ଗଞ୍ଜାମ ଗସ୍ତ କରି ଜିଲ୍ଲାରେ କଲେଜ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ
ବ୍ରହ୍ମପୁର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ଗଞ୍ଜାମ ଗସ୍ତ କରି ଜିଲ୍ଲାରେ କଲେଜ ରୂପାନ୍ତରଣ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିବା ସହ ଛାତ୍ରଛାତ୍ରୀମାନଙ୍କ ସହ ଆଳାପ ଆଲୋଚନା କରିଛନ୍ତି। ଏଥିସହ ସେ ବ୍ରହ୍ମପୁରରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଜିଲ୍ଲାର କଲେଜ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ନୂଆ -ଓ କାର୍ଯ୍ୟକ୍ରମ କିପରି ଯୁବଗୋଷ୍ଠୀ ପାଇଁ ଏକ ବୌଦ୍ଧିକ ଓ ସାମଗ୍ରିକ [...]
ବ୍ରହ୍ମପୁର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ଗଞ୍ଜାମ ଗସ୍ତ କରି ଜିଲ୍ଲାରେ କଲେଜ ରୂପାନ୍ତରଣ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିବା ସହ ଛାତ୍ରଛାତ୍ରୀମାନଙ୍କ ସହ ଆଳାପ ଆଲୋଚନା କରିଛନ୍ତି। ଏଥିସହ ସେ ବ୍ରହ୍ମପୁରରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଜିଲ୍ଲାର କଲେଜ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ନୂଆ -ଓ କାର୍ଯ୍ୟକ୍ରମ କିପରି ଯୁବଗୋଷ୍ଠୀ ପାଇଁ ଏକ ବୌଦ୍ଧିକ ଓ ସାମଗ୍ରିକ ବ୍ୟକ୍ତିତ୍ଵ ବିକାଶ ମଂଚ ପାଲଟିଛି, ସେ ବିଷୟରେ ଛାତ୍ରଛାତ୍ରୀମାନଙ୍କ ସହ ୫-ଟି ଅଧ୍ୟକ୍ଷ ଆଲୋଚନା କରିବା ସହ ସେମାନଙ୍କୁ କଠୋର ଅଧ୍ୟବସାୟ ଓ ଆତ୍ମବିଶ୍ଵାସର ସହ ଜୀବନରେ ସଫଳ ହେବା ପାଇଁ ଆହ୍ୱାନ ଦେଇଥିଲେ। ଏ କ୍ଷେତ୍ରରେ ସେ ଗଞ୍ଜାମ ଜିଲ୍ଲାର ସଫଳ ବ୍ୟକ୍ତି ବିଶେଷଙ୍କ ଉଦାହରଣ ଦେଇଥିଲେ।ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନାରେ ୫-ଟି ଅଧ୍ୟକ୍ଷ ନିଉୟର୍କରେ ଥିବା କଗନିଜାଣ୍ଟ ସିଇଓ ଏସ୍ . ରବି କୁମାର, ନାସା ବୈଜ୍ଞାନିକ କୈଳାଶ ଚନ୍ଦ୍ର ସାହୁ, ତେଜାସ ଏୟାରକ୍ରାଫ୍ଟ ଆର୍କିଟେକ୍ଟ, ଭାବା ଆଣବିକ ଗବେଷଣା କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ନାଗଭୂଷଣ ଆଚାର୍ଯ୍ୟ ଓ ରାଜ୍ୟଗୋଷ୍ଠୀ କ୍ରୀଡା ସ୍ୱର୍ଣ୍ଣ ପଦକ ବିଜେତା ଭାରତ୍ତୋଳକ କେ. ରବି କୁମାରଙ୍କ ଉଦାହରଣ ଦେଇଥିଲେ ୫-ଟି ଅଧ୍ୟକ୍ଷ।
ଶାରୀରିକ ଭାବେ ସୁସ୍ଥ ରହିବା ପାଇଁ ମଧ୍ୟ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି ୫-ଟି ଅଧ୍ୟକ୍ଷ ।ନିଇତି ଅଧଘଣ୍ଟା ବ୍ୟାୟାମ କରିବା ନିହାତି ଆବଶ୍ୟକ ବୋଲି ଛାତ୍ରଛାତ୍ରୀଙ୍କୁ ପରାର୍ମଶ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ନିଜ ବୁଦ୍ଧିକୁ ଶାନ୍ତିରେ ଉପଯୋଗ କଲେ ନିଶ୍ଚିତ ସଫଳତା ମିଳିବ ବୋଲି ସେ କହିଛନ୍ତି । ସେହିଭଳି ୧୫ ମିନିଟ ଯୋଗଧ୍ୟାନ କଲେ ଏକାଗ୍ରତା ବଢିବ ବୋଲି ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ପାଣ୍ଡିଆନ । ମାତାପିତା, ଶିକ୍ଷକମାନଙ୍କୁ ସମ୍ମାନ ଦେବା ସହ ସେମାନଙ୍କ ପରାମର୍ଶ ନେବାକୁ ୫-ଟି ଅଧ୍ୟକ୍ଷ ଛାତ୍ରଛାତ୍ରୀମାନଙ୍କୁ କହିଥିଲେ।
ପରେ ଜିଲ୍ଲାରେ ଚାଲିଥିବା କଲେଜ ରୂପାନ୍ତରଣ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଥିଲେ ପାଣ୍ଡିଆନ। ୧୫୬ଟି କଲେଜରେ ସ୍ମାର୍ଟ ଶ୍ରେଣୀ ଗୃହ, ଇ-ଲାଇବ୍ରେରୀ, ପରୀକ୍ଷାଗାର ଆଦି ବ୍ୟବସ୍ଥା ପାଇଁ ୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ରୂପାନ୍ତରଣ କାର୍ଯ୍ୟ ଠିକ୍ ଭାବେ ଚାଲିଛି । ସବୁ କଲେଜର ରୂପାନ୍ତରଣ କାର୍ଯ୍ୟ ଫେବ୍ରୁଆରୀ ସୁଦ୍ଧା ଶେଷ କରିବାକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
୫-ଟି ଅଧ୍ୟକ୍ଷଙ୍କୁ ଶୁଣିବାକୁ ବ୍ରହ୍ମପୁରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ
Next Articleଛତିଶଗଡ଼: ନକ୍ସଲ ଆକ୍ରମଣରେ ୩ ସିଆରପିଏଫ୍ ଯବାନ ସହିଦ୍, ୧୪ ଆହତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
