ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ବିଭିନ୍ନ ପ୍ରାସଙ୍ଗିକ ବିଷୟବସ୍ତୁ ଉପରେ ବିଚାରବିମର୍ଶ
ଭୁବନେଶ୍ବର – ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବ୍ରୁଆରୀ ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ । ଏଥିରେ ଆଦିକବି ସାରଳା ଦାସ, ଅତିବଡ଼ି ଜଗନ୍ନାଥ ଦାସ, କବିସମ୍ରାଟ ଉପେନ୍ଦ୍ର ଭଞ୍ଜ, ବ୍ୟାସକବି ଫକୀର ମୋହନ ସେନାପତିଙ୍କ ନାମରେ ନାମିତ ଚାରୋଟି କକ୍ଷରେ ଓଡ଼ିଆ ଭାଷାକୁ ନେଇ ବିଭିନ୍ନ ସମ୍ପାନରେ ପ୍ରାସଙ୍ଗିକ ବିଷୟବସ୍ତୁ ଉପରେ ତଥ୍ୟଭିତ୍ତିକ ବିଚାର ବିମର୍ଶ କରାଯିବ । ଏଥିରେ ଦେଶ ବିଦେଶର ଭାଷାବିତମାନେ [...]
ଭୁବନେଶ୍ବର – ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବ୍ରୁଆରୀ ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ । ଏଥିରେ ଆଦିକବି ସାରଳା ଦାସ, ଅତିବଡ଼ି ଜଗନ୍ନାଥ ଦାସ, କବିସମ୍ରାଟ ଉପେନ୍ଦ୍ର ଭଞ୍ଜ, ବ୍ୟାସକବି ଫକୀର ମୋହନ ସେନାପତିଙ୍କ ନାମରେ ନାମିତ ଚାରୋଟି କକ୍ଷରେ ଓଡ଼ିଆ ଭାଷାକୁ ନେଇ ବିଭିନ୍ନ ସମ୍ପାନରେ ପ୍ରାସଙ୍ଗିକ ବିଷୟବସ୍ତୁ ଉପରେ ତଥ୍ୟଭିତ୍ତିକ ବିଚାର ବିମର୍ଶ କରାଯିବ । ଏଥିରେ ଦେଶ ବିଦେଶର ଭାଷାବିତମାନେ ଯୋଗଦେଇ ତଥ୍ୟଭିତ୍ତିକ ଉପାଦେୟ ମତାମତ ଉପସ୍ଥାପନ କରିବେ ।
ପ୍ରଥମ ତଥା ଉଦଘାଟନୀ ଦିନରେ ପଦ୍ମଶ୍ରୀ ହର୍ମାନ୍ କୁଲ୍କେ, ପ୍ରଫେସର ୟୁ ସ୍କୋଡ଼ା ଭାଷାଭିତ୍ତିକ ଆଲୋଚନା କରିବା ସହ ଜଗନ୍ନାଥ ଚେତନା, ଓଡ଼ିଆ ଭାଷାର ଉତ୍ପତ୍ତି ଓ ବିକାଶ, ପ୍ରାଚୀନ ଓ ମଧ୍ୟଯୁଗୀୟ ଓଡ଼ିଆ ସାହିତ୍ୟ, ‘ଓଡ଼ିଆ: ଭାରତର ଶାସ୍ତ୍ରୀୟ ଭାଷା’ ଉପରେ ଆଲୋଚନା ଅନୁଷ୍ଠିତ ହେବ ।
