ଡଙ୍ଗା ବୁଡ଼ି ୧୨ ଛାତ୍ରଙ୍କ ସହ ୧୪ ମୃତ
ବଡୋଦରା: ଗୁଜୁରାଟର ବଡୋଦରା ହରଣୀ ହ୍ରଦରେ ଡଙ୍ଗା ବୁଡ଼ି ୧୨ ଛାତ୍ରଙ୍କ ସହ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇଜଣ ଶିକ୍ଷକ ଅଛନ୍ତି । ଘଟଣା ସମ୍ପର୍କରେ ସୂଚନା ପାଇ ଅଗ୍ନିଶମ ବାହିନୀ, ଏନଡିଆରଏଫ ଏବଂ ପ୍ରାଶାସନିକ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ବଡୋଦରା ପୋଲିସ କମିଶନର ଅନୁପମ ସିଂ ଗେହଲୋଟ୍ କହିଛନ୍ତି, “ଡଙ୍ଗାରେ ଏକ ଘରୋଇ ସ୍କୁଲର ୨୩ ଜଣ ପିଲା ଏବଂ ୪ ଜଣ [...]
ବଡୋଦରା: ଗୁଜୁରାଟର ବଡୋଦରା ହରଣୀ ହ୍ରଦରେ ଡଙ୍ଗା ବୁଡ଼ି ୧୨ ଛାତ୍ରଙ୍କ ସହ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇଜଣ ଶିକ୍ଷକ ଅଛନ୍ତି । ଘଟଣା ସମ୍ପର୍କରେ ସୂଚନା ପାଇ ଅଗ୍ନିଶମ ବାହିନୀ, ଏନଡିଆରଏଫ ଏବଂ ପ୍ରାଶାସନିକ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।
ବଡୋଦରା ପୋଲିସ କମିଶନର ଅନୁପମ ସିଂ ଗେହଲୋଟ୍ କହିଛନ୍ତି, “ଡଙ୍ଗାରେ ଏକ ଘରୋଇ ସ୍କୁଲର ୨୩ ଜଣ ପିଲା ଏବଂ ୪ ଜଣ ଶିକ୍ଷକ ଥିଲେ। ଏମାନେ ସବୁ ହରଣୀ ହ୍ରଦ ବୁଲିବାକୁ ଆସିଥିଲେ । ୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆଉ ୬ରୁ ୭ ଜଣଙ୍କ ତଲାସି ଜାରି ରହିଛି |
ଉଦ୍ଧାର ପିଲାମାନଙ୍କୁ ନିକଟସ୍ଥ ସାୟାଜୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଡଙ୍ଗାରେ ବସିଥିବା ଛାତ୍ରମାନେ ଲାଇଫ୍ ଜ୍ୟାକେଟ୍ ପିନ୍ଧି ନଥିଲେ। ଏହାଛଡ଼ା କ୍ଷମତା ଠାରୁ ଅଧିକ ଲୋକ ଡଙ୍ଗାରେ ଥିଲେ । ତେଣୁ ଏହା ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି।
ଏହି ଦୁର୍ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଦୁଃଖ ପ୍ରକାଶ କରିଛନ୍ତି ।
ଜାନୁଆରୀ ୨୨ରେ ଅଧାଦିନ ଛୁଟି ଘୋଷଣା କଲେ ରାଜ୍ୟ ସରକାର
Next ArticleOdisha Govt Declares Half-Day Holiday on January 22
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
