ସାଧାରଣତନ୍ତ୍ର ଦିବସ କେବେ ଓ କାହିଁକି ଆରମ୍ଭ ହୋଇଥିଲା?
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ଼ [...]
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ ।
ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଭାରତୀୟ ସେନା (ନୋସେନା, ସ୍ଥଳସେନା, ବାୟୁସେନା) ଓ ଅଶ୍ୱାରୋହୀ, ପଦାତିକ ଆଦି ବାହିନୀ ସେମାନଙ୍କର ଶୋଭାଯାତ୍ରାରେ ବାହାରିଥାଆନ୍ତି । ଏଥି ସହିତ ଭାରତର ବିଭିନ୍ନ ସାଂସ୍କୃତିକ ଝଲକ ବିଭିନ୍ନ ରାଜ୍ୟରୁ ଆସିଥିବା ଦଳମାନେ ପ୍ରସ୍ତୁତ କରିଥାନ୍ତି ।
ଏହି ପର୍ବ ପ୍ରତ୍ୟେକ ରାଜ୍ୟରେ ମଧ୍ୟ ଆୟୋଜିତ ହୋଇଥାଏ ଓ ସେଠାକାର ରାଜ୍ୟପାଳ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିଥାନ୍ତି ।
ଇତିହାସ କୁହେ ସଭାପତି ରାଜେନ୍ଦ୍ର ପ୍ରସାଦ (ଘୋଡ଼ାଗାଡ଼ିରେ) ନୂଆଦିଲ୍ଲୀ ରାଜପଥରେ ପ୍ରଥମ ସାଧାରଣତନ୍ତ୍ର ଦିବସରେ (୧୯୫୦) ଭାଗ ନେବାକୁ ଯାଇଥିଲେ । ଇଂରେଜ ଶାସନରୁ ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଅସହଯୋଗ ଓ ଅହିଂସାପୂର୍ଣ୍ଣ ଭାରତୀୟ ସ୍ୱାଧୀନତା ଆନ୍ଦୋଳନ ଫଳରେ ଭାରତ ୧୫ ଅଗଷ୍ଟ ୧୯୪୭ରେ ସ୍ୱାଧୀନ ହେଲା । ଇଂଲଣ୍ଡର ପାର୍ଲିଆମେଣ୍ଟରେ ଭାରତୀୟ ସ୍ୱାଧୀନତା ଆକ୍ଟ ୧୯୪୭ (୧୦ ଓ ୧୧ ଜିଇଓ ୬ ସି ୩୦) ବଳରେ ବ୍ରିଟିସ ଭାରତ ଦ୍ୱିଖଣ୍ଡିତ ହୋଇ ଦୁଇଟି ନୂଆ ଦେଶ ଭାରତ ଓ ପାକିସ୍ଥାନରେ ବିଭକ୍ତ ହୋଇ କମନୱେଲ୍ଥ ନେସନରେ ସଂଯୁକ୍ତ ହେଲା । ୧୫ ଅଗସ୍ଟ ୧୯୪୭ ଦିନଠାରୁ ଜର୍ଜ ୬ ଭାରତର ମୂଖ୍ୟ ହେଲେ, ମାଉଣ୍ଟ ବ୍ୟଟେନ ପ୍ରଥମ ଗଭର୍ଣ୍ଣର ଜେନେରାଲ ହେଲେ ଯାହାକୁ କନସ୍ଟିଚ୍ୟୁସନାଲ ମୋନାର୍କି କୁହାଯାଉଥିଲା । ସେତେବେଳେ ପରିବର୍ତ୍ତିତ କଲୋନିଆଲ ଗଭର୍ନମେଣ୍ଟ ଇଣ୍ଡିଆ ଆକ୍ଟ, ୧୯୩୫ଦ୍ୱାରା ଭାରତର ଶାସନ ପରିଚାଳିତ ହେଉଥିଲା । ତାପରେ ଭାରତର ସଂବିଧାନ ତିଆରି କରିବା ନିମନ୍ତେ ୨୮ ଅଗଷ୍ଟ ୧୯୪୭ରେ ଗୋଟିଏ ଚିଠା କମିଟି ତିଆରି କରାଗଲା ଯାହାର ଚେୟାରମ୍ୟାନ ବା ମୂଖ୍ୟ ବି ଆର ଆମ୍ବେଦକର ଥିଲେ । ଏହି କମିଟି ୪ ନଭେମ୍ବର ୧୯୪୭ ଦିନ ସମ୍ବିଧାନ ଚିଠା ଆସେମ୍ବ୍ଲିକୁ ହସ୍ତାନ୍ତର କଲେ । ଦୀର୍ଘ ୧୬୬ ଦିନ ଧରି ଏହା ନାଗରିକଙ୍କ ନିମନ୍ତେ ଖୋଲା ଥିଲା ଓ ଆସେମ୍ବ୍ଲି ଥରକୁ ଥର ବସି ଏହା ଉପରେ ଆଲୋଚନା କଲେ । ଶେଷରେ ୨୪ ଜାନୁଆରୀ ୧୯୫୦ ତାରିଖ ଦିନ ଏହି ଚିଠା ପ୍ରସ୍ତାବର ଇଂରାଜୀ ଓ ହିନ୍ଦିରେ ଲିଖିତ ଦୁଇ କପି ଉପରେ ୩୦୮ ସଦସ୍ୟ ଦସ୍ତଖତ କଲେ । ଏହି ସମ୍ବିଧାନ ଜାନୁଆରୀ ୨୬, ୧୯୫୦ ତାରିଖ ଦିନ ବଳବତ୍ତର ହେଲା ଯାହାକୁ ଆମେ ସାଧାରଣତନ୍ତ୍ର ଦିବସ ଭାବରେ ଆଜି ପାଳନ କରୁଛୁ ।
ଶ୍ରୀମନ୍ଦିରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ
Next Article୭୫ତମ ସାଧାରଣତନ୍ତ୍ର ଦିବସ: ରାଜଧାନୀରେ ରାଜ୍ୟସ୍ତରୀୟ ଉତ୍ସବ , ରାଜ୍ୟପାଳ କରିବେ ପତାକା ଉତ୍ତୋଳନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
