न्यूज़रूम ओडिशा
ब्रेकिंग
ओडिया समाचार

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଲୋଗୋକୁ ବହୁଳ ଭାବେ ବ୍ୟବହାର ପାଇଁ ସିଏସଙ୍କ ନିର୍ଦ୍ଦେଶ

ଭୁବନେଶ୍ବର – ଫେବ୍ରୁଆରୀ ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଏଥିପାଇଁ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଛି । ଏଣେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ। ଏଥିପାଇଁ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା [...]

Admin•22 जनवरी 2024
Share Article:

ଭୁବନେଶ୍ବର – ଫେବ୍ରୁଆରୀ ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଏଥିପାଇଁ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଛି । ଏଣେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ। ଏଥିପାଇଁ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମସ୍ତ ବିଭାଗୀୟ ମୁଖ୍ୟ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ସରକାରୀ ଗାଡିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ ରାଜ୍ୟର ବିଭିନ୍ନ ପ୍ରମୁଖ ସ୍ଥାନ, ବିଦ୍ୟାଳୟ ଓ ମହାବିଦ୍ୟାଳୟର କାନ୍ଥରେ ମଧ୍ୟ ଏହାକୁ ଚିତ୍ରଣ କରାଯିବ । ଜିଲ୍ଲା ସ୍ତରରେ ମଧ୍ୟ ଏହାର ବ୍ୟବହାରକୁ ପ୍ରୋତ୍ସାହିତ କରାଯିବ। ଏହି ଲୋଗୋର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’।

ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜିତ ହେଉଛି । ଏହି ସମ୍ମିଳନୀ ଆୟୋଜନ ପାଇଁ ଗତ ଡିସେମ୍ବରରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଥିଲା।

#Odia#Odisha#News
Share Article:

Related Articles