ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ସମ୍ବର୍ଦ୍ଧିତ ହେବେ ପଦ୍ମଶ୍ରୀ, ଜ୍ଞାନପୀଠ, କେନ୍ଦ୍ର ସାହିତ୍ୟ ଏକାଡେମୀ ବିଜେତା
ଭୁବନେଶ୍ୱର – ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତାମାସ ୩ ତାରିଖରୁ ତିନି ଦିନ ଧରି ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ । ଏଥିରେ ଦେଶ ବିଦେଶର ଐତିହାସିକ, ଭାଷାବିତ, ଗବେଷକ, ବୁଦ୍ଧିଜୀବୀ ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିବିଶେଷ ଯୋଗଦେଇ ଓଡ଼ିଆ ଭାଷାର ମହନୀୟ ଅତୀତ ଓ ଭବିଷ୍ୟତର ପ୍ରାସଙ୍ଗିକତା ସମ୍ପର୍କରେ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରିବେ । ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ [...]
ଭୁବନେଶ୍ୱର – ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତାମାସ ୩ ତାରିଖରୁ ତିନି ଦିନ ଧରି ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ । ଏଥିରେ ଦେଶ ବିଦେଶର ଐତିହାସିକ, ଭାଷାବିତ, ଗବେଷକ, ବୁଦ୍ଧିଜୀବୀ ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିବିଶେଷ ଯୋଗଦେଇ ଓଡ଼ିଆ ଭାଷାର ମହନୀୟ ଅତୀତ ଓ ଭବିଷ୍ୟତର ପ୍ରାସଙ୍ଗିକତା ସମ୍ପର୍କରେ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରିବେ । ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭାଷା, ସାହିତ୍ୟ, କଳାକୃତି ଆଦି କ୍ଷେତ୍ରରେ ଅବଦାନ ଥିବା ତଥା ବିଭିନ୍ନ ପୁରସ୍କାର ବିଜେତା ଓ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି ।
ଏହି ଅବସରରେ ମହାନ ଐତିହାସିକ ପଦ୍ମଶୀ ହରମାନ କୁଲକେଙ୍କ ସମେତ ୫୮ ଜଣ ପଦ୍ମ ପୁରସ୍କାର ବିଜେତାଙ୍କୁ ସମ୍ବର୍ଦ୍ଧିତ କରାଯିବ । ସେହିଭଳି ଜ୍ଞାନପୀଠ ପୁରସ୍କାର ପାଇଥିବା ଏବଂ ଜୀବନବ୍ୟାପୀ ସାଧନା ନିମନ୍ତେ ମଧ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ମାନଙ୍କୁ ପୁରସ୍କୃତ କରାଯିବ । ଏତଦବ୍ୟତୀତ କେନ୍ଦ୍ର ସାହିତ୍ୟ ଏକାଡେମୀ, ସରସ୍ବତୀ ସମ୍ମାନ ଓ ମୂର୍ତ୍ତିଦେବୀ ପୁରସ୍କାରପ୍ରାପ୍ତ ବିଜେତାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ । ଅନ୍ୟପକ୍ଷରେ ଜୟଦେବ, ଧର୍ମପଦ, ଅତିବଡ଼ି ଜଗନ୍ନାଥ ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଏବଂ ବ୍ୟାସକବି ଫକୀର ମୋହନ ଭାଷା ସମ୍ମାନପ୍ରାପ୍ତ ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ ।
ସମ୍ମିଳନୀକୁ ଆହୁରି ବ୍ୟାପକ କରିବା ପରିପ୍ରେକ୍ଷୀରେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ସ୍ୱରୂପ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର, ପ୍ରଥମ ପ୍ରିଣ୍ଟିଂ ପ୍ରେସ ଓ ବିଭିନ୍ନ କଳାକୃତି ଆଦି ରେଭେନ୍ସା ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶିତ ହେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଓ କଳାକୃତିକୁ ପ୍ରୋତ୍ସାହିତ କରିବାକୁ ସମ୍ମିଳନୀରେ ବ୍ୟାପକ ଆୟୋଜନ କରାଯାଉଛି । ଏଥିରେ ସବୁ ବର୍ଗର ବ୍ୟକ୍ତିବିଶେଷ ସାମିଲ ହୋଇ ଓଡ଼ିଆ ଭାଷାର ପ୍ରଚାର ପ୍ରସାର କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇବେ। ଏଠାକୁ ଆସି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିବା ସହ ଅଭୁଲା ସ୍ମୃତି ନେଇ ଯିବେ ଏଥିନିମନ୍ତେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।
ବୋପାନ୍ନା ଜିତିଲେ ଅଷ୍ଟ୍ରେଲିଆନ ଓପନ ପୁରୁଷ ଡବଲ୍ସ ଟାଇଟଲ୍, ଗ୍ରାଣ୍ଡସ୍ଲାମ୍ ଟ୍ରଫି ଜିତିବାରେ ସବୁଠୁ ବୟସ୍କ ଖେଳାଳି
Next Articleରବିବାର ଇସ୍ତଫା ଦେଇପାରନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ବିଜେପି ସମର୍ଥନରେ ନୂଆ ସରକାର ଗଢ଼ିବା ସମ୍ଭାବନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
