न्यूज़रूम ओडिशा
ब्रेकिंग
ओडिया समाचार

ମୟୂରଭଞ୍ଜ ସଡକ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ, ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ୱର – ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି | ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି | ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ [...]

Admin•24 जनवरी 2024
Share Article:

ଭୁବନେଶ୍ୱର – ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି | ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି | ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

#Odia#Odisha#News
Share Article:

Related Articles