न्यूज़रूम ओडिशा
ब्रेकिंग
ओडिया समाचार

ବଦଳିଲା ପାଣିପାଗ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଓ ଘନ କୁହୁଡି

ଭୁବନେଶ୍ବର – ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ହୋଇଛି। ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ପାଗ ମେଘୁଆ ରହିବା ସହ ୧୫ଟି ଅଞ୍ଚଳରେ ବର୍ଷା ହୋଇଛି। ଆଗାମୀ ୪ ଦିନ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ସ୍ଥାନ‌ରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଘନ କୁହୁଡ଼ିର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା [...]

Admin•22 जनवरी 2024
Share Article:

ଭୁବନେଶ୍ବର – ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ହୋଇଛି। ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ପାଗ ମେଘୁଆ ରହିବା ସହ ୧୫ଟି ଅଞ୍ଚଳରେ ବର୍ଷା ହୋଇଛି। ଆଗାମୀ ୪ ଦିନ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ସ୍ଥାନ‌ରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଘନ କୁହୁଡ଼ିର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଜି ସକାଳେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଦେବଗଡ, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, କଳାହାଣ୍ଡି ଏବଂ ବଲାଙ୍ଗୀର ଜିଲାର କେତେକ ଅଞ୍ଚଳରେ ଘନ କୁହୁଡି ଦେଖାଦେଇଛି। ଏସବୁ ଜିଲ୍ଲା ଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

#Odia#Odisha#News
Share Article:

Related Articles