न्यूज़रूम ओडिशा
ब्रेकिंग
ओडिया समाचार

ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ଵର – ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧୀନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧୀନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ [...]

Admin•27 जनवरी 2024
Share Article:

ଭୁବନେଶ୍ଵର – ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧୀନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧୀନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ନୀଳମଣି ସାମଲଙ୍କ ଶେଷକୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସେ ସମବେଦନା ପ୍ରକାଶ କରିଛନ୍ତି।

#Odia#Odisha#News
Share Article:

Related Articles