ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଗୋପାଳପୁର ବିଧାୟକ ଓ ପତ୍ନୀଙ୍କ ବିରୋଧରେ ଚାର୍ଜଫ୍ରେମ
ଭୁବନେଶ୍ୱର – ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ବିରୋଧରେ ଚାର୍ଜଫ୍ରେମ ହୋଇଛି। ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟ ପ୍ରଦୀପ ଓ ତାଙ୍କ ପତ୍ନୀଙ୍କ ବିରୋଧରେ ଚାର୍ଜଫ୍ରେମ କରିଛନ୍ତି। ଏଣିକି ସେମାନଙ୍କ ବିରୋଧରେ ଏହି ମାମଲାରେ ଶୁଣାଣି ଆରମ୍ଭ ହେବ । ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଗତବର୍ଷ ଏପ୍ରିଲ ୨୦ ତାରିଖରେ ଚାର୍ଜସିଟ୍ ଦାଖଲ ହୋଇଥିଲା । ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ [...]
ଭୁବନେଶ୍ୱର – ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ବିରୋଧରେ ଚାର୍ଜଫ୍ରେମ ହୋଇଛି। ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟ ପ୍ରଦୀପ ଓ ତାଙ୍କ ପତ୍ନୀଙ୍କ ବିରୋଧରେ ଚାର୍ଜଫ୍ରେମ କରିଛନ୍ତି। ଏଣିକି ସେମାନଙ୍କ ବିରୋଧରେ ଏହି ମାମଲାରେ ଶୁଣାଣି ଆରମ୍ଭ ହେବ । ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଗତବର୍ଷ ଏପ୍ରିଲ ୨୦ ତାରିଖରେ ଚାର୍ଜସିଟ୍ ଦାଖଲ ହୋଇଥିଲା । ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମାମଲା ରୁଜୁ କରିଥିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତଦନ୍ତ କରି ତାଙ୍କ ୯ କୋଟି ୧୮ ଲକ୍ଷ ୧୩ ହଜାର ୭ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରିଥିଲା । ସମ୍ପତ୍ତିର ଉତ୍ସ ନେଇ ପ୍ରଦୀପ ପାଣିଗ୍ରାହୀ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ । ଆୟଠୁ ଅଧିକ ସମ୍ପତ୍ତି ଠୁଳ ନେଇ ପ୍ରଦୀପଙ୍କ ପତ୍ନୀ ତାଙ୍କୁ ସହାୟତା କରିଥିବା ଭିଜିଲାନ୍ସ ତଦନ୍ତରୁ ଜଣାପଡିଥିଲା। ୨୦୨୨ ମସିହା ଜୁନ ୬ ତାରିଖରେ ଲୋକାୟୁକ୍ତଙ୍କୁ ତଦନ୍ତ ରିପୋର୍ଟ ପ୍ରଦାନ କରିଥିଲା ଭିଜିଲାନ୍ସ। ରିପୋର୍ଟ ତର୍ଜମା କଲା ପରେ ୨୦୨୩ ଏପ୍ରିଲ ମାସରେ ପାଣିଗ୍ରାହୀ ଦମ୍ପତ୍ତିଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ ପାଇଁ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଥିଲେ।
First World Odia Language Conference 2024 to Have 16 Academic Sessions; Key Highlights Here
Next Articleଆଇଆଇଏମସିକୁ ମିଳିଲା ଡିମ୍ଡ୍ ବିଶ୍ୱବିଦ୍ୟାଳୟର ମାନ୍ୟତା, ଉପଲବ୍ଧ ହେବ ଡିଗ୍ରୀ ଓ ପିଏଚଡି ପାଠ୍ୟକ୍ରମ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
