ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଆୟୋଜିତ ହେବ ଆଲୋଚନା ଚକ୍ର
ଭୁବନେଶ୍ୱର- ପ୍ରତ୍ୟେକ ଓଡ଼ିଆ ଜାତି ଆଜି ଗର୍ବିତ । କାରଣ ସମଗ୍ର ଭାରତବର୍ଷରେ ଭାଷାଭିତ୍ତିକ ରାଜ୍ୟମାନଙ୍କର ମଧ୍ୟରେ ଆମ ରାଜ୍ୟ ହେଉଛି ପ୍ରଥମ ଓ ଏହା ଶାସ୍ତ୍ରୀୟ ମାନ୍ୟତା ପ୍ରାପ୍ତ । ଆମ ମାତୃଭାଷାର ପ୍ରଚାର, ପ୍ରସାର ଓ ବିକାଶ ପାଇଁ, ଆମ ଭାଷାକୁ ସାରା ବିଶ୍ୱର କୋଣ ଅନୁକୋଣରେ ପହଞ୍ଚାଇବାର ଉଦ୍ଦେଶ୍ୟ ନେଇ ରାଜ୍ୟ ସରକାର ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ‘ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’ ଆୟୋଜନ କରୁଛନ୍ତି [...]
ଭୁବନେଶ୍ୱର- ପ୍ରତ୍ୟେକ ଓଡ଼ିଆ ଜାତି ଆଜି ଗର୍ବିତ । କାରଣ ସମଗ୍ର ଭାରତବର୍ଷରେ ଭାଷାଭିତ୍ତିକ ରାଜ୍ୟମାନଙ୍କର ମଧ୍ୟରେ ଆମ ରାଜ୍ୟ ହେଉଛି ପ୍ରଥମ ଓ ଏହା ଶାସ୍ତ୍ରୀୟ ମାନ୍ୟତା ପ୍ରାପ୍ତ । ଆମ ମାତୃଭାଷାର ପ୍ରଚାର, ପ୍ରସାର ଓ ବିକାଶ ପାଇଁ, ଆମ ଭାଷାକୁ ସାରା ବିଶ୍ୱର କୋଣ ଅନୁକୋଣରେ ପହଞ୍ଚାଇବାର ଉଦ୍ଦେଶ୍ୟ ନେଇ ରାଜ୍ୟ ସରକାର ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ‘ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’ ଆୟୋଜନ କରୁଛନ୍ତି ।ଏହି ପରିପ୍ରେକ୍ଷୀରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆସନ୍ତା ମାସ ୧ ଓ ୨ ତାରିଖରେ ‘ଓଡ଼ିଆ ଭାଷା ଓ ଓଡ଼ିଶାର କଳାସଂସ୍କୃତି’ ଶୀର୍ଷକ ଏକ ଦୁଇ ଦିବସୀୟ ଆଲେଚାନା ଚକ୍ର କେନ୍ଦ୍ରର ନିଜସ୍ୱ ପ୍ରେକ୍ଷାଳୟ ଉତ୍କଳ ରଂଗମଞ୍ଚରେ ଆୟୋଜିତ ହେଉଅଛି । ଏହା ଏକ ଗବେଷଣାତ୍ମକ ଆଲୋଚନା ଚକ୍ର । ବହୁ ବିଶିଷ୍ଟ ଭାଷାବିଜ୍ଞାନୀ, ଗବେଷକ, ସାହିତ୍ୟିକ, ସାରସ୍ୱତ ସାଧକ, ସଂଗୀତ ଏବଂ ନୃତ୍ୟ ସାଧକ/ସାଧିକା, ବିଶେଷଜ୍ଞ ଏବଂ ବୁଦ୍ଧିଜୀବୀ ଆଦି ଏହି ସମ୍ମିଳନୀରେ ଯୋଗଦାନ କରି ଗବେଷଣାତ୍ମକ ତଥ୍ୟ ଉପସ୍ଥାପନ କରିବେ । ପ୍ରତ୍ୟେହ ଦୁଇଟି ଅଧିବେଶନ ଅନୁଷ୍ଠିତ ହେବ । ପ୍ରଥମ ଅଧିବେଶନ ଦିନ ୧୧ ଟାରୁ ଅପରାହ୍ନ ୨ ଟା ଏବଂ ଦ୍ୱିତୀୟ ଅଧିବେଶନ ଅପରାହ୍ନ ୩ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ହେବ ।
ପ୍ରଥମ ଦିନର ଆଲୋଚ୍ୟ ବିଷୟ ଗୁଡ଼ିକ ହେଲା – ‘ଚର୍ଯ୍ୟାଗୀତିର ଭାଷା ଓ ସାଙ୍ଗୀତିକ ବିଭବ ଏବଂ ‘ରୀତିଯୁଗୀୟ କାବ୍ୟର ଗୀତିମୟ ଭାଷା’ । ଏଥିରେ ବକ୍ତା ଭାବରେ ଡକ୍ଟର ବାବାଜୀ ପଟ୍ଟନାୟକ ଏବଂ ଡକ୍ଟର କୃଷ୍ଣକେଶବ ଷଡଙ୍ଗୀ ଯୋଗଦେବା ସହିତ ଏଥିରେ ଅଧ୍ୟକ୍ଷତା କରିବେ ଡକ୍ଟର ବସନ୍ତ ପଣ୍ଡା ଏବଂ ଡକ୍ଟର କୀର୍ତ୍ତନ ନାରାୟଣ ପାଢ଼ୀ ।
ସେହିଭଳି ଦ୍ୱିତୀୟ ଦିବସର ଆଲୋଚ୍ୟ ପ୍ରସଙ୍ଗ ହେଲା – ‘ମଧ୍ୟଯୁଗୀୟ ଗୀତି କବିତାର ଭାଷା’ ଓ ‘ଓଡ଼ିଆ ଲୀଳା ଯାତ୍ରା ସାହିତ୍ୟର ଭାଷା ବିଭବ’ । ଏଥିରେ ବକ୍ତା ଭାବରେ ଡକ୍ଟର ଶାନ୍ତନୁ ରଥ ଏବଂ ଡକ୍ଟର ଅଜୟ ମିଶ୍ର ଯୋଗଦେବା ସହିତ ଅଧ୍ୟକ୍ଷତା କରିବେ ଡକ୍ଟର ଶରତ ଚନ୍ଦ୍ର ରଥ ଏବଂ ଡକ୍ଟର ସଂଘମିତ୍ରା ମିଶ୍ର ।
ଅନ୍ୟମାନଙ୍କ ମଧ୍ୟରେ ବହୁ ବିଶିଷ୍ଟ ସାରସ୍ୱତ ସାଧକ, ନୃତ୍ୟ ଗୁରୁ ଏବଂ ସଂଗୀତ ବିଷାରଦ ପ୍ରମୁଖ ଯୋଗଦେବା ସହିତ କାର୍ଯ୍ୟକ୍ରମରେ ଗୁଗୁଲ୍ ମିଟ୍ ଜରିଆରେ ଆଭାସୀ ମାଧ୍ୟମରେ ବହୁ ବିଶେଷଜ୍ଞ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଏହିଭଳି ଅନେକ ଗବେଷଣାତ୍ମକ କାର୍ଯ୍ୟ କରି ଆସୁଥିବା ବେଳେ କେନ୍ଦ୍ର ତରଫରୁ ଆଗକୁ ଆହୁରି ଅନେକ କାର୍ଯ୍ୟକ୍ରମ କରିବାର ଯୋଜନା ରହିଅଛି ।
ବିଏସକେଓ୍ବାଇ ନବୀନ କାର୍ଡ ଆବେଦନ ଅବଧି ଫେବ୍ରୁଆରୀ ୮ ଯାଏଁ ବୃଦ୍ଧି
Next ArticleITI Berhampur Introduces ‘Wrinkle Bhi Achha Hai Day’ on International Reducing Co2 Emissions Day
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
