍ୟାପକ କରିବାକୁ ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଜଗନ୍ନାଥ ଏକ୍ସପ୍ରେସ୍ ଗଡ଼ାଇବାକୁ ନିଷ୍ପତ୍ତି ହୋଇଛି ।
ପ୍ରଥମ ପର୍ଯ୍ୟାୟରେ ବଲାଙ୍ଗୀର, ବରଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, କୋରାପୁଟ, କଳାହାଣ୍ଡି, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ପରି ୧୫ଟି ଜିଲ୍ଲାର ଜଗନ୍ନାଥ ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଜଗନ୍ନାଥ ବସ୍ ଗଡ଼ାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରୁଟ୍ ଚାର୍ଟ ବି ସ୍ଥିର ହୋଇ ସାରିଛି । ବସ୍ ଯେଉଁ ଜିଲ୍ଲାରୁ ବି ଆସିଲେ, ଭୁବନେଶ୍ବରର ଦେଇ ପୁରୀ ଯିବ । ସୁବିଧାଜନକ ଯାତ୍ରୀ ପରିବହନ କ୍ଷେତ୍ରରେ ଏହି ବସ୍ ସେବା ଆଉ ଏକ ଉଲ୍ଲେଖନୀୟ ପଦକ୍ଷେପ ହେବ । ପୂର୍ବରୁ ରାଜ୍ୟ ସରକାରଙ୍କ ମହତ୍ତ୍ଵାକାଂକ୍ଷୀ ଲକ୍ଷ୍ମୀ ବସ୍ ଯୋଜନାର ପ୍ରଥମ ପର୍ଯ୍ୟାୟରେ ଗାଁରୁ ବ୍ଲକକୁ ବସ୍ ଚଳାଚଳ ଆରମ୍ଭ ହୋଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ବ୍ଲକରୁ ସହର ମୁଖ୍ୟାଳୟ ଓ ଏବେ ତୃତୀୟ ପର୍ଯ୍ୟାୟରେ ସହରରୁ ଭୁବନେଶ୍ବର ଦେଇ ପୁରୀକୁ ଗଡିବ ବସ୍।
ମାଁ ସମଲେଇ ପ୍ରକଳ୍ପର ଲୋକାର୍ପଣ ପାଇଁ ଛତିଶଗଡ଼ରେ ନିମନ୍ତ୍ରଣ
Next ArticleFirst Ever International Conclave on Urban Transformation Begins at Bhubaneswar
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