ଦ୍ୱିତୀୟ ଦିନରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧରେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ। ଏଥିସହ ପ୍ରସିଦ୍ଧ ଭାଷାବିତ୍ ପ୍ରଫେସର ଆର୍ଲୋ ଗ୍ରିଫିଥ ତାଙ୍କର ଭାଷାଭିତ୍ତିକ ଅଭିଜ୍ଞତା ଉପସ୍ଥାପନ କରିବେ । ଏଥିସହ ଓଡ଼ିଶା-ଆଧୁନିକ ଭାରତର ପ୍ରଥମ ଭାଷାଭିତ୍ତିକ ରାଜ୍ୟ, ଓଡ଼ିଆ ଭାଷା ଓ ମହିଳା ସଶକ୍ତିକରଣ, ଓଡ଼ିଶାର ପ୍ରତ୍ନତତ୍ତ୍ୱ, ଆଧୁନିକ ଓଡ଼ିଆ ସାହିତ୍ୟ, ଓଡ଼ିଶାର ନୌବାଣିଜ୍ୟ ଐତିହ୍ୟ, ଓଡ଼ିଶାର ଲୋକସଂସ୍କୃତି, ଓଡ଼ିଆ ବ୍ୟାକରଣ ଓ ଭାଷା ବିଜ୍ଞାନ,ଓଡ଼ିଶାର ଭାଷା ବିବିଧତା ଉପରେ ଆଲୋଚନା ହେବ ।
ସମ୍ମିଳନୀର ତୃତୀୟ ତଥା ଉଦଯାପନୀ ଦିବସରେ ପ୍ରଫେସର ମୋରିସିଓ ଲିଣ୍ଡେ, ପ୍ରଫେସର ଆଣ୍ଟେ ସ୍କିମ୍ଡେଚେନ୍ ଭାଷାକୁ ନେଇ ସାରଗର୍ଭକ ଉପସ୍ଥାପନ ରଖିବେ । ୨୦୩୬ରେ ଓଡ଼ିଶା: ନବଦିଗନ୍ତର ସମ୍ଭାବନା,ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଓଡ଼ିଆ ଭାଷା: ସୁଯୋଗ ଓ ଭବିଷ୍ୟତ, ସଂସ୍କୃତି ଓ ଐତିହ୍ୟ: ରାଜ୍ୟର ସୂକ୍ଷ୍ମଶକ୍ତି, ବିଜ୍ଞାନ କ୍ଷେତ୍ରରେ ଓଡ଼ିଆ ଭାଷାର ପ୍ରୟୋଗ ଓଡ଼ିଆ ଭାଷାରୁ ଅନ୍ୟ ଭାଷା ଏବଂ ଅନ୍ୟ ଭାଷାରୁ ଓଡ଼ିଆକୁ ଅନୁବାଦ ଆଦି ପ୍ରସଙ୍ଗ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହେବ ।
ଏହି ସମ୍ମିଳନୀ ପରିପ୍ରେକ୍ଷୀରେ ଗବେଷକ ଓ ବୁଦ୍ଧିଜୀବୀମାନଙ୍କ ଠାରୁ ଓଡ଼ିଆ ଭାଷା ସମ୍ପର୍କିତ ଗବେଷଣାତ୍ମକ ପ୍ରବନ୍ଧ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଆହ୍ୱାନ କରାଯାଉଛି । ଏହାକୁ ଏକ ସ୍ମରଣିକା ଗ୍ରନ୍ଥ ସଂକଳନ ରୂପେ ଆସନ୍ତା ଓଡିଶା ଦିବସରେ ପ୍ରକାଶିତ କରାଯିବ । ଗବେଷଣାତ୍ମକ ପ୍ରବନ୍ଧ ଗୁଡିକ ଆସନ୍ତା ଫେବ୍ରୁଆରୀ ୨୮ ତାରିଖ ସୁଦ୍ଧା ଅନଲାଇନ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆହ୍ୱାନ କରାଯାଉଛି । ଏହାର ସବିଶେଷ ତଥ୍ୟ www.worldodiaconference.org ରେ ଉପଲବ୍ଧ ରହିଛି ।
Odisha Govt Reduces Leasehold Land Conversion Fee from 10% to 3 %
Next Articleଗୀତା ଉପଦେଶ : ଆତ୍ମାର ମୃତ୍ୟୁ ନଥାଏ, ଏହା କେବଳ ତାର କଳେବର ପରିବର୍ତ୍ତନ କରିଥାଏ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
